< דברי הימים ב 30 >
וישלח יחזקיהו על כל ישראל ויהודה וגם אגרות כתב על אפרים ומנשה לבוא לבית יהוה בירושלם לעשות פסח ליהוה אלהי ישראל׃ | 1 |
ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ।
ויועץ המלך ושריו וכל הקהל בירושלם לעשות הפסח בחדש השני׃ | 2 |
କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।
כי לא יכלו לעשתו בעת ההיא כי הכהנים לא התקדשו למדי והעם לא נאספו לירושלם׃ | 3 |
କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରିପାରି ନ ଥିଲେ।
ויישר הדבר בעיני המלך ובעיני כל הקהל׃ | 4 |
ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା।
ויעמידו דבר להעביר קול בכל ישראל מבאר שבע ועד דן לבוא לעשות פסח ליהוה אלהי ישראל בירושלם כי לא לרב עשו ככתוב׃ | 5 |
ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ।
וילכו הרצים באגרות מיד המלך ושריו בכל ישראל ויהודה וכמצות המלך לאמר בני ישראל שובו אל יהוה אלהי אברהם יצחק וישראל וישב אל הפליטה הנשארת לכם מכף מלכי אשור׃ | 6 |
ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।
ואל תהיו כאבותיכם וכאחיכם אשר מעלו ביהוה אלהי אבותיהם ויתנם לשמה כאשר אתם ראים׃ | 7 |
ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।
עתה אל תקשו ערפכם כאבותיכם תנו יד ליהוה ובאו למקדשו אשר הקדיש לעולם ועבדו את יהוה אלהיכם וישב מכם חרון אפו׃ | 8 |
ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।
כי בשובכם על יהוה אחיכם ובניכם לרחמים לפני שוביהם ולשוב לארץ הזאת כי חנון ורחום יהוה אלהיכם ולא יסיר פנים מכם אם תשובו אליו׃ | 9 |
କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”
ויהיו הרצים עברים מעיר לעיר בארץ אפרים ומנשה ועד זבלון ויהיו משחיקים עליהם ומלעגים בם׃ | 10 |
ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ।
אך אנשים מאשר ומנשה ומזבלון נכנעו ויבאו לירושלם׃ | 11 |
ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ।
גם ביהודה היתה יד האלהים לתת להם לב אחד לעשות מצות המלך והשרים בדבר יהוה׃ | 12 |
ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
ויאספו ירושלם עם רב לעשות את חג המצות בחדש השני קהל לרב מאד׃ | 13 |
ତହୁଁ ଦ୍ୱିତୀୟ ମାସରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ।
ויקמו ויסירו את המזבחות אשר בירושלם ואת כל המקטרות הסירו וישליכו לנחל קדרון׃ | 14 |
ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ।
וישחטו הפסח בארבעה עשר לחדש השני והכהנים והלוים נכלמו ויתקדשו ויביאו עלות בית יהוה׃ | 15 |
ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ।
ויעמדו על עמדם כמשפטם כתורת משה איש האלהים הכהנים זרקים את הדם מיד הלוים׃ | 16 |
ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।
כי רבת בקהל אשר לא התקדשו והלוים על שחיטת הפסחים לכל לא טהור להקדיש ליהוה׃ | 17 |
କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା।
כי מרבית העם רבת מאפרים ומנשה יששכר וזבלון לא הטהרו כי אכלו את הפסח בלא ככתוב כי התפלל יחזקיהו עליהם לאמר יהוה הטוב יכפר בעד׃ | 18 |
ଅସଂଖ୍ୟ ଲୋକ, ଅର୍ଥାତ୍, ଇଫ୍ରୟିମ ଓ ମନଃଶି, ଇଷାଖର ଓ ସବୂଲୂନ ମଧ୍ୟରୁ ଅନେକେ ଆପଣାମାନଙ୍କୁ ଶୁଚି କରି ନ ଥିଲେ, ତଥାପି ସେମାନେ ଲେଖାର ବିପରୀତରେ ନିସ୍ତାର ପର୍ବର ବଳି ଭୋଜନ କଲେ। କାରଣ ହିଜକୀୟ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରି ଏହା କହିଥିଲେ,
כל לבבו הכין לדרוש האלהים יהוה אלהי אבותיו ולא כטהרת הקדש׃ | 19 |
“ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।”
וישמע יהוה אל יחזקיהו וירפא את העם׃ | 20 |
ପୁଣି, ସଦାପ୍ରଭୁ ହିଜକୀୟଙ୍କର ବାକ୍ୟରେ କର୍ଣ୍ଣପାତ କଲେ ଓ ଲୋକମାନଙ୍କୁ ସୁସ୍ଥ କଲେ।
ויעשו בני ישראל הנמצאים בירושלם את חג המצות שבעת ימים בשמחה גדולה ומהללים ליהוה יום ביום הלוים והכהנים בכלי עז ליהוה׃ | 21 |
ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।
וידבר יחזקיהו על לב כל הלוים המשכילים שכל טוב ליהוה ויאכלו את המועד שבעת הימים מזבחים זבחי שלמים ומתודים ליהוה אלהי אבותיהם׃ | 22 |
ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକୀୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ।
ויועצו כל הקהל לעשות שבעת ימים אחרים ויעשו שבעת ימים שמחה׃ | 23 |
ଏଉତ୍ତାରେ ଆଉ ସାତ ଦିନ ପାଳନ କରିବା ପାଇଁ ସମଗ୍ର ସମାଜ ପରାମର୍ଶ କଲେ; ପୁଣି, ସେମାନେ ସେହି ସାତ ଦିନ ଆନନ୍ଦରେ ପାଳନ କଲେ।
כי חזקיהו מלך יהודה הרים לקהל אלף פרים ושבעת אלפים צאן והשרים הרימו לקהל פרים אלף וצאן עשרת אלפים ויתקדשו כהנים לרב׃ | 24 |
ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ।
וישמחו כל קהל יהודה והכהנים והלוים וכל הקהל הבאים מישראל והגרים הבאים מארץ ישראל והיושבים ביהודה׃ | 25 |
ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ।
ותהי שמחה גדולה בירושלם כי מימי שלמה בן דויד מלך ישראל לא כזאת בירושלם׃ | 26 |
ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା।
ויקמו הכהנים הלוים ויברכו את העם וישמע בקולם ותבוא תפלתם למעון קדשו לשמים׃ | 27 |
ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।