< שִׁיר הַשִּׁירִים 4 >

הִנָּ֨ךְ יָפָ֤ה רַעְיָתִי֙ הִנָּ֣ךְ יָפָ֔ה עֵינַ֣יִךְ יוֹנִ֔ים מִבַּ֖עַד לְצַמָּתֵ֑ךְ שַׂעְרֵךְ֙ כְּעֵ֣דֶר הָֽעִזִּ֔ים שֶׁגָּלְשׁ֖וּ מֵהַ֥ר גִּלְעָֽד׃ 1
ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
שִׁנַּ֙יִךְ֙ כְּעֵ֣דֶר הַקְּצוּב֔וֹת שֶׁעָל֖וּ מִן־הָרַחְצָ֑ה שֶׁכֻּלָּם֙ מַתְאִימ֔וֹת וְשַׁכֻּלָ֖ה אֵ֥ין בָּהֶֽם׃ 2
ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
כְּח֤וּט הַשָּׁנִי֙ שִׂפְתֹתַ֔יִךְ וּמִדְבָּרֵ֖יךְ נָאוֶ֑ה כְּפֶ֤לַח הָֽרִמּוֹן֙ רַקָּתֵ֔ךְ מִבַּ֖עַד לְצַמָּתֵֽךְ׃ 3
ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।
כְּמִגְדַּ֤ל דָּוִיד֙ צַוָּארֵ֔ךְ בָּנ֖וּי לְתַלְפִּיּ֑וֹת אֶ֤לֶף הַמָּגֵן֙ תָּל֣וּי עָלָ֔יו כֹּ֖ל שִׁלְטֵ֥י הַגִּבּוֹרִֽים׃ 4
ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।
שְׁנֵ֥י שָׁדַ֛יִךְ כִּשְׁנֵ֥י עֳפָרִ֖ים תְּאוֹמֵ֣י צְבִיָּ֑ה הָרוֹעִ֖ים בַּשּׁוֹשַׁנִּֽים׃ 5
କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
עַ֤ד שֶׁיָּפ֙וּחַ֙ הַיּ֔וֹם וְנָ֖סוּ הַצְּלָלִ֑ים אֵ֤לֶךְ לִי֙ אֶל־הַ֣ר הַמּ֔וֹר וְאֶל־גִּבְעַ֖ת הַלְּבוֹנָֽה׃ 6
ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
כֻּלָּ֤ךְ יָפָה֙ רַעְיָתִ֔י וּמ֖וּם אֵ֥ין בָּֽךְ׃ ס 7
ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
אִתִּ֤י מִלְּבָנוֹן֙ כַּלָּ֔ה אִתִּ֖י מִלְּבָנ֣וֹן תָּב֑וֹאִי תָּשׁ֣וּרִי ׀ מֵרֹ֣אשׁ אֲמָנָ֗ה מֵרֹ֤אשׁ שְׂנִיר֙ וְחֶרְמ֔וֹן מִמְּעֹנ֣וֹת אֲרָי֔וֹת מֵֽהַרְרֵ֖י נְמֵרִֽים׃ 8
ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
לִבַּבְתִּ֖נִי אֲחֹתִ֣י כַלָּ֑ה לִבַּבְתִּ֙ינִי֙ באחד מֵעֵינַ֔יִךְ בְּאַחַ֥ד עֲנָ֖ק מִצַּוְּרֹנָֽיִךְ׃ 9
ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।
מַה־יָּפ֥וּ דֹדַ֖יִךְ אֲחֹתִ֣י כַלָּ֑ה מַה־טֹּ֤בוּ דֹדַ֙יִךְ֙ מִיַּ֔יִן וְרֵ֥יחַ שְׁמָנַ֖יִךְ מִכָּל־בְּשָׂמִֽים׃ 10
ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!
נֹ֛פֶת תִּטֹּ֥פְנָה שִׂפְתוֹתַ֖יִךְ כַּלָּ֑ה דְּבַ֤שׁ וְחָלָב֙ תַּ֣חַת לְשׁוֹנֵ֔ךְ וְרֵ֥יחַ שַׂלְמֹתַ֖יִךְ כְּרֵ֥יחַ לְבָנֽוֹן׃ ס 11
ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।
גַּ֥ן ׀ נָע֖וּל אֲחֹתִ֣י כַלָּ֑ה גַּ֥ל נָע֖וּל מַעְיָ֥ן חָתֽוּם׃ 12
ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
שְׁלָחַ֙יִךְ֙ פַּרְדֵּ֣ס רִמּוֹנִ֔ים עִ֖ם פְּרִ֣י מְגָדִ֑ים כְּפָרִ֖ים עִם־נְרָדִֽים׃ 13
ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
נֵ֣רְדְּ ׀ וְכַרְכֹּ֗ם קָנֶה֙ וְקִנָּמ֔וֹן עִ֖ם כָּל־עֲצֵ֣י לְבוֹנָ֑ה מֹ֚ר וַאֲהָל֔וֹת עִ֖ם כָּל־רָאשֵׁ֥י בְשָׂמִֽים׃ 14
ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।
מַעְיַ֣ן גַּנִּ֔ים בְּאֵ֖ר מַ֣יִם חַיִּ֑ים וְנֹזְלִ֖ים מִן־לְבָנֽוֹן׃ 15
ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।
ע֤וּרִי צָפוֹן֙ וּב֣וֹאִי תֵימָ֔ן הָפִ֥יחִי גַנִּ֖י יִזְּל֣וּ בְשָׂמָ֑יו יָבֹ֤א דוֹדִי֙ לְגַנּ֔וֹ וְיֹאכַ֖ל פְּרִ֥י מְגָדָֽיו׃ 16
ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।

< שִׁיר הַשִּׁירִים 4 >