< בראשית 13 >

ויעל אברם ממצרים הוא ואשתו וכל אשר לו ולוט עמו הנגבה׃ 1
ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।
ואברם כבד מאד במקנה בכסף ובזהב׃ 2
ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।
וילך למסעיו מנגב ועד בית אל עד המקום אשר היה שם אהלה בתחלה בין בית אל ובין העי׃ 3
ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡ଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,
אל מקום המזבח אשר עשה שם בראשנה ויקרא שם אברם בשם יהוה׃ 4
ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
וגם ללוט ההלך את אברם היה צאן ובקר ואהלים׃ 5
ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
ולא נשא אתם הארץ לשבת יחדו כי היה רכושם רב ולא יכלו לשבת יחדו׃ 6
ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।
ויהי ריב בין רעי מקנה אברם ובין רעי מקנה לוט והכנעני והפרזי אז ישב בארץ׃ 7
ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।
ויאמר אברם אל לוט אל נא תהי מריבה ביני וביניך ובין רעי ובין רעיך כי אנשים אחים אנחנו׃ 8
ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
הלא כל הארץ לפניך הפרד נא מעלי אם השמאל ואימנה ואם הימין ואשמאילה׃ 9
ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”
וישא לוט את עיניו וירא את כל ככר הירדן כי כלה משקה לפני שחת יהוה את סדם ואת עמרה כגן יהוה כארץ מצרים באכה צער׃ 10
ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
ויבחר לו לוט את כל ככר הירדן ויסע לוט מקדם ויפרדו איש מעל אחיו׃ 11
ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।
אברם ישב בארץ כנען ולוט ישב בערי הככר ויאהל עד סדם׃ 12
ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।
ואנשי סדם רעים וחטאים ליהוה מאד׃ 13
ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।
ויהוה אמר אל אברם אחרי הפרד לוט מעמו שא נא עיניך וראה מן המקום אשר אתה שם צפנה ונגבה וקדמה וימה׃ 14
ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
כי את כל הארץ אשר אתה ראה לך אתננה ולזרעך עד עולם׃ 15
କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
ושמתי את זרעך כעפר הארץ אשר אם יוכל איש למנות את עפר הארץ גם זרעך ימנה׃ 16
ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
קום התהלך בארץ לארכה ולרחבה כי לך אתננה׃ 17
ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।”
ויאהל אברם ויבא וישב באלני ממרא אשר בחברון ויבן שם מזבח ליהוה׃ 18
ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।

< בראשית 13 >