< תְהִלִּים 1 >

אַ֥שְֽׁרֵי־הָאִ֗ישׁ אֲשֶׁ֤ר ׀ לֹ֥א הָלַךְ֮ בַּעֲצַ֪ת רְשָׁ֫עִ֥ים וּבְדֶ֣רֶךְ חַ֭טָּאִים לֹ֥א עָמָ֑ד וּבְמוֹשַׁ֥ב לֵ֝צִ֗ים לֹ֣א יָשָֽׁב׃ 1
ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
כִּ֤י אִ֥ם בְּתוֹרַ֥ת יְהוָ֗ה חֶ֫פְצ֥וֹ וּֽבְתוֹרָת֥וֹ יֶהְגֶּ֗ה יוֹמָ֥ם וָלָֽיְלָה׃ 2
ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
וְֽהָיָ֗ה כְּעֵץ֮ שָׁת֪וּל עַֽל־פַּלְגֵ֫י מָ֥יִם אֲשֶׁ֤ר פִּרְי֨וֹ ׀ יִתֵּ֬ן בְּעִתּ֗וֹ וְעָלֵ֥הוּ לֹֽא־יִבּ֑וֹל וְכֹ֖ל אֲשֶׁר־יַעֲשֶׂ֣ה יַצְלִֽיחַ׃ 3
ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
לֹא־כֵ֥ן הָרְשָׁעִ֑ים כִּ֥י אִם־כַּ֝מֹּ֗ץ אֲֽשֶׁר־תִּדְּפֶ֥נּוּ רֽוּחַ׃ 4
ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
עַל־כֵּ֤ן ׀ לֹא־יָקֻ֣מוּ רְ֭שָׁעִים בַּמִּשְׁפָּ֑ט וְ֝חַטָּאִ֗ים בַּעֲדַ֥ת צַדִּיקִֽים׃ 5
ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।
כִּֽי־יוֹדֵ֣עַ יְ֭הוָה דֶּ֣רֶךְ צַדִּיקִ֑ים וְדֶ֖רֶךְ רְשָׁעִ֣ים תֹּאבֵֽד׃ 6
କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।

< תְהִלִּים 1 >