< מלכים ב 21 >

בן שתים עשרה שנה מנשה במלכו וחמשים וחמש שנה מלך בירושלם ושם אמו חפצי בה׃ 1
ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।
ויעש הרע בעיני יהוה כתועבת הגוים אשר הוריש יהוה מפני בני ישראל׃ 2
ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
וישב ויבן את הבמות אשר אבד חזקיהו אביו ויקם מזבחת לבעל ויעש אשרה כאשר עשה אחאב מלך ישראל וישתחו לכל צבא השמים ויעבד אתם׃ 3
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍‍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
ובנה מזבחת בבית יהוה אשר אמר יהוה בירושלם אשים את שמי׃ 4
“ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
ויבן מזבחות לכל צבא השמים בשתי חצרות בית יהוה׃ 5
ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।
והעביר את בנו באש ועונן ונחש ועשה אוב וידענים הרבה לעשות הרע בעיני יהוה להכעיס׃ 6
ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
וישם את פסל האשרה אשר עשה בבית אשר אמר יהוה אל דוד ואל שלמה בנו בבית הזה ובירושלם אשר בחרתי מכל שבטי ישראל אשים את שמי לעולם׃ 7
ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।
ולא אסיף להניד רגל ישראל מן האדמה אשר נתתי לאבותם רק אם ישמרו לעשות ככל אשר צויתים ולכל התורה אשר צוה אתם עבדי משה׃ 8
ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।”
ולא שמעו ויתעם מנשה לעשות את הרע מן הגוים אשר השמיד יהוה מפני בני ישראל׃ 9
ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।
וידבר יהוה ביד עבדיו הנביאים לאמר׃ 10
ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,
יען אשר עשה מנשה מלך יהודה התעבות האלה הרע מכל אשר עשו האמרי אשר לפניו ויחטא גם את יהודה בגלוליו׃ 11
“ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।
לכן כה אמר יהוה אלהי ישראל הנני מביא רעה על ירושלם ויהודה אשר כל שמעיו תצלנה שתי אזניו׃ 12
ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
ונטיתי על ירושלם את קו שמרון ואת משקלת בית אחאב ומחיתי את ירושלם כאשר ימחה את הצלחת מחה והפך על פניה׃ 13
ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।
ונטשתי את שארית נחלתי ונתתים ביד איביהם והיו לבז ולמשסה לכל איביהם׃ 14
ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।
יען אשר עשו את הרע בעיני ויהיו מכעסים אתי מן היום אשר יצאו אבותם ממצרים ועד היום הזה׃ 15
କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”
וגם דם נקי שפך מנשה הרבה מאד עד אשר מלא את ירושלם פה לפה לבד מחטאתו אשר החטיא את יהודה לעשות הרע בעיני יהוה׃ 16
ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।
ויתר דברי מנשה וכל אשר עשה וחטאתו אשר חטא הלא הם כתובים על ספר דברי הימים למלכי יהודה׃ 17
ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
וישכב מנשה עם אבתיו ויקבר בגן ביתו בגן עזא וימלך אמון בנו תחתיו׃ 18
ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବରପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
בן עשרים ושתים שנה אמון במלכו ושתים שנים מלך בירושלם ושם אמו משלמת בת חרוץ מן יטבה׃ 19
ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍‍, ସେ ଯଟ୍‍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।
ויעש הרע בעיני יהוה כאשר עשה מנשה אביו׃ 20
ପୁଣି ଆମୋନ୍‍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
וילך בכל הדרך אשר הלך אביו ויעבד את הגללים אשר עבד אביו וישתחו להם׃ 21
ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।
ויעזב את יהוה אלהי אבתיו ולא הלך בדרך יהוה׃ 22
ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।
ויקשרו עבדי אמון עליו וימיתו את המלך בביתו׃ 23
ଆମୋନ୍‍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।
ויך עם הארץ את כל הקשרים על המלך אמון וימליכו עם הארץ את יאשיהו בנו תחתיו׃ 24
ମାତ୍ର ଯେଉଁମାନେ ଆମୋନ୍‍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।
ויתר דברי אמון אשר עשה הלא הם כתובים על ספר דברי הימים למלכי יהודה׃ 25
ଏହି ଆମୋନ୍‍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ויקבר אתו בקברתו בגן עזא וימלך יאשיהו בנו תחתיו׃ 26
ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।

< מלכים ב 21 >