< שמואל א 29 >
וַיִּקְבְּצוּ פְלִשְׁתִּים אֶת־כָּל־מַחֲנֵיהֶם אֲפֵקָה וְיִשְׂרָאֵל חֹנִים בַּעַיִן אֲשֶׁר בְּיִזְרְעֶֽאל׃ | 1 |
ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ।
וְסַרְנֵי פְלִשְׁתִּים עֹֽבְרִים לְמֵאוֹת וְלַאֲלָפִים וְדָוִד וַאֲנָשָׁיו עֹֽבְרִים בָּאַחֲרֹנָה עִם־אָכִֽישׁ׃ | 2 |
ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ।
וַיֹּֽאמְרוּ שָׂרֵי פְלִשְׁתִּים מָה הָעִבְרִים הָאֵלֶּה וַיֹּאמֶר אָכִישׁ אֶל־שָׂרֵי פְלִשְׁתִּים הֲלֽוֹא־זֶה דָוִד עֶבֶד ׀ שָׁאוּל מֶֽלֶךְ־יִשְׂרָאֵל אֲשֶׁר הָיָה אִתִּי זֶה יָמִים אוֹ־זֶה שָׁנִים וְלֹֽא־מָצָאתִי בוֹ מְאוּמָה מִיּוֹם נָפְלוֹ עַד־הַיּוֹם הַזֶּֽה׃ | 3 |
ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, “ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି?” ତହୁଁ ଆଖୀଶ୍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, “ଏ କʼଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋʼ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।”
וַיִּקְצְפוּ עָלָיו שָׂרֵי פְלִשְׁתִּים וַיֹּאמְרוּ לוֹ שָׂרֵי פְלִשְׁתִּים הָשֵׁב אֶת־הָאִישׁ וְיָשֹׁב אֶל־מְקוֹמוֹ אֲשֶׁר הִפְקַדְתּוֹ שָׁם וְלֹֽא־יֵרֵד עִמָּנוּ בַּמִּלְחָמָה וְלֹא־יִֽהְיֶה־לָּנוּ לְשָׂטָן בַּמִּלְחָמָה וּבַמֶּה יִתְרַצֶּה זֶה אֶל־אֲדֹנָיו הֲלוֹא בְּרָאשֵׁי הָאֲנָשִׁים הָהֵֽם׃ | 4 |
ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, “ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ?
הֲלוֹא־זֶה דָוִד אֲשֶׁר יַעֲנוּ־לוֹ בַּמְּחֹלוֹת לֵאמֹר הִכָּה שָׁאוּל בַּֽאֲלָפָיו וְדָוִד ברבבתו בְּרִבְבֹתָֽיו׃ | 5 |
ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
וַיִּקְרָא אָכִישׁ אֶל־דָּוִד וַיֹּאמֶר אֵלָיו חַי־יְהוָה כִּי־יָשָׁר אַתָּה וְטוֹב בְּעֵינַי צֵאתְךָ וּבֹאֲךָ אִתִּי בַּֽמַּחֲנֶה כִּי לֹֽא־מָצָאתִֽי בְךָ רָעָה מִיּוֹם בֹּאֲךָ אֵלַי עַד־הַיּוֹם הַזֶּה וּבְעֵינֵי הַסְּרָנִים לֹֽא־טוֹב אָֽתָּה׃ | 6 |
ଏଥିରେ ଆଖୀଶ୍ ଦାଉଦଙ୍କୁ ଡାକି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋʼ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋʼ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋʼ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।
וְעַתָּה שׁוּב וְלֵךְ בְּשָׁלוֹם וְלֹֽא־תַעֲשֶׂה רָע בְּעֵינֵי סַרְנֵי פְלִשְׁתִּֽים׃ | 7 |
ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।”
וַיֹּאמֶר דָּוִד אֶל־אָכִישׁ כִּי מֶה עָשִׂיתִי וּמַה־מָּצָאתָ בְעַבְדְּךָ מִיּוֹם אֲשֶׁר הָיִיתִי לְפָנֶיךָ עַד הַיּוֹם הַזֶּה כִּי לֹא אָבוֹא וְנִלְחַמְתִּי בְּאֹיְבֵי אֲדֹנִי הַמֶּֽלֶךְ׃ | 8 |
ତହୁଁ ଦାଉଦ ଆଖୀଶ୍କୁ କହିଲେ, “ମାତ୍ର ମୁଁ କଅଣ କଲି? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କʼଣ ପାଇଲେ ଯେ, ମୁଁ ଯାଇ ମୋʼ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ?”
וַיַּעַן אָכִישׁ וַיֹּאמֶר אֶל־דָּוִד יָדַעְתִּי כִּי טוֹב אַתָּה בְּעֵינַי כְּמַלְאַךְ אֱלֹהִים אַךְ שָׂרֵי פְלִשְׁתִּים אָֽמְרוּ לֹֽא־יַעֲלֶה עִמָּנוּ בַּמִּלְחָמָֽה׃ | 9 |
ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, “ମୁଁ ଜାଣେ, ତୁମ୍ଭେ ମୋʼ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ‘ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।’
וְעַתָּה הַשְׁכֵּם בַּבֹּקֶר וְעַבְדֵי אֲדֹנֶיךָ אֲשֶׁר־בָּאוּ אִתָּךְ וְהִשְׁכַּמְתֶּם בַּבֹּקֶר וְאוֹר לָכֶם וָלֵֽכוּ׃ | 10 |
ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।”
וַיַּשְׁכֵּם דָּוִד הוּא וַֽאֲנָשָׁיו לָלֶכֶת בַּבֹּקֶר לָשׁוּב אֶל־אֶרֶץ פְּלִשְׁתִּים וּפְלִשְׁתִּים עָלוּ יִזְרְעֶֽאל׃ | 11 |
ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।