< יְשַׁעְיָהוּ 16 >
שִׁלְחוּ־כַ֥ר מֹשֵֽׁל־אֶ֖רֶץ מִסֶּ֣לַע מִדְבָּ֑רָה אֶל־הַ֖ר בַּת־צִיּֽוֹן׃ | 1 |
ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।
וְהָיָ֥ה כְעוֹף־נוֹדֵ֖ד קֵ֣ן מְשֻׁלָּ֑ח תִּֽהְיֶ֙ינָה֙ בְּנ֣וֹת מוֹאָ֔ב מַעְבָּרֹ֖ת לְאַרְנֽוֹן׃ | 2 |
କାରଣ ମୋୟାବର କନ୍ୟାଗଣ ଅର୍ଣ୍ଣୋନ ପାର ହେବାର ସମସ୍ତ ସ୍ଥାନରେ ଭ୍ରମଣକାରୀ ପକ୍ଷୀ ପରି ଓ ପକ୍ଷୀର ଛିନ୍ନଭିନ୍ନ ବସା ପରି ହେବେ।
הביאו עֵצָה֙ עֲשׂ֣וּ פְלִילָ֔ה שִׁ֧יתִי כַלַּ֛יִל צִלֵּ֖ךְ בְּת֣וֹךְ צָהֳרָ֑יִם סַתְּרִי֙ נִדָּחִ֔ים נֹדֵ֖ד אַל־תְּגַלִּֽי׃ | 3 |
ମନ୍ତ୍ରଣା ଦିଅ, ବିଚାର କର; ମଧ୍ୟାହ୍ନ କାଳର ଆପଣା ଛାୟାକୁ ରାତ୍ରି ତୁଲ୍ୟ କର; ବହିଷ୍କୃତ ଲୋକମାନଙ୍କୁ ଲୁଚାଅ; ଭ୍ରମଣକାରୀମାନଙ୍କୁ ପ୍ରକାଶ କର ନାହିଁ।
יָג֤וּרוּ בָךְ֙ נִדָּחַ֔י מוֹאָ֛ב הֱוִי־סֵ֥תֶר לָ֖מוֹ מִפְּנֵ֣י שׁוֹדֵ֑ד כִּֽי־אָפֵ֤ס הַמֵּץ֙ כָּ֣לָה שֹׁ֔ד תַּ֥מּוּ רֹמֵ֖ס מִן־הָאָֽרֶץ׃ | 4 |
ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟ ସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟକାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।
וְהוּכַ֤ן בַּחֶ֙סֶד֙ כִּסֵּ֔א וְיָשַׁ֥ב עָלָ֛יו בֶּאֱמֶ֖ת בְּאֹ֣הֶל דָּוִ֑ד שֹׁפֵ֛ט וְדֹרֵ֥שׁ מִשְׁפָּ֖ט וּמְהִ֥ר צֶֽדֶק׃ | 5 |
ପୁଣି, ଦୟାରେ ଏକ ସିଂହାସନ ସ୍ଥାପିତ ହେବ ଓ ଏକ ଜଣ ସତ୍ୟତାରେ ଦାଉଦଙ୍କର ତମ୍ବୁ ମଧ୍ୟରେ ତହିଁ ଉପରେ ଉପବିଷ୍ଟ ହେବେ; ସେ ନ୍ୟାୟ ଅନ୍ଵେଷଣ କରି ବିଚାର କରିବେ ଓ ଧର୍ମ ସାଧନ କରିବାରେ ସତ୍ୱର ହେବେ।
שָׁמַ֥עְנוּ גְאוֹן־מוֹאָ֖ב גֵּ֣א מְאֹ֑ד גַּאֲוָת֧וֹ וּגְאוֹנ֛וֹ וְעֶבְרָת֖וֹ לֹא־כֵ֥ן בַּדָּֽיו׃ ס | 6 |
ଆମ୍ଭେମାନେ ମୋୟାବର ଗର୍ବ ବିଷୟରେ ଶୁଣିଅଛୁ ଯେ, ସେ ଅତ୍ୟନ୍ତ ଗର୍ବୀ, ତାହାର ଅହଙ୍କାର ଓ ତାହାର ଗର୍ବ ଓ ତାହାର କୋପର କଥା ଶୁଣିଅଛୁ; ତାହାର ଦର୍ପ କିଛି ହିଁ ନୁହେଁ।
לָכֵ֗ן יְיֵלִ֥יל מוֹאָ֛ב לְמוֹאָ֖ב כֻּלֹּ֣ה יְיֵלִ֑יל לַאֲשִׁישֵׁ֧י קִיר־חֲרֶ֛שֶׂת תֶּהְגּ֖וּ אַךְ־נְכָאִֽים׃ | 7 |
ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।
כִּ֣י שַׁדְמוֹת֩ חֶשְׁבּ֨וֹן אֻמְלָ֜ל גֶּ֣פֶן שִׂבְמָ֗ה בַּעֲלֵ֤י גוֹיִם֙ הָלְמ֣וּ שְׂרוּקֶּ֔יהָ עַד־יַעְזֵ֥ר נָגָ֖עוּ תָּ֣עוּ מִדְבָּ֑ר שְׁלֻ֣חוֹתֶ֔יהָ נִטְּשׁ֖וּ עָ֥בְרוּ יָֽם׃ | 8 |
ଯେହେତୁ ହିଷ୍ବୋନ ସହରର କ୍ଷେତ୍ରସବୁ ଓ ସିବ୍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।
עַל־כֵּ֡ן אֶבְכֶּ֞ה בִּבְכִ֤י יַעְזֵר֙ גֶּ֣פֶן שִׂבְמָ֔ה אֲרַיָּ֙וֶךְ֙ דִּמְעָתִ֔י חֶשְׁבּ֖וֹן וְאֶלְעָלֵ֑ה כִּ֧י עַל־קֵיצֵ֛ךְ וְעַל־קְצִירֵ֖ךְ הֵידָ֥ד נָפָֽל׃ | 9 |
ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।
וְנֶאֱסַ֨ף שִׂמְחָ֤ה וָגִיל֙ מִן־הַכַּרְמֶ֔ל וּבַכְּרָמִ֥ים לֹֽא־יְרֻנָּ֖ן לֹ֣א יְרֹעָ֑ע יַ֗יִן בַּיְקָבִ֛ים לֹֽא־יִדְרֹ֥ךְ הַדֹּרֵ֖ךְ הֵידָ֥ד הִשְׁבַּֽתִּי׃ | 10 |
ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।
עַל־כֵּן֙ מֵעַ֣י לְמוֹאָ֔ב כַּכִּנּ֖וֹר יֶֽהֱמ֑וּ וְקִרְבִּ֖י לְקִ֥יר חָֽרֶשׂ׃ | 11 |
ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।
וְהָיָ֧ה כִֽי־נִרְאָ֛ה כִּֽי־נִלְאָ֥ה מוֹאָ֖ב עַל־הַבָּמָ֑ה וּבָ֧א אֶל־מִקְדָּשׁ֛וֹ לְהִתְפַּלֵּ֖ל וְלֹ֥א יוּכָֽל׃ | 12 |
ପୁଣି, ମୋୟାବ ଆପେ ଉପସ୍ଥିତ ହେବା ବେଳେ ଓ ଉଚ୍ଚସ୍ଥଳୀରେ ଆପଣାକୁ କ୍ଳାନ୍ତ କରି ପ୍ରାର୍ଥନା କରିବା ପାଇଁ ଧର୍ମଧାମରେ ପ୍ରବେଶ କରିବା ବେଳେ ସେ କୃତାର୍ଥ ହେବ ନାହିଁ।
זֶ֣ה הַדָּבָ֗ר אֲשֶׁ֨ר דִּבֶּ֧ר יְהוָ֛ה אֶל־מוֹאָ֖ב מֵאָֽז׃ | 13 |
ବିଗତ ସମୟରେ ସଦାପ୍ରଭୁ ମୋୟାବ ବିଷୟରେ ଏହି କଥା କହିଥିଲେ।
וְעַתָּ֗ה דִּבֶּ֣ר יְהוָה֮ לֵאמֹר֒ בְּשָׁלֹ֤שׁ שָׁנִים֙ כִּשְׁנֵ֣י שָׂכִ֔יר וְנִקְלָה֙ כְּב֣וֹד מוֹאָ֔ב בְּכֹ֖ל הֶהָמ֣וֹן הָרָ֑ב וּשְׁאָ֥ר מְעַ֛ט מִזְעָ֖ר ל֥וֹא כַבִּֽיר׃ ס | 14 |
ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, “ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।”