< תהילים 61 >
לַמְנַצֵּחַ ׀ עַֽל־נְגִינַת לְדָוִֽד׃ שִׁמְעָה אֱלֹהִים רִנָּתִי הַקְשִׁיבָה תְּפִלָּתִֽי׃ | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର।
מִקְצֵה הָאָרֶץ ׀ אֵלֶיךָ אֶקְרָא בַּעֲטֹף לִבִּי בְּצוּר־יָרוּם מִמֶּנִּי תַנְחֵֽנִי׃ | 2 |
ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
כִּֽי־הָיִיתָ מַחְסֶה לִי מִגְדַּל־עֹז מִפְּנֵי אוֹיֵֽב׃ | 3 |
କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
אָגוּרָה בְאָהָלְךָ עוֹלָמִים אֶֽחֱסֶה בְסֵתֶר כְּנָפֶיךָ סֶּֽלָה׃ | 4 |
ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
כִּֽי־אַתָּה אֱלֹהִים שָׁמַעְתָּ לִנְדָרָי נָתַתָּ יְרֻשַּׁת יִרְאֵי שְׁמֶֽךָ׃ | 5 |
କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।
יָמִים עַל־יְמֵי־מֶלֶךְ תּוֹסִיף שְׁנוֹתָיו כְּמוֹ־דֹר וָדֹֽר׃ | 6 |
ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।
יֵשֵׁב עוֹלָם לִפְנֵי אֱלֹהִים חֶסֶד וֶאֱמֶת מַן יִנְצְרֻֽהוּ׃ | 7 |
ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।
כֵּן אֲזַמְּרָה שִׁמְךָ לָעַד לְֽשַׁלְּמִי נְדָרַי יוֹם ׀ יֽוֹם׃ | 8 |
ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।