< תְהִלִּים 88 >

שִׁ֥יר מִזְמ֗וֹר לִבְנֵ֫י קֹ֥רַח לַמְנַצֵּ֣חַ עַל־מָחֲלַ֣ת לְעַנּ֑וֹת מַ֝שְׂכִּ֗יל לְהֵימָ֥ן הָאֶזְרָחִֽי׃ יְ֭הוָה אֱלֹהֵ֣י יְשׁוּעָתִ֑י יוֹם־צָעַ֖קְתִּי בַלַּ֣יְלָה נֶגְדֶּֽךָ׃ 1
ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
תָּב֣וֹא לְ֭פָנֶיךָ תְּפִלָּתִ֑י הַטֵּֽה־אָ֝זְנְךָ֗ לְרִנָּתִֽי׃ 2
ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୂକ୍ତିରେ କର୍ଣ୍ଣପାତ କର;
כִּֽי־שָֽׂבְעָ֣ה בְרָע֣וֹת נַפְשִׁ֑י וְחַיַּ֗י לִשְׁא֥וֹל הִגִּֽיעוּ׃ (Sheol h7585) 3
କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। (Sheol h7585)
נֶ֭חְשַׁבְתִּי עִם־י֣וֹרְדֵי ב֑וֹר הָ֝יִ֗יתִי כְּגֶ֣בֶר אֵֽין־אֱיָֽל׃ 4
ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ।
בַּמֵּתִ֗ים חָ֫פְשִׁ֥י כְּמ֤וֹ חֲלָלִ֨ים ׀ שֹׁ֥כְבֵי קֶ֗בֶר אֲשֶׁ֤ר לֹ֣א זְכַרְתָּ֣ם ע֑וֹד וְ֝הֵ֗מָּה מִיָּדְךָ֥ נִגְזָֽרוּ׃ 5
ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।
שַׁ֭תַּנִי בְּב֣וֹר תַּחְתִּיּ֑וֹת בְּ֝מַחֲשַׁכִּ֗ים בִּמְצֹלֽוֹת׃ 6
ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ।
עָ֭לַי סָמְכָ֣ה חֲמָתֶ֑ךָ וְכָל־מִ֝שְׁבָּרֶ֗יךָ עִנִּ֥יתָ סֶּֽלָה׃ 7
ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। (ସେଲା)
הִרְחַ֥קְתָּ מְיֻדָּעַ֗י מִ֫מֶּ֥נִּי שַׁתַּ֣נִי תוֹעֵב֣וֹת לָ֑מוֹ כָּ֝לֻ֗א וְלֹ֣א אֵצֵֽא׃ 8
ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।
עֵינִ֥י דָאֲבָ֗ה מִנִּ֫י עֹ֥נִי קְרָאתִ֣יךָ יְהוָ֣ה בְּכָל־י֑וֹם שִׁטַּ֖חְתִּי אֵלֶ֣יךָ כַפָּֽי׃ 9
କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
הֲלַמֵּתִ֥ים תַּעֲשֶׂה־פֶּ֑לֶא אִם־רְ֝פָאִ֗ים יָק֤וּמוּ ׀ יוֹד֬וּךָ סֶּֽלָה׃ 10
ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? (ସେଲା)
הַיְסֻפַּ֣ר בַּקֶּ֣בֶר חַסְדֶּ֑ךָ אֱ֝מֽוּנָתְךָ֗ בָּאֲבַדּֽוֹן׃ 11
କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ?
הֲיִוָּדַ֣ע בַּחֹ֣שֶׁךְ פִּלְאֶ֑ךָ וְ֝צִדְקָתְךָ֗ בְּאֶ֣רֶץ נְשִׁיָּֽה׃ 12
ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ?
וַאֲנִ֤י ׀ אֵלֶ֣יךָ יְהוָ֣ה שִׁוַּ֑עְתִּי וּ֝בַבֹּ֗קֶר תְּֽפִלָּתִ֥י תְקַדְּמֶֽךָּ׃ 13
ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।
לָמָ֣ה יְ֭הוָה תִּזְנַ֣ח נַפְשִׁ֑י תַּסְתִּ֖יר פָּנֶ֣יךָ מִמֶּֽנִּי׃ 14
ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼ ଠାରୁ ଆପଣା ମୁଖ ଲୁଚାଉଅଛ?
עָ֘נִ֤י אֲנִ֣י וְגֹוֵ֣עַ מִנֹּ֑עַר נָשָׂ֖אתִי אֵמֶ֣יךָ אָפֽוּנָה׃ 15
ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
עָ֭לַי עָבְר֣וּ חֲרוֹנֶ֑יךָ בִּ֝עוּתֶ֗יךָ צִמְּתוּתֻֽנִי׃ 16
ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।
סַבּ֣וּנִי כַ֭מַּיִם כָּל־הַיּ֑וֹם הִקִּ֖יפוּ עָלַ֣י יָֽחַד׃ 17
ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ।
הִרְחַ֣קְתָּ מִ֭מֶּנִּי אֹהֵ֣ב וָרֵ֑עַ מְֽיֻדָּעַ֥י מַחְשָֽׁךְ׃ 18
ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।

< תְהִלִּים 88 >