< תְהִלִּים 30 >

מִזְמ֡וֹר שִׁיר־חֲנֻכַּ֖ת הַבַּ֣יִת לְדָוִֽד׃ אֲרוֹמִמְךָ֣ יְ֭הוָה כִּ֣י דִלִּיתָ֑נִי וְלֹא־שִׂמַּ֖חְתָּ אֹיְבַ֣י לִֽי׃ 1
ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
יְהוָ֥ה אֱלֹהָ֑י שִׁוַּ֥עְתִּי אֵ֝לֶ֗יךָ וַתִּרְפָּאֵֽנִי׃ 2
ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି, ତୁମ୍ଭେ ମୋତେ ସୁସ୍ଥ କରିଅଛ।
יְֽהוָ֗ה הֶֽעֱלִ֣יתָ מִן־שְׁא֣וֹל נַפְשִׁ֑י חִ֝יִּיתַ֗נִי מִיָּֽרְדִי בֽוֹר׃ (Sheol h7585) 3
ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। (Sheol h7585)
זַמְּר֣וּ לַיהוָ֣ה חֲסִידָ֑יו וְ֝הוֹד֗וּ לְזֵ֣כֶר קָדְשֽׁוֹ׃ 4
ହେ ସଦାପ୍ରଭୁଙ୍କର ସଦ୍‍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ।
כִּ֤י רֶ֨גַע ׀ בְּאַפּוֹ֮ חַיִּ֪ים בִּרְצ֫וֹנ֥וֹ בָּ֭עֶרֶב יָלִ֥ין בֶּ֗כִי וְלַבֹּ֥קֶר רִנָּֽה׃ 5
କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
וַ֭אֲנִי אָמַ֣רְתִּי בְשַׁלְוִ֑י בַּל־אֶמּ֥וֹט לְעוֹלָֽם׃ 6
ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି।
יְֽהוָ֗ה בִּרְצוֹנְךָ֮ הֶעֱמַ֪דְתָּה לְֽהַרְרִ֫י עֹ֥ז הִסְתַּ֥רְתָּ פָנֶ֗יךָ הָיִ֥יתִי נִבְהָֽל׃ 7
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ମାତ୍ର ଯଦି ତୁମ୍ଭେ ଆପଣା ମୁଖ ଲୁଚାଇଲ; ତେବେ ମୁଁ ବ୍ୟାକୁଳ ହେଲି।
אֵלֶ֣יךָ יְהוָ֣ה אֶקְרָ֑א וְאֶל־אֲ֝דֹנָ֗י אֶתְחַנָּֽן׃ 8
ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।
מַה־בֶּ֥צַע בְּדָמִי֮ בְּרִדְתִּ֪י אֶ֫ל־שָׁ֥חַת הֲיוֹדְךָ֥ עָפָ֑ר הֲיַגִּ֥יד אֲמִתֶּֽךָ׃ 9
ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?
שְׁמַע־יְהוָ֥ה וְחָנֵּ֑נִי יְ֝הוָה הֱֽיֵה־עֹזֵ֥ר לִֽי׃ 10
ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ।
הָפַ֣כְתָּ מִסְפְּדִי֮ לְמָח֪וֹל לִ֥י פִּתַּ֥חְתָּ שַׂקִּ֑י וַֽתְּאַזְּרֵ֥נִי שִׂמְחָֽה׃ 11
ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
לְמַ֤עַן ׀ יְזַמֶּרְךָ֣ כָ֭בוֹד וְלֹ֣א יִדֹּ֑ם יְהוָ֥ה אֱ֝לֹהַ֗י לְעוֹלָ֥ם אוֹדֶֽךָּ׃ 12
ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।

< תְהִלִּים 30 >