< שמות 3 >

ומשה היה רעה את צאן יתרו חתנו כהן מדין וינהג את הצאן אחר המדבר ויבא אל הר האלהים חרבה׃ 1
ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
וירא מלאך יהוה אליו בלבת אש מתוך הסנה וירא והנה הסנה בער באש והסנה איננו אכל׃ 2
ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
ויאמר משה אסרה נא ואראה את המראה הגדל הזה מדוע לא יבער הסנה׃ 3
ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”
וירא יהוה כי סר לראות ויקרא אליו אלהים מתוך הסנה ויאמר משה משה ויאמר הנני׃ 4
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
ויאמר אל תקרב הלם של נעליך מעל רגליך כי המקום אשר אתה עומד עליו אדמת קדש הוא׃ 5
ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
ויאמר אנכי אלהי אביך אלהי אברהם אלהי יצחק ואלהי יעקב ויסתר משה פניו כי ירא מהביט אל האלהים׃ 6
ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
ויאמר יהוה ראה ראיתי את עני עמי אשר במצרים ואת צעקתם שמעתי מפני נגשיו כי ידעתי את מכאביו׃ 7
ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
וארד להצילו מיד מצרים ולהעלתו מן הארץ ההוא אל ארץ טובה ורחבה אל ארץ זבת חלב ודבש אל מקום הכנעני והחתי והאמרי והפרזי והחוי והיבוסי׃ 8
ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
ועתה הנה צעקת בני ישראל באה אלי וגם ראיתי את הלחץ אשר מצרים לחצים אתם׃ 9
ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
ועתה לכה ואשלחך אל פרעה והוצא את עמי בני ישראל ממצרים׃ 10
ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”
ויאמר משה אל האלהים מי אנכי כי אלך אל פרעה וכי אוציא את בני ישראל ממצרים׃ 11
ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”
ויאמר כי אהיה עמך וזה לך האות כי אנכי שלחתיך בהוציאך את העם ממצרים תעבדון את האלהים על ההר הזה׃ 12
ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
ויאמר משה אל האלהים הנה אנכי בא אל בני ישראל ואמרתי להם אלהי אבותיכם שלחני אליכם ואמרו לי מה שמו מה אמר אלהם׃ 13
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”
ויאמר אלהים אל משה אהיה אשר אהיה ויאמר כה תאמר לבני ישראל אהיה שלחני אליכם׃ 14
ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”
ויאמר עוד אלהים אל משה כה תאמר אל בני ישראל יהוה אלהי אבתיכם אלהי אברהם אלהי יצחק ואלהי יעקב שלחני אליכם זה שמי לעלם וזה זכרי לדר דר׃ 15
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’
לך ואספת את זקני ישראל ואמרת אלהם יהוה אלהי אבתיכם נראה אלי אלהי אברהם יצחק ויעקב לאמר פקד פקדתי אתכם ואת העשוי לכם במצרים׃ 16
ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମ, ଇସ୍‌ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
ואמר אעלה אתכם מעני מצרים אל ארץ הכנעני והחתי והאמרי והפרזי והחוי והיבוסי אל ארץ זבת חלב ודבש׃ 17
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’
ושמעו לקלך ובאת אתה וזקני ישראל אל מלך מצרים ואמרתם אליו יהוה אלהי העבריים נקרה עלינו ועתה נלכה נא דרך שלשת ימים במדבר ונזבחה ליהוה אלהינו׃ 18
ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
ואני ידעתי כי לא יתן אתכם מלך מצרים להלך ולא ביד חזקה׃ 19
ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
ושלחתי את ידי והכיתי את מצרים בכל נפלאתי אשר אעשה בקרבו ואחרי כן ישלח אתכם׃ 20
ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
ונתתי את חן העם הזה בעיני מצרים והיה כי תלכון לא תלכו ריקם׃ 21
ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
ושאלה אשה משכנתה ומגרת ביתה כלי כסף וכלי זהב ושמלת ושמתם על בניכם ועל בנתיכם ונצלתם את מצרים׃ 22
ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”

< שמות 3 >