< אסתר 3 >
אחר הדברים האלה גדל המלך אחשורוש את המן בן המדתא האגגי וינשאהו וישם את כסאו מעל כל השרים אשר אתו׃ | 1 |
ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।
וכל עבדי המלך אשר בשער המלך כרעים ומשתחוים להמן כי כן צוה לו המלך ומרדכי לא יכרע ולא ישתחוה׃ | 2 |
ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।
ויאמרו עבדי המלך אשר בשער המלך למרדכי מדוע אתה עובר את מצות המלך׃ | 3 |
ଏଣୁ ରାଜଦ୍ୱାରବର୍ତ୍ତୀ ରାଜାଙ୍କ ଦାସଗଣ ମର୍ଦ୍ଦଖୟଙ୍କୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”
ויהי באמרם אליו יום ויום ולא שמע אליהם ויגידו להמן לראות היעמדו דברי מרדכי כי הגיד להם אשר הוא יהודי׃ | 4 |
ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।
וירא המן כי אין מרדכי כרע ומשתחוה לו וימלא המן חמה׃ | 5 |
ଯେତେବେଳେ ହାମନ୍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
ויבז בעיניו לשלח יד במרדכי לבדו כי הגידו לו את עם מרדכי ויבקש המן להשמיד את כל היהודים אשר בכל מלכות אחשורוש עם מרדכי׃ | 6 |
ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,
בחדש הראשון הוא חדש ניסן בשנת שתים עשרה למלך אחשורוש הפיל פור הוא הגורל לפני המן מיום ליום ומחדש לחדש שנים עשר הוא חדש אדר׃ | 7 |
ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍, ଗୁଲିବାଣ୍ଟ କଲେ।
ויאמר המן למלך אחשורוש ישנו עם אחד מפזר ומפרד בין העמים בכל מדינות מלכותך ודתיהם שנות מכל עם ואת דתי המלך אינם עשים ולמלך אין שוה להניחם׃ | 8 |
ଏଥିଉତ୍ତାରେ ହାମନ୍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।
אם על המלך טוב יכתב לאבדם ועשרת אלפים ככר כסף אשקול על ידי עשי המלאכה להביא אל גנזי המלך׃ | 9 |
ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”
ויסר המלך את טבעתו מעל ידו ויתנה להמן בן המדתא האגגי צרר היהודים׃ | 10 |
ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲେ।
ויאמר המלך להמן הכסף נתון לך והעם לעשות בו כטוב בעיניך׃ | 11 |
“ପୁଣି, ରାଜା ହାମନ୍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
ויקראו ספרי המלך בחדש הראשון בשלושה עשר יום בו ויכתב ככל אשר צוה המן אל אחשדרפני המלך ואל הפחות אשר על מדינה ומדינה ואל שרי עם ועם מדינה ומדינה ככתבה ועם ועם כלשונו בשם המלך אחשורש נכתב ונחתם בטבעת המלך׃ | 12 |
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
ונשלוח ספרים ביד הרצים אל כל מדינות המלך להשמיד להרג ולאבד את כל היהודים מנער ועד זקן טף ונשים ביום אחד בשלושה עשר לחדש שנים עשר הוא חדש אדר ושללם לבוז׃ | 13 |
ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।
פתשגן הכתב להנתן דת בכל מדינה ומדינה גלוי לכל העמים להיות עתדים ליום הזה׃ | 14 |
ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।
הרצים יצאו דחופים בדבר המלך והדת נתנה בשושן הבירה והמלך והמן ישבו לשתות והעיר שושן נבוכה׃ | 15 |
ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା।