< תְהִלִּים 19 >
לַמְנַצֵּ֗חַ מִזְמ֥וֹר לְדָוִֽד׃ הַשָּׁמַ֗יִם מְֽסַפְּרִ֥ים כְּבֽוֹד־אֵ֑ל וּֽמַעֲשֵׂ֥ה יָ֝דָ֗יו מַגִּ֥יד הָרָקִֽיעַ׃ | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।
י֣וֹם לְ֭יוֹם יַבִּ֣יעַֽ אֹ֑מֶר וְלַ֥יְלָה לְּ֝לַ֗יְלָה יְחַוֶּה־דָּֽעַת׃ | 2 |
ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ।
אֵֽין־אֹ֭מֶר וְאֵ֣ין דְּבָרִ֑ים בְּ֝לִ֗י נִשְׁמָ֥ע קוֹלָֽם׃ | 3 |
କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ।
בְּכָל־הָאָ֨רֶץ ׀ יָ֘צָ֤א קַוָּ֗ם וּבִקְצֵ֣ה תֵ֭בֵל מִלֵּיהֶ֑ם לַ֝שֶּׁ֗מֶשׁ שָֽׂם־אֹ֥הֶל בָּהֶֽם׃ | 4 |
ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
וְה֗וּא כְּ֭חָתָן יֹצֵ֣א מֵחֻפָּת֑וֹ יָשִׂ֥ישׂ כְּ֝גִבּ֗וֹר לָר֥וּץ אֹֽרַח׃ | 5 |
ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ।
מִקְצֵ֤ה הַשָּׁמַ֨יִם ׀ מֽוֹצָא֗וֹ וּתְקוּפָת֥וֹ עַל־קְצוֹתָ֑ם וְאֵ֥ין נִ֝סְתָּ֗ר מֵֽחַמָּתוֹ׃ | 6 |
ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।
תּ֘וֹרַ֤ת יְהוָ֣ה תְּ֭מִימָה מְשִׁ֣יבַת נָ֑פֶשׁ עֵד֥וּת יְהוָ֥ה נֶ֝אֱמָנָ֗ה מַחְכִּ֥ימַת פֶּֽתִי׃ | 7 |
ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
פִּקּ֘וּדֵ֤י יְהוָ֣ה יְ֭שָׁרִים מְשַׂמְּחֵי־לֵ֑ב מִצְוַ֥ת יְהוָ֥ה בָּ֝רָ֗ה מְאִירַ֥ת עֵינָֽיִם׃ | 8 |
ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।
יִרְאַ֤ת יְהוָ֨ה ׀ טְהוֹרָה֮ עוֹמֶ֪דֶת לָ֫עַ֥ד מִֽשְׁפְּטֵי־יְהוָ֥ה אֱמֶ֑ת צָֽדְק֥וּ יַחְדָּֽו׃ | 9 |
ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ।
הַֽנֶּחֱמָדִ֗ים מִ֭זָּהָב וּמִפַּ֣ז רָ֑ב וּמְתוּקִ֥ים מִ֝דְּבַ֗שׁ וְנֹ֣פֶת צוּפִֽים׃ | 10 |
ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
גַּֽם־עַ֭בְדְּךָ נִזְהָ֣ר בָּהֶ֑ם בְּ֝שָׁמְרָ֗ם עֵ֣קֶב רָֽב׃ | 11 |
ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।
שְׁגִיא֥וֹת מִֽי־יָבִ֑ין מִֽנִּסְתָּר֥וֹת נַקֵּֽנִי׃ | 12 |
ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।
גַּ֤ם מִזֵּדִ֨ים ׀ חֲשֹׂ֬ךְ עַבְדֶּ֗ךָ אַֽל־יִמְשְׁלוּ־בִ֣י אָ֣ז אֵיתָ֑ם וְ֝נִקֵּ֗יתִי מִפֶּ֥שַֽׁע רָֽב׃ | 13 |
ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି।
יִֽהְי֥וּ לְרָצ֨וֹן ׀ אִמְרֵי־פִ֡י וְהֶגְי֣וֹן לִבִּ֣י לְפָנֶ֑יךָ יְ֝הוָ֗ה צוּרִ֥י וְגֹאֲלִֽי׃ | 14 |
ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋʼ ମୁଖର ବାକ୍ୟ ଓ ମୋʼ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ।