< בראשית 22 >
וַיְהִי אַחַר הַדְּבָרִים הָאֵלֶּה וְהָאֱלֹהִים נִסָּה אֶת־אַבְרָהָם וַיֹּאמֶר אֵלָיו אַבְרָהָם וַיֹּאמֶר הִנֵּֽנִי׃ | 1 |
ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।”
וַיֹּאמֶר קַח־נָא אֶת־בִּנְךָ אֶת־יְחִֽידְךָ אֲשֶׁר־אָהַבְתָּ אֶת־יִצְחָק וְלֶךְ־לְךָ אֶל־אֶרֶץ הַמֹּרִיָּה וְהַעֲלֵהוּ שָׁם לְעֹלָה עַל אַחַד הֶֽהָרִים אֲשֶׁר אֹמַר אֵלֶֽיךָ׃ | 2 |
ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
וַיַּשְׁכֵּם אַבְרָהָם בַּבֹּקֶר וַֽיַחֲבֹשׁ אֶת־חֲמֹרוֹ וַיִּקַּח אֶת־שְׁנֵי נְעָרָיו אִתּוֹ וְאֵת יִצְחָק בְּנוֹ וַיְבַקַּע עֲצֵי עֹלָה וַיָּקָם וַיֵּלֶךְ אֶל־הַמָּקוֹם אֲשֶׁר־אָֽמַר־לוֹ הָאֱלֹהִֽים׃ | 3 |
ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।
בַּיּוֹם הַשְּׁלִישִׁי וַיִּשָּׂא אַבְרָהָם אֶת־עֵינָיו וַיַּרְא אֶת־הַמָּקוֹם מֵרָחֹֽק׃ | 4 |
ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।
וַיֹּאמֶר אַבְרָהָם אֶל־נְעָרָיו שְׁבוּ־לָכֶם פֹּה עִֽם־הַחֲמוֹר וַאֲנִי וְהַנַּעַר נֵלְכָה עַד־כֹּה וְנִֽשְׁתַּחֲוֶה וְנָשׁוּבָה אֲלֵיכֶֽם׃ | 5 |
ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”
וַיִּקַּח אַבְרָהָם אֶת־עֲצֵי הָעֹלָה וַיָּשֶׂם עַל־יִצְחָק בְּנוֹ וַיִּקַּח בְּיָדוֹ אֶת־הָאֵשׁ וְאֶת־הַֽמַּאֲכֶלֶת וַיֵּלְכוּ שְׁנֵיהֶם יַחְדָּֽו׃ | 6 |
ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
וַיֹּאמֶר יִצְחָק אֶל־אַבְרָהָם אָבִיו וַיֹּאמֶר אָבִי וַיֹּאמֶר הִנֶּנִּֽי בְנִי וַיֹּאמֶר הִנֵּה הָאֵשׁ וְהָעֵצִים וְאַיֵּה הַשֶּׂה לְעֹלָֽה׃ | 7 |
ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?”
וַיֹּאמֶר אַבְרָהָם אֱלֹהִים יִרְאֶה־לּוֹ הַשֶּׂה לְעֹלָה בְּנִי וַיֵּלְכוּ שְׁנֵיהֶם יַחְדָּֽו׃ | 8 |
ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
וַיָּבֹאוּ אֶֽל־הַמָּקוֹם אֲשֶׁר אָֽמַר־לוֹ הָאֱלֹהִים וַיִּבֶן שָׁם אַבְרָהָם אֶת־הַמִּזְבֵּחַ וַֽיַּעֲרֹךְ אֶת־הָעֵצִים וַֽיַּעֲקֹד אֶת־יִצְחָק בְּנוֹ וַיָּשֶׂם אֹתוֹ עַל־הַמִּזְבֵּחַ מִמַּעַל לָעֵצִֽים׃ | 9 |
ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
וַיִּשְׁלַח אַבְרָהָם אֶת־יָדוֹ וַיִּקַּח אֶת־הַֽמַּאֲכֶלֶת לִשְׁחֹט אֶת־בְּנֽוֹ׃ | 10 |
ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।
וַיִּקְרָא אֵלָיו מַלְאַךְ יְהוָה מִן־הַשָּׁמַיִם וַיֹּאמֶר אַבְרָהָם ׀ אַבְרָהָם וַיֹּאמֶר הִנֵּֽנִי׃ | 11 |
ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
וַיֹּאמֶר אַל־תִּשְׁלַח יָֽדְךָ אֶל־הַנַּעַר וְאַל־תַּעַשׂ לוֹ מְאוּמָּה כִּי ׀ עַתָּה יָדַעְתִּי כִּֽי־יְרֵא אֱלֹהִים אַתָּה וְלֹא חָשַׂכְתָּ אֶת־בִּנְךָ אֶת־יְחִידְךָ מִמֶּֽנִּי׃ | 12 |
ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
וַיִּשָּׂא אַבְרָהָם אֶת־עֵינָיו וַיַּרְא וְהִנֵּה־אַיִל אַחַר נֶאֱחַז בַּסְּבַךְ בְּקַרְנָיו וַיֵּלֶךְ אַבְרָהָם וַיִּקַּח אֶת־הָאַיִל וַיַּעֲלֵהוּ לְעֹלָה תַּחַת בְּנֽוֹ׃ | 13 |
ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
וַיִּקְרָא אַבְרָהָם שֵֽׁם־הַמָּקוֹם הַהוּא יְהוָה ׀ יִרְאֶה אֲשֶׁר יֵאָמֵר הַיּוֹם בְּהַר יְהוָה יֵרָאֶֽה׃ | 14 |
ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”
וַיִּקְרָא מַלְאַךְ יְהוָה אֶל־אַבְרָהָם שֵׁנִית מִן־הַשָּׁמָֽיִם׃ | 15 |
ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,
וַיֹּאמֶר בִּי נִשְׁבַּעְתִּי נְאֻם־יְהוָה כִּי יַעַן אֲשֶׁר עָשִׂיתָ אֶת־הַדָּבָר הַזֶּה וְלֹא חָשַׂכְתָּ אֶת־בִּנְךָ אֶת־יְחִידֶֽךָ׃ | 16 |
“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;
כִּֽי־בָרֵךְ אֲבָרֶכְךָ וְהַרְבָּה אַרְבֶּה אֶֽת־זַרְעֲךָ כְּכוֹכְבֵי הַשָּׁמַיִם וְכַחוֹל אֲשֶׁר עַל־שְׂפַת הַיָּם וְיִרַשׁ זַרְעֲךָ אֵת שַׁעַר אֹיְבָֽיו׃ | 17 |
ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
וְהִתְבָּרֲכוּ בְזַרְעֲךָ כֹּל גּוֹיֵי הָאָרֶץ עֵקֶב אֲשֶׁר שָׁמַעְתָּ בְּקֹלִֽי׃ | 18 |
ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
וַיָּשָׁב אַבְרָהָם אֶל־נְעָרָיו וַיָּקֻמוּ וַיֵּלְכוּ יַחְדָּו אֶל־בְּאֵר שָׁבַע וַיֵּשֶׁב אַבְרָהָם בִּבְאֵר שָֽׁבַע׃ | 19 |
ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ।
וַיְהִי אַחֲרֵי הַדְּבָרִים הָאֵלֶּה וַיֻּגַּד לְאַבְרָהָם לֵאמֹר הִנֵּה יָלְדָה מִלְכָּה גַם־הִוא בָּנִים לְנָחוֹר אָחִֽיךָ׃ | 20 |
ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”
אֶת־עוּץ בְּכֹרוֹ וְאֶת־בּוּז אָחִיו וְאֶת־קְמוּאֵל אֲבִי אֲרָֽם׃ | 21 |
ତାହାର ଜ୍ୟେଷ୍ଠ ପୁତ୍ର ଊଷ୍ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ,
וְאֶת־כֶּשֶׂד וְאֶת־חֲזוֹ וְאֶת־פִּלְדָּשׁ וְאֶת־יִדְלָף וְאֵת בְּתוּאֵֽל׃ | 22 |
ପୁଣି, କେଷଦ୍ ଓ ହସୋ ଓ ପିଲଦଶ୍ ଓ ଯିଦ୍ଲଫ୍ ଓ ବଥୂୟେଲ।
וּבְתוּאֵל יָלַד אֶת־רִבְקָה שְׁמֹנָה אֵלֶּה יָלְדָה מִלְכָּה לְנָחוֹר אֲחִי אַבְרָהָֽם׃ | 23 |
ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।
וּפִֽילַגְשׁוֹ וּשְׁמָהּ רְאוּמָה וַתֵּלֶד גַּם־הִוא אֶת־טֶבַח וְאֶת־גַּחַם וְאֶת־תַּחַשׁ וְאֶֽת־מַעֲכָֽה׃ | 24 |
ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍, ତହଶ୍ ଓ ମାଖା, ଏମାନେ ଜାତ ହେଲେ।