< אסתר 5 >

ויהי ביום השלישי ותלבש אסתר מלכות ותעמד בחצר בית המלך הפנימית נכח בית המלך והמלך יושב על כסא מלכותו בבית המלכות נכח פתח הבית׃ 1
ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।
ויהי כראות המלך את אסתר המלכה עמדת בחצר נשאה חן בעיניו ויושט המלך לאסתר את שרביט הזהב אשר בידו ותקרב אסתר ותגע בראש השרביט׃ 2
ଏଥିରେ ରାଜା ଏଷ୍ଟର ରାଣୀଙ୍କୁ ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ, ପୁଣି ଏଷ୍ଟର ରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବାରୁ ରାଜା ଏଷ୍ଟର ପ୍ରତି ଆପଣା ହସ୍ତସ୍ଥିତ ସୁବର୍ଣ୍ଣ ଦଣ୍ଡ ବଢ଼ାଇଲେ; ତେଣୁ ଏଷ୍ଟର ନିକଟକୁ ଆସି ରାଜଦଣ୍ଡର ଅଗ୍ରଭାଗ ଛୁଇଁଲେ।
ויאמר לה המלך מה לך אסתר המלכה ומה בקשתך עד חצי המלכות וינתן לך׃ 3
ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”
ותאמר אסתר אם על המלך טוב יבוא המלך והמן היום אל המשתה אשר עשיתי לו׃ 4
ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍‍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”
ויאמר המלך מהרו את המן לעשות את דבר אסתר ויבא המלך והמן אל המשתה אשר עשתה אסתר׃ 5
ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍‍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍‍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।
ויאמר המלך לאסתר במשתה היין מה שאלתך וינתן לך ומה בקשתך עד חצי המלכות ותעש׃ 6
ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”
ותען אסתר ותאמר שאלתי ובקשתי׃ 7
ତହିଁରେ ଏଷ୍ଟର ଉତ୍ତର ଦେଲେ, “ମୋହର ନିବେଦନ ଓ ପ୍ରାର୍ଥନା ଏହି;
אם מצאתי חן בעיני המלך ואם על המלך טוב לתת את שאלתי ולעשות את בקשתי יבוא המלך והמן אל המשתה אשר אעשה להם ומחר אעשה כדבר המלך׃ 8
ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”
ויצא המן ביום ההוא שמח וטוב לב וכראות המן את מרדכי בשער המלך ולא קם ולא זע ממנו וימלא המן על מרדכי חמה׃ 9
ତହିଁରେ ସେହି ଦିନ ହାମନ୍‍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍‍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
ויתאפק המן ויבוא אל ביתו וישלח ויבא את אהביו ואת זרש אשתו׃ 10
ତଥାପି ହାମନ୍‍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍‍କୁ ଡକାଇ ଆଣିଲେ।
ויספר להם המן את כבוד עשרו ורב בניו ואת כל אשר גדלו המלך ואת אשר נשאו על השרים ועבדי המלך׃ 11
ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
ויאמר המן אף לא הביאה אסתר המלכה עם המלך אל המשתה אשר עשתה כי אם אותי וגם למחר אני קרוא לה עם המלך׃ 12
ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
וכל זה איננו שוה לי בכל עת אשר אני ראה את מרדכי היהודי יושב בשער המלך׃ 13
ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”
ותאמר לו זרש אשתו וכל אהביו יעשו עץ גבה חמשים אמה ובבקר אמר למלך ויתלו את מרדכי עליו ובא עם המלך אל המשתה שמח וייטב הדבר לפני המן ויעש העץ׃ 14
ତେଣୁ ତାହାର ଭାର୍ଯ୍ୟା ସେରଶ୍‍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍‍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।

< אסתר 5 >