< מיכה 6 >
שִׁמְעוּ־נָא אֵת אֲשֶׁר־יְהוָה אֹמֵר קוּם רִיב אֶת־הֶהָרִים וְתִשְׁמַעְנָה הַגְּבָעוֹת קוֹלֶֽךָ׃ | 1 |
ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
שִׁמְעוּ הָרִים אֶת־רִיב יְהוָה וְהָאֵתָנִים מֹסְדֵי אָרֶץ כִּי רִיב לַֽיהוָה עִם־עַמּוֹ וְעִם־יִשְׂרָאֵל יִתְוַכָּֽח׃ | 2 |
ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
עַמִּי מֶה־עָשִׂיתִי לְךָ וּמָה הֶלְאֵתִיךָ עֲנֵה בִּֽי׃ | 3 |
“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
כִּי הֶעֱלִתִיךָ מֵאֶרֶץ מִצְרַיִם וּמִבֵּית עֲבָדִים פְּדִיתִיךָ וָאֶשְׁלַח לְפָנֶיךָ אֶת־מֹשֶׁה אַהֲרֹן וּמִרְיָֽם׃ | 4 |
ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
עַמִּי זְכָר־נָא מַה־יָּעַץ בָּלָק מֶלֶךְ מוֹאָב וּמֶה־עָנָה אֹתוֹ בִּלְעָם בֶּן־בְּעוֹר מִן־הַשִּׁטִּים עַד־הַגִּלְגָּל לְמַעַן דַּעַת צִדְקוֹת יְהוָֽה׃ | 5 |
ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”
בַּמָּה אֲקַדֵּם יְהוָה אִכַּף לֵאלֹהֵי מָרוֹם הַאֲקַדְּמֶנּוּ בְעוֹלוֹת בַּעֲגָלִים בְּנֵי שָׁנָֽה׃ | 6 |
“ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା?
הֲיִרְצֶה יְהוָה בְּאַלְפֵי אֵילִים בְּרִֽבְבוֹת נַֽחֲלֵי־שָׁמֶן הַאֶתֵּן בְּכוֹרִי פִּשְׁעִי פְּרִי בִטְנִי חַטַּאת נַפְשִֽׁי׃ | 7 |
ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”
הִגִּיד לְךָ אָדָם מַה־טּוֹב וּמָֽה־יְהוָה דּוֹרֵשׁ מִמְּךָ כִּי אִם־עֲשׂוֹת מִשְׁפָּט וְאַהֲבַת חֶסֶד וְהַצְנֵעַ לֶכֶת עִם־אֱלֹהֶֽיךָ׃ | 8 |
ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
קוֹל יְהוָה לָעִיר יִקְרָא וְתוּשִׁיָּה יִרְאֶה שְׁמֶךָ שִׁמְעוּ מַטֶּה וּמִי יְעָדָֽהּ׃ | 9 |
ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
עוֹד הַאִשׁ בֵּית רָשָׁע אֹצְרוֹת רֶשַׁע וְאֵיפַת רָזוֹן זְעוּמָֽה׃ | 10 |
ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
הַאֶזְכֶּה בְּמֹאזְנֵי רֶשַׁע וּבְכִיס אַבְנֵי מִרְמָֽה׃ | 11 |
ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
אֲשֶׁר עֲשִׁירֶיהָ מָלְאוּ חָמָס וְיֹשְׁבֶיהָ דִּבְּרוּ־שָׁקֶר וּלְשׁוֹנָם רְמִיָּה בְּפִיהֶֽם׃ | 12 |
ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
וְגַם־אֲנִי הֶחֱלֵיתִי הַכּוֹתֶךָ הַשְׁמֵם עַל־חַטֹּאתֶֽךָ׃ | 13 |
ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
אַתָּה תֹאכַל וְלֹא תִשְׂבָּע וְיֶשְׁחֲךָ בְּקִרְבֶּךָ וְתַסֵּג וְלֹא תַפְלִיט וַאֲשֶׁר תְּפַלֵּט לַחֶרֶב אֶתֵּֽן׃ | 14 |
ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।
אַתָּה תִזְרַע וְלֹא תִקְצוֹר אַתָּה תִדְרֹֽךְ־זַיִת וְלֹא־תָסוּךְ שֶׁמֶן וְתִירוֹשׁ וְלֹא תִשְׁתֶּה־יָּֽיִן׃ | 15 |
ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
וְיִשְׁתַּמֵּר חֻקּוֹת עָמְרִי וְכֹל מַעֲשֵׂה בֵית־אַחְאָב וַתֵּלְכוּ בְּמֹֽעֲצוֹתָם לְמַעַן תִּתִּי אֹתְךָ לְשַׁמָּה וְיֹשְׁבֶיהָ לִשְׁרֵקָה וְחֶרְפַּת עַמִּי תִּשָּֽׂאוּ׃ | 16 |
କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।