< זְכַרְיָה 9 >
מַשָּׂ֤א דְבַר־יְהוָה֙ בְּאֶ֣רֶץ חַדְרָ֔ךְ וְדַמֶּ֖שֶׂק מְנֻחָת֑וֹ כִּ֤י לַֽיהוָה֙ עֵ֣ין אָדָ֔ם וְכֹ֖ל שִׁבְטֵ֥י יִשְׂרָאֵֽל׃ | 1 |
ହଦ୍ରକ୍ ଦେଶ ପ୍ରତି ଓ ଦମ୍ମେଶକ ତହିଁର ବିଶ୍ରାମ-ସ୍ଥାନ ପ୍ରତି ସଦାପ୍ରଭୁଙ୍କର ବାକ୍ୟ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ ବଂଶର ଦୃଷ୍ଟି ସଦାପ୍ରଭୁଙ୍କ ପ୍ରତି ଅଛି।
וְגַם־חֲמָ֖ת תִּגְבָּל־בָּ֑הּ צֹ֣ר וְצִיד֔וֹן כִּ֥י חָֽכְמָ֖ה מְאֹֽד׃ | 2 |
ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍ ଓ ସୋର ଓ ସୀଦୋନ ଅତି ଜ୍ଞାନୀ ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।
וַתִּ֥בֶן צֹ֛ר מָצ֖וֹר לָ֑הּ וַתִּצְבָּר־כֶּ֙סֶף֙ כֶּֽעָפָ֔ר וְחָר֖וּץ כְּטִ֥יט חוּצֽוֹת׃ | 3 |
ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।
הִנֵּ֤ה אֲדֹנָי֙ יֽוֹרִשֶׁ֔נָּה וְהִכָּ֥ה בַיָּ֖ם חֵילָ֑הּ וְהִ֖יא בָּאֵ֥שׁ תֵּאָכֵֽל׃ | 4 |
ଦେଖ, ପ୍ରଭୁ ତାହାକୁ ପ୍ରତ୍ୟାଖ୍ୟାନ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ବିନାଶ କରିବେ; ଆଉ, ଅଗ୍ନି ଦ୍ୱାରା ସେ ଗ୍ରାସିତ ହେବ।
תֵּרֶ֨א אַשְׁקְל֜וֹן וְתִירָ֗א וְעַזָּה֙ וְתָחִ֣יל מְאֹ֔ד וְעֶקְר֖וֹן כִּֽי־הֹבִ֣ישׁ מֶבָּטָ֑הּ וְאָ֤בַד מֶ֙לֶךְ֙ מֵֽעַזָּ֔ה וְאַשְׁקְל֖וֹן לֹ֥א תֵשֵֽׁב׃ | 5 |
ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।
וְיָשַׁ֥ב מַמְזֵ֖ר בְּאַשְׁדּ֑וֹד וְהִכְרַתִּ֖י גְּא֥וֹן פְּלִשְׁתִּֽים׃ | 6 |
ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।
וַהֲסִרֹתִ֨י דָמָ֜יו מִפִּ֗יו וְשִׁקֻּצָיו֙ מִבֵּ֣ין שִׁנָּ֔יו וְנִשְׁאַ֥ר גַּם־ה֖וּא לֵֽאלֹהֵ֑ינוּ וְהָיָה֙ כְּאַלֻּ֣ף בִּֽיהוּדָ֔ה וְעֶקְר֖וֹן כִּיבוּסִֽי׃ | 7 |
ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।
וְחָנִ֨יתִי לְבֵיתִ֤י מִצָּבָה֙ מֵעֹבֵ֣ר וּמִשָּׁ֔ב וְלֹֽא־יַעֲבֹ֧ר עֲלֵיהֶ֛ם ע֖וֹד נֹגֵ֑שׂ כִּ֥י עַתָּ֖ה רָאִ֥יתִי בְעֵינָֽי׃ ס | 8 |
ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।
גִּילִ֨י מְאֹ֜ד בַּת־צִיּ֗וֹן הָרִ֙יעִי֙ בַּ֣ת יְרוּשָׁלִַ֔ם הִנֵּ֤ה מַלְכֵּךְ֙ יָ֣בוֹא לָ֔ךְ צַדִּ֥יק וְנוֹשָׁ֖ע ה֑וּא עָנִי֙ וְרֹכֵ֣ב עַל־חֲמ֔וֹר וְעַל־עַ֖יִר בֶּן־אֲתֹנֽוֹת׃ | 9 |
ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
וְהִכְרַתִּי־רֶ֣כֶב מֵאֶפְרַ֗יִם וְסוּס֙ מִיר֣וּשָׁלִַ֔ם וְנִכְרְתָה֙ קֶ֣שֶׁת מִלְחָמָ֔ה וְדִבֶּ֥ר שָׁל֖וֹם לַגּוֹיִ֑ם וּמָשְׁלוֹ֙ מִיָּ֣ם עַד־יָ֔ם וּמִנָּהָ֖ר עַד־אַפְסֵי־אָֽרֶץ׃ | 10 |
ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
גַּם־אַ֣תְּ בְּדַם־בְּרִיתֵ֗ךְ שִׁלַּ֤חְתִּי אֲסִירַ֙יִךְ֙ מִבּ֔וֹר אֵ֥ין מַ֖יִם בּֽוֹ׃ | 11 |
ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।
שׁ֚וּבוּ לְבִצָּר֔וֹן אֲסִירֵ֖י הַתִּקְוָ֑ה גַּם־הַיּ֕וֹם מַגִּ֥יד מִשְׁנֶ֖ה אָשִׁ֥יב לָֽךְ׃ | 12 |
ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ।
כִּֽי־דָרַ֨כְתִּי לִ֜י יְהוּדָ֗ה קֶ֚שֶׁת מִלֵּ֣אתִי אֶפְרַ֔יִם וְעוֹרַרְתִּ֤י בָנַ֙יִךְ֙ צִיּ֔וֹן עַל־בָּנַ֖יִךְ יָוָ֑ן וְשַׂמְתִּ֖יךְ כְּחֶ֥רֶב גִּבּֽוֹר׃ | 13 |
କାରଣ ଆମ୍ଭେ ଆପଣା ନିମନ୍ତେ ଧନୁ ସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀର ସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।
וַֽיהוָה֙ עֲלֵיהֶ֣ם יֵֽרָאֶ֔ה וְיָצָ֥א כַבָּרָ֖ק חִצּ֑וֹ וַֽאדֹנָ֤י יְהֹוִה֙ בַּשּׁוֹפָ֣ר יִתְקָ֔ע וְהָלַ֖ךְ בְּסַעֲר֥וֹת תֵּימָֽן׃ | 14 |
ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
יְהוָ֣ה צְבָאוֹת֮ יָגֵ֣ן עֲלֵיהֶם֒ וְאָכְל֗וּ וְכָֽבְשׁוּ֙ אַבְנֵי־קֶ֔לַע וְשָׁת֥וּ הָמ֖וּ כְּמוֹ־יָ֑יִן וּמָֽלְאוּ֙ כַּמִּזְרָ֔ק כְּזָוִיּ֖וֹת מִזְבֵּֽחַ׃ | 15 |
ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
וְֽהוֹשִׁיעָ֞ם יְהוָ֧ה אֱלֹהֵיהֶ֛ם בַּיּ֥וֹם הַה֖וּא כְּצֹ֣אן עַמּ֑וֹ כִּ֚י אַבְנֵי־נֵ֔זֶר מִֽתְנוֹסְס֖וֹת עַל־אַדְמָתֽוֹ ׃ | 16 |
ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତର ସ୍ୱରୂପ ତାହାଙ୍କ ଦେଶର ଊର୍ଦ୍ଧ୍ୱରେ ଉତ୍ଥାପିତ ହେବେ।
כִּ֥י מַה־טּוּב֖וֹ וּמַה־יָפְי֑וֹ דָּגָן֙ בַּֽחוּרִ֔ים וְתִיר֖וֹשׁ יְנוֹבֵ֥ב בְּתֻלֽוֹת׃ | 17 |
ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।