< 1 שְׁמוּאֵל 21 >
וַיָּ֖קָם וַיֵּלַ֑ךְ וִיהוֹנָתָ֖ן בָּ֥א הָעִֽיר׃ וַיָּבֹ֤א דָוִד֙ נֹ֔בֶה אֶל־אֲחִימֶ֖לֶךְ הַכֹּהֵ֑ן וַיֶּחֱרַ֨ד אֲחִימֶ֜לֶךְ לִקְרַ֣את דָּוִ֗ד וַיֹּ֤אמֶר לוֹ֙ מַדּ֤וּעַ אַתָּה֙ לְבַדֶּ֔ךָ וְאִ֖ישׁ אֵ֥ין אִתָּֽךְ׃ | 1 |
ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”
וַיֹּ֨אמֶר דָּוִ֜ד לַאֲחִימֶ֣לֶךְ הַכֹּהֵ֗ן הַמֶּלֶךְ֮ צִוַּ֣נִי דָבָר֒ וַיֹּ֣אמֶר אֵלַ֗י אִ֣ישׁ אַל־יֵ֧דַע מְא֛וּמָה אֶת־הַדָּבָ֛ר אֲשֶׁר־אָנֹכִ֥י שֹׁלֵֽחֲךָ֖ וַאֲשֶׁ֣ר צִוִּיתִ֑ךָ וְאֶת־הַנְּעָרִ֣ים יוֹדַ֔עְתִּי אֶל־מְק֥וֹם פְּלֹנִ֖י אַלְמוֹנִֽי׃ | 2 |
ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।
וְעַתָּ֗ה מַה־יֵּ֧שׁ תַּֽחַת־יָדְךָ֛ חֲמִשָּׁה־לֶ֖חֶם תְּנָ֣ה בְיָדִ֑י א֖וֹ הַנִּמְצָֽא׃ | 3 |
ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”
וַיַּ֨עַן הַכֹּהֵ֤ן אֶת־דָּוִד֙ וַיֹּ֔אמֶר אֵֽין־לֶ֥חֶם חֹ֖ל אֶל־תַּ֣חַת יָדִ֑י כִּֽי־אִם־לֶ֤חֶם קֹ֙דֶשׁ֙ יֵ֔שׁ אִם־נִשְׁמְר֥וּ הַנְּעָרִ֖ים אַ֥ךְ מֵאִשָּֽׁה׃ פ | 4 |
ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”
וַיַּעַן֩ דָּוִ֨ד אֶת־הַכֹּהֵ֜ן וַיֹּ֣אמֶר ל֗וֹ כִּ֣י אִם־אִשָּׁ֤ה עֲצֻֽרָה־לָ֙נוּ֙ כִּתְמ֣וֹל שִׁלְשֹׁ֔ם בְּצֵאתִ֕י וַיִּהְי֥וּ כְלֵֽי־הַנְּעָרִ֖ים קֹ֑דֶשׁ וְהוּא֙ דֶּ֣רֶךְ חֹ֔ל וְאַ֕ף כִּ֥י הַיּ֖וֹם יִקְדַּ֥שׁ בַּכֶּֽלִי׃ | 5 |
ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”
וַיִּתֶּן־ל֥וֹ הַכֹּהֵ֖ן קֹ֑דֶשׁ כִּי֩ לֹא־הָ֨יָה שָׁ֜ם לֶ֗חֶם כִּֽי־אִם־לֶ֤חֶם הַפָּנִים֙ הַמּֽוּסָרִים֙ מִלִּפְנֵ֣י יְהוָ֔ה לָשׂוּם֙ לֶ֣חֶם חֹ֔ם בְּי֖וֹם הִלָּקְחֽוֹ׃ | 6 |
ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।
וְשָׁ֡ם אִישׁ֩ מֵעַבְדֵ֨י שָׁא֜וּל בַּיּ֣וֹם הַה֗וּא נֶעְצָר֙ לִפְנֵ֣י יְהוָ֔ה וּשְׁמ֖וֹ דֹּאֵ֣ג הָאֲדֹמִ֑י אַבִּ֥יר הָרֹעִ֖ים אֲשֶׁ֥ר לְשָׁאֽוּל׃ | 7 |
ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
וַיֹּ֤אמֶר דָּוִד֙ לַאֲחִימֶ֔לֶךְ וְאִ֛ין יֶשׁ־פֹּ֥ה תַֽחַת־יָדְךָ֖ חֲנִ֣ית אוֹ־חָ֑רֶב כִּ֣י גַם־חַרְבִּ֤י וְגַם־כֵּלַי֙ לֹֽא־לָקַ֣חְתִּי בְיָדִ֔י כִּֽי־הָיָ֥ה דְבַר־הַמֶּ֖לֶךְ נָחֽוּץ׃ ס | 8 |
ପୁଣି, ଦାଉଦ ଅହୀମେଲକ୍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”
וַיֹּ֣אמֶר הַכֹּהֵ֗ן חֶרֶב֩ גָּלְיָ֨ת הַפְּלִשְׁתִּ֜י אֲשֶׁר־הִכִּ֣יתָ ׀ בְּעֵ֣מֶק הָאֵלָ֗ה הִנֵּה־הִ֞יא לוּטָ֣ה בַשִּׂמְלָה֮ אַחֲרֵ֣י הָאֵפוֹד֒ אִם־אֹתָ֤הּ תִּֽקַּח־לְךָ֙ קָ֔ח כִּ֣י אֵ֥ין אַחֶ֛רֶת זוּלָתָ֖הּ בָּזֶ֑ה וַיֹּ֧אמֶר דָּוִ֛ד אֵ֥ין כָּמ֖וֹהָ תְּנֶ֥נָּה לִּֽי׃ | 9 |
ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”
וַיָּ֣קָם דָּוִ֔ד וַיִּבְרַ֥ח בַּיּוֹם־הַה֖וּא מִפְּנֵ֣י שָׁא֑וּל וַיָּבֹ֕א אֶל־אָכִ֖ישׁ מֶ֥לֶךְ גַּֽת׃ | 10 |
ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍ର ରାଜା ଆଖୀଶ୍ ନିକଟକୁ ଗଲେ।
וַיֹּ֨אמְר֜וּ עַבְדֵ֤י אָכִישׁ֙ אֵלָ֔יו הֲלוֹא־זֶ֥ה דָוִ֖ד מֶ֣לֶךְ הָאָ֑רֶץ הֲל֣וֹא לָזֶ֗ה יַעֲנ֤וּ בַמְּחֹלוֹת֙ לֵאמֹ֔ר הִכָּ֤ה שָׁאוּל֙ באלפו וְדָוִ֖ד ברבבתו׃ | 11 |
ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
וַיָּ֧שֶׂם דָּוִ֛ד אֶת־הַדְּבָרִ֥ים הָאֵ֖לֶּה בִּלְבָב֑וֹ וַיִּרָ֣א מְאֹ֔ד מִפְּנֵ֖י אָכִ֥ישׁ מֶֽלֶךְ־גַּֽת׃ | 12 |
ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍ର ରାଜା ଆଖୀଶ୍କୁ ବଡ଼ ଭୟ କଲେ।
וַיְשַׁנּ֤וֹ אֶת־טַעְמוֹ֙ בְּעֵ֣ינֵיהֶ֔ם וַיִּתְהֹלֵ֖ל בְּיָדָ֑ם ויתו עַל־דַּלְת֣וֹת הַשַּׁ֔עַר וַיּ֥וֹרֶד רִיר֖וֹ אֶל־זְקָנֽוֹ׃ | 13 |
ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
וַיֹּ֥אמֶר אָכִ֖ישׁ אֶל־עֲבָדָ֑יו הִנֵּ֤ה תִרְאוּ֙ אִ֣ישׁ מִשְׁתַּגֵּ֔עַ לָ֛מָּה תָּבִ֥יאוּ אֹת֖וֹ אֵלָֽי׃ | 14 |
ତହିଁରେ ଆଖୀଶ୍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?
חֲסַ֤ר מְשֻׁגָּעִים֙ אָ֔נִי כִּי־הֲבֵאתֶ֣ם אֶת־זֶ֔ה לְהִשְׁתַּגֵּ֖עַ עָלָ֑י הֲזֶ֖ה יָב֥וֹא אֶל־בֵּיתִֽי׃ ס | 15 |
ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”