< דניאל 11 >
ואני בשנת אחת לדריוש המדי עמדי למחזיק ולמעוז לו׃ | 1 |
ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।
ועתה אמת אגיד לך הנה עוד שלשה מלכים עמדים לפרס והרביעי יעשיר עשר גדול מכל וכחזקתו בעשרו יעיר הכל את מלכות יון׃ | 2 |
ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।
ועמד מלך גבור ומשל ממשל רב ועשה כרצונו׃ | 3 |
ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।
וכעמדו תשבר מלכותו ותחץ לארבע רוחות השמים ולא לאחריתו ולא כמשלו אשר משל כי תנתש מלכותו ולאחרים מלבד אלה׃ | 4 |
ଆଉ, ସେ ଉତ୍ପନ୍ନ ହେଲେ ତାହାର ରାଜ୍ୟ ଭଗ୍ନ ହେବ ଓ ଆକାଶର ଚାରି ଦିଗରେ ବିଭକ୍ତ ହେବ; ମାତ୍ର ତାହାର ବଂଶ ନିମନ୍ତେ କିଅବା ତାହାର କର୍ତ୍ତୃତ୍ୱାନୁଯାୟୀ ଶାସନ ନିମନ୍ତେ ନୋହିବ; କାରଣ ସେମାନଙ୍କ ନିମନ୍ତେ ନୁହେଁ, ମାତ୍ର ଅନ୍ୟମାନଙ୍କ ନିମନ୍ତେ ତାହାର ରାଜ୍ୟ ଉତ୍ପାଟିତ ହେବ।
ויחזק מלך הנגב ומן שריו ויחזק עליו ומשל ממשל רב ממשלתו׃ | 5 |
ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ ରାଜ୍ୟ ହେବ।
ולקץ שנים יתחברו ובת מלך הנגב תבוא אל מלך הצפון לעשות מישרים ולא תעצר כוח הזרוע ולא יעמד וזרעו ותנתן היא ומביאיה והילדה ומחזקה בעתים׃ | 6 |
ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁ ବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।
ועמד מנצר שרשיה כנו ויבא אל החיל ויבא במעוז מלך הצפון ועשה בהם והחזיק׃ | 7 |
ମାତ୍ର କନ୍ୟାର ମୂଳର ଏକ ପଲ୍ଲବରୁ ଜଣେ ସ୍ୱ ସ୍ଥାନରେ ଉତ୍ପନ୍ନ ହେବ, ସେ ସୈନ୍ୟଶ୍ରେଣୀକୁ ଆସି ଉତ୍ତର ଦେଶୀୟ ରାଜାର ଦୁର୍ଗରେ ପ୍ରବେଶ କରିବ ଓ ସେମାନଙ୍କର ବିପକ୍ଷାଚରଣ କରି ଜୟଯୁକ୍ତ ହେବ;
וגם אלהיהם עם נסכיהם עם כלי חמדתם כסף וזהב בשבי יבא מצרים והוא שנים יעמד ממלך הצפון׃ | 8 |
ଆହୁରି, ସେ ସେମାନଙ୍କର ଢଳା ପ୍ରତିମା ସହିତ ସେମାନଙ୍କର ଦେବଗଣକୁ ବନ୍ଦୀ କରି ରୂପା ଓ ସୁନାର ମନୋହର ପାତ୍ର ସହିତ ମିସରକୁ ନେଇଯିବ ଓ ସେ କେତେକ ବର୍ଷ ପର୍ଯ୍ୟନ୍ତ ଉତ୍ତର ଦେଶୀୟ ରାଜାଠାରୁ ନିରସ୍ତ ହେବ।
ובא במלכות מלך הנגב ושב אל אדמתו׃ | 9 |
ପୁଣି, ସେ ଦକ୍ଷିଣ ଦେଶୀୟ ରାଜାର ରାଜ୍ୟକୁ ଆସିବ, ମାତ୍ର ଆପଣା ଦେଶକୁ ସେ ଫେରିଯିବ।
ובנו יתגרו ואספו המון חילים רבים ובא בוא ושטף ועבר וישב ויתגרו עד מעזה׃ | 10 |
ଆଉ, ତାହାର ପୁତ୍ରଗଣ ଯୁଦ୍ଧ କରିବେ ଓ ମହା-ସୈନିକ ଜନତା ସଂଗ୍ରହ କରିବେ, ସେମାନେ ଆସି ବଢ଼ି ତୁଲ୍ୟ ଉଚ୍ଛୁଳି ବହି ଚାଲିଯିବେ; ଆଉ, ସେମାନେ ଫେରି ତାହାର ଦୁର୍ଗ ପର୍ଯ୍ୟନ୍ତ ଯୁଦ୍ଧ କରିବେ।
ויתמרמר מלך הנגב ויצא ונלחם עמו עם מלך הצפון והעמיד המון רב ונתן ההמון בידו׃ | 11 |
ତହିଁରେ ଦକ୍ଷିଣ ଦେଶର ରାଜା କ୍ରୋଧାନ୍ବିତ ହୋଇ ଉତ୍ତର ଦେଶୀୟ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କରିବ; ତହିଁରେ ସେ (ଉତ୍ତର ଦେଶୀୟ ରାଜା) ମହାଜନତା ସଂଗ୍ରହ କରିବ, ମାତ୍ର ସେହି ଜନତା ତାହାର (ଦକ୍ଷିଣ ଦେଶର ରାଜାଙ୍କ) ହସ୍ତରେ ସମର୍ପିତ ହେବ।
ונשא ההמון ירום לבבו והפיל רבאות ולא יעוז׃ | 12 |
ପୁଣି, ସେହି ଜନତା ଉତ୍ଥାପିତ ହେଲେ, ତାହାର ଚିତ୍ତ ଗର୍ବିତ ହେବ ଓ ସେ ଅୟୁତ ଅୟୁତ ଲୋକଙ୍କୁ ନିପାତ କରିବ; ତଥାପି ସେ ଜୟଯୁକ୍ତ ନୋହିବ।
ושב מלך הצפון והעמיד המון רב מן הראשון ולקץ העתים שנים יבוא בוא בחיל גדול וברכוש רב׃ | 13 |
ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ।
ובעתים ההם רבים יעמדו על מלך הנגב ובני פריצי עמך ינשאו להעמיד חזון ונכשלו׃ | 14 |
ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ।
ויבא מלך הצפון וישפך סוללה ולכד עיר מבצרות וזרעות הנגב לא יעמדו ועם מבחריו ואין כח לעמד׃ | 15 |
ଏହିରୂପେ ଉତ୍ତର ଦେଶର ରାଜା ଆସିବ ଓ ଗଡ଼ବନ୍ଦୀ କରି ସୁଦୃଢ଼ ନଗର ହସ୍ତଗତ କରିବ; ତହିଁରେ ଦକ୍ଷିଣ ଦେଶର ସହାୟଗଣ ଓ ମନୋନୀତ ଲୋକମାନେ ପ୍ରତିବାଧା ଦେଇ ପାରିବେ ନାହିଁ; କିଅବା ପ୍ରତିବାଧା କରିବା ପାଇଁ କୌଣସି ଶକ୍ତି ରହିବ ନାହିଁ।
ויעש הבא אליו כרצונו ואין עומד לפניו ויעמד בארץ הצבי וכלה בידו׃ | 16 |
ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।
וישם פניו לבוא בתקף כל מלכותו וישרים עמו ועשה ובת הנשים יתן לו להשחיתה ולא תעמד ולא לו תהיה׃ | 17 |
ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ।
וישב פניו לאיים ולכד רבים והשבית קצין חרפתו לו בלתי חרפתו ישיב לו׃ | 18 |
ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।
וישב פניו למעוזי ארצו ונכשל ונפל ולא ימצא׃ | 19 |
ତହୁଁ ସେ ଆପଣା ଦେଶର ଦୁର୍ଗସକଳର ଆଡ଼େ ଫେରିବ; ମାତ୍ର ସେ ଝୁଣ୍ଟି ପତିତ ହେବ; ପୁଣି, ଦେଖାଯିବ ନାହିଁ।
ועמד על כנו מעביר נוגש הדר מלכות ובימים אחדים ישבר ולא באפים ולא במלחמה׃ | 20 |
ଏଥିଉତ୍ତାରେ ଯେଉଁ ଜନ ତାହାର ପଦ ପ୍ରାପ୍ତ ହେବ, ସେ ରାଜ୍ୟର ଶୋଭା ସ୍ଥାନର ମଧ୍ୟଦେଇ ଯିବା ପାଇଁ ଜଣେ ପ୍ରଜାପୀଡ଼କକୁ ପ୍ରେରଣ କରିବ; ମାତ୍ର ଅଳ୍ପ ଦିନ ମଧ୍ୟରେ ସେ ବିନଷ୍ଟ ହେବ, ମାତ୍ର କ୍ରୋଧରେ ନୁହେଁ, କିଅବା ଯୁଦ୍ଧରେ ନୁହେଁ।
ועמד על כנו נבזה ולא נתנו עליו הוד מלכות ובא בשלוה והחזיק מלכות בחלקלקות׃ | 21 |
ପୁଣି, ଯାହାକୁ ସେମାନେ ରାଜାର ସମ୍ମାନ ଦେଇ ନ ଥିଲେ, ଏପରି ଜଣେ ତୁଚ୍ଛ ଲୋକ ତାହାର ପଦ ପ୍ରାପ୍ତ ହେବ; ମାତ୍ର ସେ ନିଶ୍ଚିନ୍ତ ସମୟରେ ଆସିବ ଓ ଚାଟୁବାକ୍ୟ ଦ୍ୱାରା ରାଜ୍ୟ ପାଇବ।
וזרעות השטף ישטפו מלפניו וישברו וגם נגיד ברית׃ | 22 |
ଆଉ, ପ୍ଲାବନରୂପ ସୈନ୍ୟଦଳ ଦ୍ୱାରା ସେମାନେ ତାହା ସମ୍ମୁଖରୁ ବହି ଯିବେ ଓ ଭଗ୍ନ ହେବେ; ହଁ, ନିୟମର ଅଧିପତି ମଧ୍ୟ ଭଗ୍ନ ହେବ।
ומן התחברות אליו יעשה מרמה ועלה ועצם במעט גוי׃ | 23 |
ପୁଣି, ତାହାର ସହିତ ଚୁକ୍ତି ସ୍ଥିର କରାଗଲା ପରେ ସେ ପ୍ରତାରଣାପୂର୍ବକ କାର୍ଯ୍ୟ କରିବ; କାରଣ ସେ ଆସି ଅଳ୍ପ ଲୋକ ଦ୍ୱାରା ପରାକ୍ରମୀ ହେବ।
בשלוה ובמשמני מדינה יבוא ועשה אשר לא עשו אבתיו ואבות אבתיו בזה ושלל ורכוש להם יבזור ועל מבצרים יחשב מחשבתיו ועד עת׃ | 24 |
ସେ ନିଶ୍ଚିନ୍ତ ସମୟରେ ଦେଶର ଅତ୍ୟୁତ୍ତମ ସ୍ଥାନରେ ପ୍ରବେଶ କରିବ ଓ ତାହାର ପିତୃ ଓ ପିତାମହଗଣ ଯାହା କରି ନ ଥିଲେ, ତାହା ସେ କରିବ; ସେ ସେମାନଙ୍କ ମଧ୍ୟରେ ଲୁଟିତ ଦ୍ରବ୍ୟ ଓ ଅପହୃତ ବସ୍ତୁ ଓ ଧନ ବିଞ୍ଚି ଦେବ ଓ ଦୃଢ଼ ଗଡ଼ସକଳର ବିରୁଦ୍ଧରେ ସେ କିଛି କାଳ କୌଶଳ କଳ୍ପନା କରିବ।
ויער כחו ולבבו על מלך הנגב בחיל גדול ומלך הנגב יתגרה למלחמה בחיל גדול ועצום עד מאד ולא יעמד כי יחשבו עליו מחשבות׃ | 25 |
ପୁଣି, ସେ ମହାସୈନ୍ୟଦଳ ସଙ୍ଗେ ନେଇ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଆପଣା ବଳ ଓ ସାହସ ଉତ୍ତେଜିତ କରିବ; ତହିଁରେ ଦକ୍ଷିଣ ଦେଶର ରାଜା ଅତି ବୃହତ ଓ ପରାକ୍ରାନ୍ତ ସୈନ୍ୟ ଘେନି ତାହା ସଙ୍ଗେ ଯୁଦ୍ଧ କରିବ; ମାତ୍ର ସେ ସ୍ଥିର ହୋଇ ରହିବ ନାହିଁ; କାରଣ ସେମାନେ ତାହା ବିରୁଦ୍ଧରେ ନାନା କୌଶଳ କଳ୍ପନା କରିବେ।
ואכלי פת בגו ישברוהו וחילו ישטוף ונפלו חללים רבים׃ | 26 |
ଯେଉଁମାନେ ତାହାର ଆହାର ଭୋଜନ କରନ୍ତି, ସେମାନେ ତାହାକୁ ବିନାଶ କରିବେ, ପୁଣି ତାହାର ସୈନ୍ୟଦଳ ବହି ଯିବେ ଓ ଅନେକେ ହତ ହୋଇ ପଡ଼ିବେ।
ושניהם המלכים לבבם למרע ועל שלחן אחד כזב ידברו ולא תצלח כי עוד קץ למועד׃ | 27 |
ପୁଣି, ଏହି ଦୁଇ ରାଜାର ଚିତ୍ତ ଅନିଷ୍ଟ କରିବାକୁ ପ୍ରବୃତ୍ତ ହେବ ଓ ସେମାନେ ଏକ ମେଜରେ ବସି ମିଥ୍ୟା କଥା କହିବେ; ମାତ୍ର ତାହା ସଫଳ ନୋହିବ; କାରଣ ସେତେବେଳେ ହେଁ ପରିଣାମ ନିରୂପିତ କାଳର ଅପେକ୍ଷା କରିବ।
וישב ארצו ברכוש גדול ולבבו על ברית קדש ועשה ושב לארצו׃ | 28 |
ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରିଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରିଯିବ।
למועד ישוב ובא בנגב ולא תהיה כראשנה וכאחרנה׃ | 29 |
ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବକାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ।
ובאו בו ציים כתים ונכאה ושב וזעם על ברית קודש ועשה ושב ויבן על עזבי ברית קדש׃ | 30 |
କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।
וזרעים ממנו יעמדו וחללו המקדש המעוז והסירו התמיד ונתנו השקוץ משומם׃ | 31 |
ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।
ומרשיעי ברית יחניף בחלקות ועם ידעי אלהיו יחזקו ועשו׃ | 32 |
ପୁଣି, ଯେଉଁମାନେ ନିୟମର ପ୍ରତିକୂଳରେ ଦୁଷ୍ଟାଚରଣ କରନ୍ତି, ସେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କୁ ବିପଥଗାମୀ କରାଇବ; ମାତ୍ର ଯେଉଁ ଲୋକମାନେ ଆପଣା ପରମେଶ୍ୱରଙ୍କୁ ଜାଣନ୍ତି, ସେମାନେ ବଳବାନ ହେବେ ଓ ମହତ୍ କର୍ମ କରିବେ।
ומשכילי עם יבינו לרבים ונכשלו בחרב ובלהבה בשבי ובבזה ימים׃ | 33 |
ଆଉ, ଲୋକମାନଙ୍କ ମଧ୍ୟରେ ଜ୍ଞାନୀମାନେ ଅନେକଙ୍କୁ ଉପଦେଶ ଦେବେ; ତଥାପି ଅନେକ ଦିନ ପର୍ଯ୍ୟନ୍ତ ସେମାନେ ଖଡ୍ଗରେ, ଅଗ୍ନିଶିଖାରେ, ବନ୍ଦୀଦଶାରେ ଓ ଲୁଟରେ ପତିତ ହେବେ।
ובהכשלם יעזרו עזר מעט ונלוו עליהם רבים בחלקלקות׃ | 34 |
ଯେତେବେଳେ ସେମାନେ ପତିତ ହେବେ, ସେତେବେଳେ ସେମାନେ ଅଳ୍ପ ସାହାଯ୍ୟ ପ୍ରାପ୍ତ ହେବେ; ମାତ୍ର ଅନେକେ ଚାଟୁବାକ୍ୟ ଦ୍ୱାରା ସେମାନଙ୍କ ସହିତ ଯୋଗ ଦେବେ।
ומן המשכילים יכשלו לצרוף בהם ולברר וללבן עד עת קץ כי עוד למועד׃ | 35 |
ପୁଣି, ସେମାନଙ୍କ ମଧ୍ୟରେ ଜ୍ଞାନୀମାନେ ସେମାନଙ୍କୁ ନିର୍ମଳ, ପରିଷ୍କୃତ ଓ ଶୁକ୍ଳୀକୃତ କରିବା ପାଇଁ ପରିଣାମର ସମୟ ପର୍ଯ୍ୟନ୍ତ ପତିତ ହେବେ; କାରଣ ତାହା ନିରୂପିତ କାଳର ଅପେକ୍ଷା କରେ।
ועשה כרצונו המלך ויתרומם ויתגדל על כל אל ועל אל אלים ידבר נפלאות והצליח עד כלה זעם כי נחרצה נעשתה׃ | 36 |
ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।
ועל אלהי אבתיו לא יבין ועל חמדת נשים ועל כל אלוה לא יבין כי על כל יתגדל׃ | 37 |
ସେ ଆପଣା ପୂର୍ବପୁରୁଷଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।
ולאלה מעזים על כנו יכבד ולאלוה אשר לא ידעהו אבתיו יכבד בזהב ובכסף ובאבן יקרה ובחמדות׃ | 38 |
ମାତ୍ର ଆପଣା ସ୍ଥାନରେ ସେ ଦୁର୍ଗର ଦେବତାକୁ ସମ୍ମାନ କରିବ ଓ ତାହାର ପିତୃଗଣର ଅଜ୍ଞାତ ଦେବତାକୁ ସୁନା, ରୂପା, ବହୁମୂଲ୍ୟ ପ୍ରସ୍ତର ଓ ମନୋହର ଦ୍ରବ୍ୟ ଦେଇ ସମ୍ମାନ କରିବ।
ועשה למבצרי מעזים עם אלוה נכר אשר הכיר ירבה כבוד והמשילם ברבים ואדמה יחלק במחיר׃ | 39 |
ପୁଣି, ସେ ବିଦେଶୀୟ ଦେବତାର ସାହାଯ୍ୟରେ ଦୃଢ଼ତମ ଦୁର୍ଗମାନର ପ୍ରତିକୂଳରେ କାର୍ଯ୍ୟ କରିବ, ଯେକେହି ତାହାକୁ ସ୍ୱୀକାର କରିବ, ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନେକଙ୍କ ଉପରେ ସେମାନଙ୍କୁ କର୍ତ୍ତୃତ୍ୱ ପଦ ଦେବ ଓ ପାରିତୋଷିକ ରୂପେ ଭୂମି ବିଭାଗ କରିବ।
ובעת קץ יתנגח עמו מלך הנגב וישתער עליו מלך הצפון ברכב ובפרשים ובאניות רבות ובא בארצות ושטף ועבר׃ | 40 |
ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।
ובא בארץ הצבי ורבות יכשלו ואלה ימלטו מידו אדום ומואב וראשית בני עמון׃ | 41 |
ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।
וישלח ידו בארצות וארץ מצרים לא תהיה לפליטה׃ | 42 |
ଆହୁରି, ସେ ନାନା ଦେଶ ଉପରେ ଆପଣା ହସ୍ତ ପ୍ରସାରିବ ଓ ମିସର ଦେଶ ରକ୍ଷା ପାଇବ ନାହିଁ।
ומשל במכמני הזהב והכסף ובכל חמדות מצרים ולבים וכשים במצעדיו׃ | 43 |
ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।
ושמעות יבהלהו ממזרח ומצפון ויצא בחמא גדלה להשמיד ולהחרים רבים׃ | 44 |
ମାତ୍ର ପୂର୍ବ ଓ ଉତ୍ତର ଦେଶରୁ ଆଗତ ସମ୍ବାଦ ତାହାକୁ ଉଦ୍ବିଗ୍ନ କରିବ; ତହିଁରେ ସେ ଅନେକଙ୍କୁ ଉଚ୍ଛିନ୍ନ ଓ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ପାଇଁ ମହାକୋପରେ ଯାତ୍ରା କରିବ।
ויטע אהלי אפדנו בין ימים להר צבי קדש ובא עד קצו ואין עוזר לו׃ | 45 |
ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।