< יְחֶזְקֵאל 13 >
וַיְהִ֥י דְבַר־יְהוָ֖ה אֵלַ֥י לֵאמֹֽר׃ | 1 |
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ,
בֶּן־אָדָ֕ם הִנָּבֵ֛א אֶל־נְבִיאֵ֥י יִשְׂרָאֵ֖ל הַנִּבָּאִ֑ים וְאָֽמַרְתָּ֙ לִנְבִיאֵ֣י מִלִּבָּ֔ם שִׁמְע֖וּ דְּבַר־יְהוָֽה׃ | 2 |
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’
כֹּ֤ה אָמַר֙ אֲדֹנָ֣י יְהוִ֔ה ה֖וֹי עַל־הַנְּבִיאִ֣ים הַנְּבָלִ֑ים אֲשֶׁ֥ר הֹלְכִ֛ים אַחַ֥ר רוּחָ֖ם וּלְבִלְתִּ֥י רָאֽוּ׃ | 3 |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।
כְּשֻׁעָלִ֖ים בָּחֳרָב֑וֹת נְבִיאֶ֥יךָ יִשְׂרָאֵ֖ל הָיֽוּ׃ | 4 |
ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ଉଜଡ଼ା ସ୍ଥାନର ବିଲୁଆ ତୁଲ୍ୟ ହୋଇଅଛନ୍ତି।
לֹ֤א עֲלִיתֶם֙ בַּפְּרָצ֔וֹת וַתִּגְדְּר֥וּ גָדֵ֖ר עַל־בֵּ֣ית יִשְׂרָאֵ֑ל לַעֲמֹ֥ד בַּמִּלְחָמָ֖ה בְּי֥וֹם יְהוָֽה׃ | 5 |
ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।
חָ֤זוּ שָׁוְא֙ וְקֶ֣סֶם כָּזָ֔ב הָאֹֽמְרִים֙ נְאֻם־יְהוָ֔ה וַֽיהוָ֖ה לֹ֣א שְׁלָחָ֑ם וְיִֽחֲל֖וּ לְקַיֵּ֥ם דָּבָֽר׃ | 6 |
‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
הֲל֤וֹא מַֽחֲזֵה־שָׁוְא֙ חֲזִיתֶ֔ם וּמִקְסַ֥ם כָּזָ֖ב אֲמַרְתֶּ֑ם וְאֹֽמְרִים֙ נְאֻם־יְהוָ֔ה וַאֲנִ֖י לֹ֥א דִבַּֽרְתִּי׃ ס | 7 |
ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”
לָכֵ֗ן כֹּ֤ה אָמַר֙ אֲדֹנָ֣י יְהוִ֔ה יַ֚עַן דַּבֶּרְכֶ֣ם שָׁ֔וְא וַחֲזִיתֶ֖ם כָּזָ֑ב לָכֵן֙ הִנְנִ֣י אֲלֵיכֶ֔ם נְאֻ֖ם אֲדֹנָ֥י יְהוִֽה׃ | 8 |
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
וְהָיְתָ֣ה יָדִ֗י אֶֽל־הַנְּבִיאִ֞ים הַחֹזִ֣ים שָׁוְא֮ וְהַקֹּסְמִ֣ים כָּזָב֒ בְּס֧וֹד עַמִּ֣י לֹֽא־יִהְי֗וּ וּבִכְתָ֤ב בֵּֽית־יִשְׂרָאֵל֙ לֹ֣א יִכָּתֵ֔בוּ וְאֶל־אַדְמַ֥ת יִשְׂרָאֵ֖ל לֹ֣א יָבֹ֑אוּ וִידַעְתֶּ֕ם כִּ֥י אֲנִ֖י אֲדֹנָ֥י יְהוִֽה׃ | 9 |
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
יַ֣עַן וּבְיַ֜עַן הִטְע֧וּ אֶת־עַמִּ֛י לֵאמֹ֥ר שָׁל֖וֹם וְאֵ֣ין שָׁל֑וֹם וְהוּא֙ בֹּ֣נֶה חַ֔יִץ וְהִנָּ֛ם טָחִ֥ים אֹת֖וֹ תָּפֵֽל׃ | 10 |
ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,
אֱמֹ֛ר אֶל־טָחֵ֥י תָפֵ֖ל וְיִפֹּ֑ל הָיָ֣ה ׀ גֶּ֣שֶׁם שׁוֹטֵ֗ף וְאַתֵּ֜נָה אַבְנֵ֤י אֶלְגָּבִישׁ֙ תִּפֹּ֔לְנָה וְר֥וּחַ סְעָר֖וֹת תְּבַקֵּֽעַ׃ | 11 |
ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଲାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।
וְהִנֵּ֖ה נָפַ֣ל הַקִּ֑יר הֲלוֹא֙ יֵאָמֵ֣ר אֲלֵיכֶ֔ם אַיֵּ֥ה הַטִּ֖יחַ אֲשֶׁ֥ר טַחְתֶּֽם׃ ס | 12 |
ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?
לָכֵ֗ן כֹּ֤ה אָמַר֙ אֲדֹנָ֣י יְהוִ֔ה וּבִקַּעְתִּ֥י רֽוּחַ־סְעָר֖וֹת בַּֽחֲמָתִ֑י וְגֶ֤שֶׁם שֹׁטֵף֙ בְּאַפִּ֣י יִֽהְיֶ֔ה וְאַבְנֵ֥י אֶלְגָּבִ֖ישׁ בְּחֵמָ֥ה לְכָלָֽה׃ | 13 |
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଲାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।
וְהָ֨רַסְתִּ֜י אֶת־הַקִּ֨יר אֲשֶׁר־טַחְתֶּ֥ם תָּפֵ֛ל וְהִגַּעְתִּ֥יהוּ אֶל־הָאָ֖רֶץ וְנִגְלָ֣ה יְסֹד֑וֹ וְנָֽפְלָה֙ וּכְלִיתֶ֣ם בְּתוֹכָ֔הּ וִֽידַעְתֶּ֖ם כִּֽי־אֲנִ֥י יְהוָֽה׃ | 14 |
ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
וְכִלֵּיתִ֤י אֶת־חֲמָתִי֙ בַּקִּ֔יר וּבַטָּחִ֥ים אֹת֖וֹ תָּפֵ֑ל וְאֹמַ֤ר לָכֶם֙ אֵ֣ין הַקִּ֔יר וְאֵ֖ין הַטָּחִ֥ים אֹתֽוֹ׃ | 15 |
ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
נְבִיאֵ֣י יִשְׂרָאֵ֗ל הַֽנִבְּאִים֙ אֶל־יְר֣וּשָׁלִַ֔ם וְהַחֹזִ֥ים לָ֖הּ חֲז֣וֹן שָׁלֹ֑ם וְאֵ֣ין שָׁלֹ֔ם נְאֻ֖ם אֲדֹנָ֥י יְהֹוִֽה׃ פ | 16 |
ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
וְאַתָּ֣ה בֶן־אָדָ֗ם שִׂ֤ים פָּנֶ֙יךָ֙ אֶל־בְּנ֣וֹת עַמְּךָ֔ הַמִּֽתְנַבְּא֖וֹת מִֽלִּבְּהֶ֑ן וְהִנָּבֵ֖א עֲלֵיהֶֽן׃ | 17 |
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
וְאָמַרְתָּ֞ כֹּה־אָמַ֣ר ׀ אֲדֹנָ֣י יְהוִ֗ה הוֹי֩ לִֽמְתַפְּר֨וֹת כְּסָת֜וֹת עַ֣ל ׀ כָּל־אַצִּילֵ֣י יָדַ֗י וְעֹשׂ֧וֹת הַמִּסְפָּח֛וֹת עַל־רֹ֥אשׁ כָּל־קוֹמָ֖ה לְצוֹדֵ֣ד נְפָשׁ֑וֹת הַנְּפָשׁוֹת֙ תְּצוֹדֵ֣דְנָה לְעַמִּ֔י וּנְפָשׁ֖וֹת לָכֶ֥נָה תְחַיֶּֽינָה׃ | 18 |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ?
וַתְּחַלֶּלְ֨נָה אֹתִ֜י אֶל־עַמִּ֗י בְּשַׁעֲלֵ֣י שְׂעֹרִים֮ וּבִפְת֣וֹתֵי לֶחֶם֒ לְהָמִ֤ית נְפָשׁוֹת֙ אֲשֶׁ֣ר לֹֽא־תְמוּתֶ֔נָה וּלְחַיּ֥וֹת נְפָשׁ֖וֹת אֲשֶׁ֣ר לֹא־תִֽחְיֶ֑ינָה בְּכַ֨זֶּבְכֶ֔ם לְעַמִּ֖י שֹׁמְעֵ֥י כָזָֽב׃ ס | 19 |
ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
לָכֵ֞ן כֹּה־אָמַ֣ר ׀ אֲדֹנָ֣י יְהוִ֗ה הִנְנִ֤י אֶל־כִּסְּתוֹתֵיכֶ֙נָה֙ אֲשֶׁ֣ר אַ֠תֵּנָה מְצֹדְד֨וֹת שָׁ֤ם אֶת־הַנְּפָשׁוֹת֙ לְפֹ֣רְח֔וֹת וְקָרַעְתִּ֣י אֹתָ֔ם מֵעַ֖ל זְרוֹעֹֽתֵיכֶ֑ם וְשִׁלַּחְתִּי֙ אֶת־הַנְּפָשׁ֔וֹת אֲשֶׁ֥ר אַתֶּ֛ם מְצֹדְד֥וֹת אֶת־נְפָשִׁ֖ים לְפֹרְחֹֽת׃ | 20 |
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।
וְקָרַעְתִּ֞י אֶת־מִסְפְּחֹֽתֵיכֶ֗ם וְהִצַּלְתִּ֤י אֶת־עַמִּי֙ מִיֶּדְכֶ֔ן וְלֹֽא־יִהְי֥וּ ע֛וֹד בְּיֶדְכֶ֖ן לִמְצוּדָ֑ה וִֽידַעְתֶּ֖ן כִּֽי־אֲנִ֥י יְהוָֽה׃ | 21 |
ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
יַ֣עַן הַכְא֤וֹת לֵב־צַדִּיק֙ שֶׁ֔קֶר וַאֲנִ֖י לֹ֣א הִכְאַבְתִּ֑יו וּלְחַזֵּק֙ יְדֵ֣י רָשָׁ֔ע לְבִלְתִּי־שׁ֛וּב מִדַּרְכּ֥וֹ הָרָ֖ע לְהַחֲיֹתֽוֹ׃ | 22 |
ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
לָכֵ֗ן שָׁ֚וְא לֹ֣א תֶחֱזֶ֔ינָה וְקֶ֖סֶם לֹא־תִקְסַ֣מְנָה ע֑וֹד וְהִצַּלְתִּ֤י אֶת־עַמִּי֙ מִיֶּדְכֶ֔ן וִֽידַעְתֶּ֖ן כִּֽי־אֲנִ֥י יְהוָֽה׃ | 23 |
ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”