< דניאל 8 >

בשנת שלוש למלכות בלאשצר המלך חזון נראה אלי אני דניאל אחרי הנראה אלי בתחלה׃ 1
ବେଲ୍‍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।
ואראה בחזון ויהי בראתי ואני בשושן הבירה אשר בעילם המדינה ואראה בחזון ואני הייתי על אובל אולי׃ 2
ପୁଣି, ମୁଁ ଦର୍ଶନକ୍ରମେ ଦେଖିଲି; ମୁଁ ଦେଖୁ ଦେଖୁ ଦେଖିଲି ଯେ, ମୁଁ ଏଲମ୍‍ ପ୍ରଦେଶସ୍ଥ ଶୂଶନ୍‍ ରାଜଗୃହରେ ଅଛି; ଆଉ, ସେହି ଦର୍ଶନରେ ମୁଁ ଦେଖିଲି ଯେ, ମୁଁ ଉଳୟ ନଦୀ ନିକଟରେ ଅଛି।
ואשא עיני ואראה והנה איל אחד עמד לפני האבל ולו קרנים והקרנים גבהות והאחת גבהה מן השנית והגבהה עלה באחרנה׃ 3
ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍‍ ଉତ୍ପନ୍ନ ହେଲା।
ראיתי את האיל מנגח ימה וצפונה ונגבה וכל חיות לא יעמדו לפניו ואין מציל מידו ועשה כרצנו והגדיל׃ 4
ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା।
ואני הייתי מבין והנה צפיר העזים בא מן המערב על פני כל הארץ ואין נוגע בארץ והצפיר קרן חזות בין עיניו׃ 5
ପୁଣି, ମୁଁ ଏହି ବିଷୟ ବିବେଚନା କରୁ କରୁ ଦେଖିଲି ଯେ, ଦେଖ, ଏକ ଛାଗ ପଶ୍ଚିମ ଦିଗରୁ ସମୁଦାୟ ପୃଥିବୀ ପାର ହୋଇ ଆସିଲା ଓ ସେ ଭୂମି ସ୍ପର୍ଶ କଲା ନାହିଁ; ଆଉ, ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଗୋଟିଏ ବିଲକ୍ଷଣ ଶୃଙ୍ଗ ଥିଲା।
ויבא עד האיל בעל הקרנים אשר ראיתי עמד לפני האבל וירץ אליו בחמת כחו׃ 6
ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା।
וראיתיו מגיע אצל האיל ויתמרמר אליו ויך את האיל וישבר את שתי קרניו ולא היה כח באיל לעמד לפניו וישליכהו ארצה וירמסהו ולא היה מציל לאיל מידו׃ 7
ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।
וצפיר העזים הגדיל עד מאד וכעצמו נשברה הקרן הגדולה ותעלנה חזות ארבע תחתיה לארבע רוחות השמים׃ 8
ଏଉତ୍ତାରେ ସେ ଛାଗ ଆପଣାର ଅତିଶୟ ବଡ଼ାଇ ପ୍ରକାଶ କଲା ଓ ସେ ବଳବାନ ଥିଲା ବେଳେ ତାହାର ବୃହତ ଶୃଙ୍ଗ ଭଗ୍ନ ହେଲା; ଆଉ, ତହିଁର ପରିବର୍ତ୍ତରେ ଆକାଶର ଚତୁର୍ଦ୍ଦିଗ ଆଡ଼େ ଚାରି ବିଲକ୍ଷଣ ଶୃଙ୍ଗ ଉତ୍ପନ୍ନ ହେଲା।
ומן האחת מהם יצא קרן אחת מצעירה ותגדל יתר אל הנגב ואל המזרח ואל הצבי׃ 9
ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା।
ותגדל עד צבא השמים ותפל ארצה מן הצבא ומן הכוכבים ותרמסם׃ 10
ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।
ועד שר הצבא הגדיל וממנו הרים התמיד והשלך מכון מקדשו׃ 11
ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।
וצבא תנתן על התמיד בפשע ותשלך אמת ארצה ועשתה והצליחה׃ 12
ପୁଣି, ଆଜ୍ଞାଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।
ואשמעה אחד קדוש מדבר ויאמר אחד קדוש לפלמוני המדבר עד מתי החזון התמיד והפשע שמם תת וקדש וצבא מרמס׃ 13
ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”
ויאמר אלי עד ערב בקר אלפים ושלש מאות ונצדק קדש׃ 14
ତହିଁରେ ସେ ମୋତେ କହିଲେ, “ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।”
ויהי בראתי אני דניאל את החזון ואבקשה בינה והנה עמד לנגדי כמראה גבר׃ 15
ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ।
ואשמע קול אדם בין אולי ויקרא ויאמר גבריאל הבן להלז את המראה׃ 16
ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।”
ויבא אצל עמדי ובבאו נבעתי ואפלה על פני ויאמר אלי הבן בן אדם כי לעת קץ החזון׃ 17
ତହିଁରେ ମୁଁ ଯେଉଁ ସ୍ଥାନରେ ଠିଆ ହୋଇଥିଲି, ସେହି ସ୍ଥାନର ନିକଟକୁ ସେ ଆସିଲେ; ପୁଣି, ସେ ଆସନ୍ତେ, ମୁଁ ଭୀତ ହେଲି ଓ ମୁହଁ ମାଡ଼ି ପଡ଼ିଲି; ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ବୁଝ; କାରଣ ଏହି ଦର୍ଶନ ଶେଷ କାଳ ବିଷୟକ।”
ובדברו עמי נרדמתי על פני ארצה ויגע בי ויעמידני על עמדי׃ 18
ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।
ויאמר הנני מודיעך את אשר יהיה באחרית הזעם כי למועד קץ׃ 19
ଆଉ, ସେ ମୋତେ କହିଲେ, “ଦେଖ, କ୍ରୋଧର ପରିଣାମ ସମୟରେ ଯାହା ଘଟିବ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା; କାରଣ ଏହା ନିରୂପିତ ଶେଷ କାଳର କଥା।
האיל אשר ראית בעל הקרנים מלכי מדי ופרס׃ 20
ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।
והצפיר השעיר מלך יון והקרן הגדולה אשר בין עיניו הוא המלך הראשון׃ 21
ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ ଶୃଙ୍ଗ ପ୍ରଥମ ରାଜା।
והנשברת ותעמדנה ארבע תחתיה ארבע מלכיות מגוי יעמדנה ולא בכחו׃ 22
ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।
ובאחרית מלכותם כהתם הפשעים יעמד מלך עז פנים ומבין חידות׃ 23
ପୁଣି, ସେମାନଙ୍କ ରାଜ୍ୟର ପରିଣାମ ସମୟରେ ଯେତେବେଳେ ଆଜ୍ଞା-ଲଙ୍ଘନକାରୀମାନଙ୍କର ଆଜ୍ଞାଲଙ୍ଘନ ସମ୍ପୂର୍ଣ୍ଣ ହେବ, ସେତେବେଳେ ଭୟଙ୍କର ବଦନ ଓ ନିଗୂଢ଼ ବାକ୍ୟ-ଜ୍ଞାନୀ ଏକ ରାଜା ଉତ୍ପନ୍ନ ହେବ।
ועצם כחו ולא בכחו ונפלאות ישחית והצליח ועשה והשחית עצומים ועם קדשים׃ 24
ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।
ועל שכלו והצליח מרמה בידו ובלבבו יגדיל ובשלוה ישחית רבים ועל שר שרים יעמד ובאפס יד ישבר׃ 25
ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।
ומראה הערב והבקר אשר נאמר אמת הוא ואתה סתם החזון כי לימים רבים׃ 26
ଆଉ, ସନ୍ଧ୍ୟା ଓ ପ୍ରାତଃକାଳ ବିଷୟରେ କଥିତ ଦର୍ଶନ ସତ୍ୟ; ମାତ୍ର ତୁମ୍ଭେ ଏହି ଦର୍ଶନ ମୁଦ୍ରାଙ୍କିତ କର; କାରଣ ତାହା ଆଗାମୀ ଅନେକ ଦିନର କଥା।”
ואני דניאל נהייתי ונחליתי ימים ואקום ואעשה את מלאכת המלך ואשתומם על המראה ואין מבין׃ 27
ଏଥିଉତ୍ତାରେ ମୁଁ ଦାନିୟେଲ କ୍ଳାନ୍ତ ହେଲି ଓ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି; ତହିଁ ଉତ୍ତାରେ ମୁଁ ଉଠି ରାଜକାର୍ଯ୍ୟ କଲି; ଆଉ, ମୁଁ ସେହି ଦର୍ଶନରେ ଚମତ୍କୃତ ହେଲି, ମାତ୍ର କେହି ସେ ଦର୍ଶନ ବୁଝିଲେ ନାହିଁ।

< דניאל 8 >