< במדבר 15 >

וַיְדַבֵּר יְהוָה אֶל־מֹשֶׁה לֵּאמֹֽר׃ 1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
דַּבֵּר אֶל־בְּנֵי יִשְׂרָאֵל וְאָמַרְתָּ אֲלֵהֶם כִּי תָבֹאוּ אֶל־אֶרֶץ מוֹשְׁבֹתֵיכֶם אֲשֶׁר אֲנִי נֹתֵן לָכֶֽם׃ 2
“ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,
וַעֲשִׂיתֶם אִשֶּׁה לַֽיהוָה עֹלָה אוֹ־זֶבַח לְפַלֵּא־נֶדֶר אוֹ בִנְדָבָה אוֹ בְּמֹעֲדֵיכֶם לַעֲשׂוֹת רֵיחַ נִיחֹחַ לַֽיהוָה מִן־הַבָּקָר אוֹ מִן־הַצֹּֽאן׃ 3
ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
וְהִקְרִיב הַמַּקְרִיב קָרְבָּנוֹ לַֽיהוָה מִנְחָה סֹלֶת עִשָּׂרוֹן בָּלוּל בִּרְבִעִית הַהִין שָֽׁמֶן׃ 4
ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
וְיַיִן לַנֶּסֶךְ רְבִיעִית הַהִין תַּעֲשֶׂה עַל־הָעֹלָה אוֹ לַזָּבַח לַכֶּבֶשׂ הָאֶחָֽד׃ 5
ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।
אוֹ לָאַיִל תַּעֲשֶׂה מִנְחָה סֹלֶת שְׁנֵי עֶשְׂרֹנִים בְּלוּלָה בַשֶּׁמֶן שְׁלִשִׁית הַהִֽין׃ 6
ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
וְיַיִן לַנֶּסֶךְ שְׁלִשִׁית הַהִין תַּקְרִיב רֵֽיחַ־נִיחֹחַ לַיהוָֽה׃ 7
ପୁଣି, ତୁମ୍ଭେ ପେୟ-ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।
וְכִֽי־תַעֲשֶׂה בֶן־בָּקָר עֹלָה אוֹ־זָבַח לְפַלֵּא־נֶדֶר אֽוֹ־שְׁלָמִים לַֽיהוָֽה׃ 8
ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
וְהִקְרִיב עַל־בֶּן־הַבָּקָר מִנְחָה סֹלֶת שְׁלֹשָׁה עֶשְׂרֹנִים בָּלוּל בַּשֶּׁמֶן חֲצִי הַהִֽין׃ 9
ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ।
וְיַיִן תַּקְרִיב לַנֶּסֶךְ חֲצִי הַהִין אִשֵּׁה רֵֽיחַ־נִיחֹחַ לַיהוָֽה׃ 10
ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।
כָּכָה יֵעָשֶׂה לַשּׁוֹר הָֽאֶחָד אוֹ לָאַיִל הָאֶחָד אֽוֹ־לַשֶּׂה בַכְּבָשִׂים אוֹ בָעִזִּֽים׃ 11
ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।
כַּמִּסְפָּר אֲשֶׁר תַּעֲשׂוּ כָּכָה תַּעֲשׂוּ לָאֶחָד כְּמִסְפָּרָֽם׃ 12
ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।
כָּל־הָאֶזְרָח יַעֲשֶׂה־כָּכָה אֶת־אֵלֶּה לְהַקְרִיב אִשֵּׁה רֵֽיחַ־נִיחֹחַ לַֽיהוָֽה׃ 13
ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।
וְכִֽי־יָגוּר אִתְּכֶם גֵּר אוֹ אֲשֶֽׁר־בְּתֽוֹכְכֶם לְדֹרֹתֵיכֶם וְעָשָׂה אִשֵּׁה רֵֽיחַ־נִיחֹחַ לַיהוָה כַּאֲשֶׁר תַּעֲשׂוּ כֵּן יַעֲשֶֽׂה׃ 14
ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେପ୍ରକାର କର, ସେ ସେହି ପ୍ରକାର କରିବ।
הַקָּהָל חֻקָּה אַחַת לָכֶם וְלַגֵּר הַגָּר חֻקַּת עוֹלָם לְדֹרֹתֵיכֶם כָּכֶם כַּגֵּר יִהְיֶה לִפְנֵי יְהוָֽה׃ 15
ସମାଜ ନିମନ୍ତେ, (ଅର୍ଥାତ୍‍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।
תּוֹרָה אַחַת וּמִשְׁפָּט אֶחָד יִהְיֶה לָכֶם וְלַגֵּר הַגָּר אִתְּכֶֽם׃ 16
ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”
וַיְדַבֵּר יְהוָה אֶל־מֹשֶׁה לֵּאמֹֽר׃ 17
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ,
דַּבֵּר אֶל־בְּנֵי יִשְׂרָאֵל וְאָמַרְתָּ אֲלֵהֶם בְּבֹֽאֲכֶם אֶל־הָאָרֶץ אֲשֶׁר אֲנִי מֵבִיא אֶתְכֶם שָֽׁמָּה׃ 18
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
וְהָיָה בַּאֲכָלְכֶם מִלֶּחֶם הָאָרֶץ תָּרִימוּ תְרוּמָה לַיהוָֽה׃ 19
ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
רֵאשִׁית עֲרִסֹתֵכֶם חַלָּה תָּרִימוּ תְרוּמָה כִּתְרוּמַת גֹּרֶן כֵּן תָּרִימוּ אֹתָֽהּ׃ 20
ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।
מֵרֵאשִׁית עֲרִסֹתֵיכֶם תִּתְּנוּ לַיהוָה תְּרוּמָה לְדֹרֹתֵיכֶֽם׃ 21
ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
וְכִי תִשְׁגּוּ וְלֹא תַעֲשׂוּ אֵת כָּל־הַמִּצְוֺת הָאֵלֶּה אֲשֶׁר־דִּבֶּר יְהוָה אֶל־מֹשֶֽׁה׃ 22
ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହି ସବୁ ଆଜ୍ଞା,
אֵת כָּל־אֲשֶׁר צִוָּה יְהוָה אֲלֵיכֶם בְּיַד־מֹשֶׁה מִן־הַיּוֹם אֲשֶׁר צִוָּה יְהוָה וָהָלְאָה לְדֹרֹתֵיכֶֽם׃ 23
ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁସବୁ ଆଜ୍ଞା ଦେଇଅଛନ୍ତି, ତାହାସବୁ ଯଦି ପାଳନ ନ କର;
וְהָיָה אִם מֵעֵינֵי הָעֵדָה נֶעֶשְׂתָה לִשְׁגָגָה וְעָשׂוּ כָל־הָעֵדָה פַּר בֶּן־בָּקָר אֶחָד לְעֹלָה לְרֵיחַ נִיחֹחַ לַֽיהוָה וּמִנְחָתוֹ וְנִסְכּוֹ כַּמִּשְׁפָּט וּשְׂעִיר־עִזִּים אֶחָד לְחַטָּֽת׃ 24
ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
וְכִפֶּר הַכֹּהֵן עַֽל־כָּל־עֲדַת בְּנֵי יִשְׂרָאֵל וְנִסְלַח לָהֶם כִּֽי־שְׁגָגָה הִוא וְהֵם הֵבִיאוּ אֶת־קָרְבָּנָם אִשֶּׁה לַֽיהוָה וְחַטָּאתָם לִפְנֵי יְהוָה עַל־שִׁגְגָתָֽם׃ 25
ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍‍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।
וְנִסְלַח לְכָל־עֲדַת בְּנֵי יִשְׂרָאֵל וְלַגֵּר הַגָּר בְּתוֹכָם כִּי לְכָל־הָעָם בִּשְׁגָגָֽה׃ 26
ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।
וְאִם־נֶפֶשׁ אַחַת תֶּחֱטָא בִשְׁגָגָה וְהִקְרִיבָה עֵז בַּת־שְׁנָתָהּ לְחַטָּֽאת׃ 27
ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ।
וְכִפֶּר הַכֹּהֵן עַל־הַנֶּפֶשׁ הַשֹּׁגֶגֶת בְּחֶטְאָה בִשְׁגָגָה לִפְנֵי יְהוָה לְכַפֵּר עָלָיו וְנִסְלַח לֽוֹ׃ 28
ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
הָֽאֶזְרָח בִּבְנֵי יִשְׂרָאֵל וְלַגֵּר הַגָּר בְּתוֹכָם תּוֹרָה אַחַת יִהְיֶה לָכֶם לָעֹשֶׂה בִּשְׁגָגָֽה׃ 29
ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
וְהַנֶּפֶשׁ אֲשֶֽׁר־תַּעֲשֶׂה ׀ בְּיָד רָמָה מִן־הָֽאֶזְרָח וּמִן־הַגֵּר אֶת־יְהוָה הוּא מְגַדֵּף וְנִכְרְתָה הַנֶּפֶשׁ הַהִוא מִקֶּרֶב עַמָּֽהּ׃ 30
ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
כִּי דְבַר־יְהוָה בָּזָה וְאֶת־מִצְוָתוֹ הֵפַר הִכָּרֵת ׀ תִּכָּרֵת הַנֶּפֶשׁ הַהִוא עֲוֺנָה בָֽהּ׃ 31
କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞାଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।”
וַיִּהְיוּ בְנֵֽי־יִשְׂרָאֵל בַּמִּדְבָּר וַֽיִּמְצְאוּ אִישׁ מְקֹשֵׁשׁ עֵצִים בְּיוֹם הַשַּׁבָּֽת׃ 32
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।
וַיַּקְרִיבוּ אֹתוֹ הַמֹּצְאִים אֹתוֹ מְקֹשֵׁשׁ עֵצִים אֶל־מֹשֶׁה וְאֶֽל־אַהֲרֹן וְאֶל כָּל־הָעֵדָֽה׃ 33
ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।
וַיַּנִּיחוּ אֹתוֹ בַּמִּשְׁמָר כִּי לֹא פֹרַשׁ מַה־יֵּעָשֶׂה לֽוֹ׃ 34
ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।
וַיֹּאמֶר יְהוָה אֶל־מֹשֶׁה מוֹת יוּמַת הָאִישׁ רָגוֹם אֹתוֹ בָֽאֲבָנִים כָּל־הָעֵדָה מִחוּץ לַֽמַּחֲנֶֽה׃ 35
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”
וַיֹּצִיאוּ אֹתוֹ כָּל־הָעֵדָה אֶל־מִחוּץ לַֽמַּחֲנֶה וַיִּרְגְּמוּ אֹתוֹ בָּאֲבָנִים וַיָּמֹת כַּאֲשֶׁר צִוָּה יְהוָה אֶת־מֹשֶֽׁה׃ 36
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।
וַיֹּאמֶר יְהוָה אֶל־מֹשֶׁה לֵּאמֹֽר׃ 37
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
דַּבֵּר אֶל־בְּנֵי יִשְׂרָאֵל וְאָמַרְתָּ אֲלֵהֶם וְעָשׂוּ לָהֶם צִיצִת עַל־כַּנְפֵי בִגְדֵיהֶם לְדֹרֹתָם וְנָֽתְנוּ עַל־צִיצִת הַכָּנָף פְּתִיל תְּכֵֽלֶת׃ 38
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
וְהָיָה לָכֶם לְצִיצִת וּרְאִיתֶם אֹתוֹ וּזְכַרְתֶּם אֶת־כָּל־מִצְוֺת יְהוָה וַעֲשִׂיתֶם אֹתָם וְלֹֽא־תָתֻרוּ אַחֲרֵי לְבַבְכֶם וְאַחֲרֵי עֵֽינֵיכֶם אֲשֶׁר־אַתֶּם זֹנִים אַחֲרֵיהֶֽם׃ 39
ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
לְמַעַן תִּזְכְּרוּ וַעֲשִׂיתֶם אֶת־כָּל־מִצְוֺתָי וִהְיִיתֶם קְדֹשִׁים לֵֽאלֹהֵיכֶֽם׃ 40
ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।
אֲנִי יְהוָה אֱלֹֽהֵיכֶם אֲשֶׁר הוֹצֵאתִי אֶתְכֶם מֵאֶרֶץ מִצְרַיִם לִהְיוֹת לָכֶם לֵאלֹהִים אֲנִי יְהוָה אֱלֹהֵיכֶֽם׃ 41
ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”

< במדבר 15 >