< תהילים 45 >

לַמְנַצֵּחַ עַל־שֹׁשַׁנִּים לִבְנֵי־קֹרַח מַשְׂכִּיל שִׁיר יְדִידֹֽת׃ רָחַשׁ לִבִּי ׀ דָּבָר טוֹב אֹמֵר אָנִי מַעֲשַׂי לְמֶלֶךְ לְשׁוֹנִי עֵט ׀ סוֹפֵר מָהִֽיר׃ 1
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍‍। ପ୍ରେମ ଗୀତ। ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
יָפְיָפִיתָ מִבְּנֵי אָדָם הוּצַק חֵן בְּשְׂפְתוֹתֶיךָ עַל־כֵּן בֵּֽרַכְךָ אֱלֹהִים לְעוֹלָֽם׃ 2
ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
חֲגֽוֹר־חַרְבְּךָ עַל־יָרֵךְ גִּבּוֹר הוֹדְךָ וַהֲדָרֶֽךָ׃ 3
ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।
וַהֲדָרְךָ ׀ צְלַח רְכַב עַֽל־דְּבַר־אֱמֶת וְעַנְוָה־צֶדֶק וְתוֹרְךָ נוֹרָאוֹת יְמִינֶֽךָ׃ 4
ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।
חִצֶּיךָ שְׁנוּנִים עַמִּים תַּחְתֶּיךָ יִפְּלוּ בְּלֵב אוֹיְבֵי הַמֶּֽלֶךְ׃ 5
ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।
כִּסְאֲךָ אֱלֹהִים עוֹלָם וָעֶד שֵׁבֶט מִישֹׁר שֵׁבֶט מַלְכוּתֶֽךָ׃ 6
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
אָהַבְתָּ צֶּדֶק וַתִּשְׂנָא רֶשַׁע עַל־כֵּן ׀ מְשָׁחֲךָ אֱלֹהִים אֱלֹהֶיךָ שֶׁמֶן שָׂשׂוֹן מֵֽחֲבֵרֶֽיךָ׃ 7
ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
מֹר־וַאֲהָלוֹת קְצִיעוֹת כָּל־בִּגְדֹתֶיךָ מִֽן־הֵיכְלֵי שֵׁן מִנִּי שִׂמְּחֽוּךָ׃ 8
ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
בְּנוֹת מְלָכִים בְּיִקְּרוֹתֶיךָ נִצְּבָה שֵׁגַל לִֽימִינְךָ בְּכֶתֶם אוֹפִֽיר׃ 9
ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
שִׁמְעִי־בַת וּרְאִי וְהַטִּי אָזְנֵךְ וְשִׁכְחִי עַמֵּךְ וּבֵית אָבִֽיךְ׃ 10
ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
וְיִתְאָו הַמֶּלֶךְ יָפְיֵךְ כִּי־הוּא אֲדֹנַיִךְ וְהִשְׁתַּֽחֲוִי־לֽוֹ׃ 11
ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
וּבַֽת־צֹר ׀ בְּמִנְחָה פָּנַיִךְ יְחַלּוּ עֲשִׁירֵי עָֽם׃ 12
ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ।
כָּל־כְּבוּדָּה בַת־מֶלֶךְ פְּנִימָה מִֽמִּשְׁבְּצוֹת זָהָב לְבוּשָֽׁהּ׃ 13
ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
לִרְקָמוֹת תּוּבַל לַמֶּלֶךְ בְּתוּלוֹת אַחֲרֶיהָ רֵעוֹתֶיהָ מוּבָאוֹת לָֽךְ׃ 14
ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍‍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
תּוּבַלְנָה בִּשְׂמָחֹת וָגִיל תְּבֹאֶינָה בְּהֵיכַל מֶֽלֶךְ׃ 15
ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
תַּחַת אֲבֹתֶיךָ יִהְיוּ בָנֶיךָ תְּשִׁיתֵמוֹ לְשָׂרִים בְּכָל־הָאָֽרֶץ׃ 16
ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।
אַזְכִּירָה שִׁמְךָ בְּכָל־דֹּר וָדֹר עַל־כֵּן עַמִּים יְהוֹדֻךָ לְעֹלָם וָעֶֽד׃ 17
ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।

< תהילים 45 >