< ישעה 61 >
רוּחַ אֲדֹנָי יְהוִה עָלָי יַעַן מָשַׁח יְהוָה אֹתִי לְבַשֵּׂר עֲנָוִים שְׁלָחַנִי לַחֲבֹשׁ לְנִשְׁבְּרֵי־לֵב לִקְרֹא לִשְׁבוּיִם דְּרוֹר וְלַאֲסוּרִים פְּקַח־קֽוֹחַ׃ | 1 |
ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
לִקְרֹא שְׁנַת־רָצוֹן לַֽיהוָה וְיוֹם נָקָם לֵאלֹהֵינוּ לְנַחֵם כָּל־אֲבֵלִֽים׃ | 2 |
ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;
לָשׂוּם ׀ לַאֲבֵלֵי צִיּוֹן לָתֵת לָהֶם פְּאֵר תַּחַת אֵפֶר שֶׁמֶן שָׂשׂוֹן תַּחַת אֵבֶל מַעֲטֵה תְהִלָּה תַּחַת רוּחַ כֵּהָה וְקֹרָא לָהֶם אֵילֵי הַצֶּדֶק מַטַּע יְהוָה לְהִתְפָּאֵֽר׃ | 3 |
ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
וּבָנוּ חָרְבוֹת עוֹלָם שֹׁמְמוֹת רִֽאשֹׁנִים יְקוֹמֵמוּ וְחִדְּשׁוּ עָרֵי חֹרֶב שֹׁמְמוֹת דּוֹר וָדֽוֹר׃ | 4 |
ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନସବୁ ନିର୍ମାଣ କରିବେ, ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।
וְעָמְדוּ זָרִים וְרָעוּ צֹאנְכֶם וּבְנֵי נֵכָר אִכָּרֵיכֶם וְכֹרְמֵיכֶֽם׃ | 5 |
ପୁଣି, ଅପରିଚିତ ଲୋକମାନେ ତୁମ୍ଭମାନଙ୍କର ପଲ ଚରାଇବା ପାଇଁ ଠିଆ ହେବେ ଓ ବିଦେଶୀୟମାନେ ତୁମ୍ଭମାନଙ୍କର ଶସ୍ୟକ୍ଷେତ୍ରର ଓ ଦ୍ରାକ୍ଷାକ୍ଷେତ୍ରର କୃଷକ ହେବେ।
וְאַתֶּם כֹּהֲנֵי יְהוָה תִּקָּרֵאוּ מְשָׁרְתֵי אֱלֹהֵינוּ יֵאָמֵר לָכֶם חֵיל גּוֹיִם תֹּאכֵלוּ וּבִכְבוֹדָם תִּתְיַמָּֽרוּ׃ | 6 |
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।
תַּחַת בָּשְׁתְּכֶם מִשְׁנֶה וּכְלִמָּה יָרֹנּוּ חֶלְקָם לָכֵן בְּאַרְצָם מִשְׁנֶה יִירָשׁוּ שִׂמְחַת עוֹלָם תִּֽהְיֶה לָהֶֽם׃ | 7 |
ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
כִּי אֲנִי יְהוָה אֹהֵב מִשְׁפָּט שֹׂנֵא גָזֵל בְּעוֹלָה וְנָתַתִּי פְעֻלָּתָם בֶּאֱמֶת וּבְרִית עוֹלָם אֶכְרוֹת לָהֶֽם׃ | 8 |
କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।
וְנוֹדַע בַּגּוֹיִם זַרְעָם וְצֶאֱצָאֵיהֶם בְּתוֹךְ הָעַמִּים כָּל־רֹֽאֵיהֶם יַכִּירוּם כִּי הֵם זֶרַע בֵּרַךְ יְהוָֽה׃ | 9 |
ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦ ପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।
שׂוֹשׂ אָשִׂישׂ בַּֽיהוָה תָּגֵל נַפְשִׁי בֵּֽאלֹהַי כִּי הִלְבִּישַׁנִי בִּגְדֵי־יֶשַׁע מְעִיל צְדָקָה יְעָטָנִי כֶּֽחָתָן יְכַהֵן פְּאֵר וְכַכַּלָּה תַּעְדֶּה כֵלֶֽיהָ׃ | 10 |
ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
כִּי כָאָרֶץ תּוֹצִיא צִמְחָהּ וּכְגַנָּה זֵרוּעֶיהָ תַצְמִיחַ כֵּן ׀ אֲדֹנָי יְהוִה יַצְמִיחַ צְדָקָה וּתְהִלָּה נֶגֶד כָּל־הַגּוֹיִֽם׃ | 11 |
କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।