< תהילים 70 >
לַמְנַצֵּחַ לְדָוִד לְהַזְכִּֽיר׃ אֱלֹהִים לְהַצִּילֵנִי יְהוָה לְעֶזְרָתִי חֽוּשָֽׁה׃ | 1 |
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ। ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।
יֵבֹשׁוּ וְיַחְפְּרוּ מְבַקְשֵׁי נַפְשִׁי יִסֹּגוּ אָחוֹר וְיִכָּלְמוּ חֲפֵצֵי רָעָתִֽי׃ | 2 |
ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।
יָשׁוּבוּ עַל־עֵקֶב בָּשְׁתָּם הָאֹמְרִים הֶאָח ׀ הֶאָֽח׃ | 3 |
ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।
יָשִׂישׂוּ וְיִשְׂמְחוּ ׀ בְּךָ כָּֽל־מְבַקְשֶׁיךָ וְיֹאמְרוּ תָמִיד יִגְדַּל אֱלֹהִים אֹהֲבֵי יְשׁוּעָתֶֽךָ׃ | 4 |
ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,
וַאֲנִי ׀ עָנִי וְאֶבְיוֹן אֱלֹהִים חֽוּשָׁה־לִּי עֶזְרִי וּמְפַלְטִי אַתָּה יְהוָה אַל־תְּאַחַֽר׃ | 5 |
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।