< בראשית 21 >

ויהוה פקד את שרה כאשר אמר ויעש יהוה לשרה כאשר דבר׃ 1
ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।
ותהר ותלד שרה לאברהם בן לזקניו למועד אשר דבר אתו אלהים׃ 2
ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।
ויקרא אברהם את שם בנו הנולד לו אשר ילדה לו שרה יצחק׃ 3
ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‌ହାକ ରଖିଲେ।
וימל אברהם את יצחק בנו בן שמנת ימים כאשר צוה אתו אלהים׃ 4
ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍‌ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।
ואברהם בן מאת שנה בהולד לו את יצחק בנו׃ 5
ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍‌ହାକ ଜାତ ହେଲା।
ותאמר שרה צחק עשה לי אלהים כל השמע יצחק לי׃ 6
ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”
ותאמר מי מלל לאברהם היניקה בנים שרה כי ילדתי בן לזקניו׃ 7
ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”
ויגדל הילד ויגמל ויעש אברהם משתה גדול ביום הגמל את יצחק׃ 8
ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍‌ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
ותרא שרה את בן הגר המצרית אשר ילדה לאברהם מצחק׃ 9
ଏଥିଉତ୍ତାରେ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯେଉଁ ପୁତ୍ର ଜନ୍ମ କରିଥିଲା, ସାରା ଦେଖିଲା, ସେ ପରିହାସ କରୁଅଛି।
ותאמר לאברהם גרש האמה הזאת ואת בנה כי לא יירש בן האמה הזאת עם בני עם יצחק׃ 10
ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
וירע הדבר מאד בעיני אברהם על אודת בנו׃ 11
ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।
ויאמר אלהים אל אברהם אל ירע בעיניך על הנער ועל אמתך כל אשר תאמר אליך שרה שמע בקלה כי ביצחק יקרא לך זרע׃ 12
ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
וגם את בן האמה לגוי אשימנו כי זרעך הוא׃ 13
ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।”
וישכם אברהם בבקר ויקח לחם וחמת מים ויתן אל הגר שם על שכמה ואת הילד וישלחה ותלך ותתע במדבר באר שבע׃ 14
ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍‍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।
ויכלו המים מן החמת ותשלך את הילד תחת אחד השיחם׃ 15
ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା।
ותלך ותשב לה מנגד הרחק כמטחוי קשת כי אמרה אל אראה במות הילד ותשב מנגד ותשא את קלה ותבך׃ 16
ପୁଣି, ସେ ତାହା ଆଗରୁ ଦୂରକୁ ତୀରେକ ପରିମାଣ ଯାଇ ବସିଲା; କାରଣ ସେ କହିଲା, “ବାଳକର ମରଣ ମୁଁ ଦେଖିବି ନାହିଁ।” ପୁଣି, ସେ ତାହା ଆଗରେ ବସି ଉଚ୍ଚସ୍ୱରରେ ରୋଦନ କଲା।
וישמע אלהים את קול הנער ויקרא מלאך אלהים אל הגר מן השמים ויאמר לה מה לך הגר אל תיראי כי שמע אלהים אל קול הנער באשר הוא שם׃ 17
ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।
קומי שאי את הנער והחזיקי את ידך בו כי לגוי גדול אשימנו׃ 18
ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”
ויפקח אלהים את עיניה ותרא באר מים ותלך ותמלא את החמת מים ותשק את הנער׃ 19
ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।
ויהי אלהים את הנער ויגדל וישב במדבר ויהי רבה קשת׃ 20
ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।
וישב במדבר פארן ותקח לו אמו אשה מארץ מצרים׃ 21
ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।
ויהי בעת ההוא ויאמר אבימלך ופיכל שר צבאו אל אברהם לאמר אלהים עמך בכל אשר אתה עשה׃ 22
ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।
ועתה השבעה לי באלהים הנה אם תשקר לי ולניני ולנכדי כחסד אשר עשיתי עמך תעשה עמדי ועם הארץ אשר גרתה בה׃ 23
ଏଥିପାଇଁ ତୁମ୍ଭେ ଆମ୍ଭ ପ୍ରତି ଓ ଆମ୍ଭର ପୁତ୍ରପୌତ୍ର ପ୍ରତି ବିଶ୍ୱାସଘାତକତା କରିବ ନାହିଁ; ପୁଣି, ଆମ୍ଭେ ତୁମ୍ଭ ପ୍ରତି ଯେପରି ଅନୁଗ୍ରହ କରିଅଛୁ, ତଦନୁସାରେ ତୁମ୍ଭେ ଆମ୍ଭ ପ୍ରତି ଓ ତୁମ୍ଭର ପ୍ରବାସ ସ୍ଥାନ ଏହି ଦେଶ ପ୍ରତି ଅନୁଗ୍ରହ କରିବ, ଆମ୍ଭ ଆଗରେ ପରମେଶ୍ୱରଙ୍କ ଶପଥ କରି ଏହି କଥା କୁହ।”
ויאמר אברהם אנכי אשבע׃ 24
ତହିଁରେ ଅବ୍ରହାମ କହିଲେ, “ମୁଁ ଶପଥ କରିବି।”
והוכח אברהם את אבימלך על אדות באר המים אשר גזלו עבדי אבימלך׃ 25
ଆଉ ଅବିମେଲକଙ୍କ ଦାସଗଣ ଅବ୍ରହାମଙ୍କର ଏକ ସଜଳ କୂପ ବଳରେ ଅଧିକାର କରିଥିଲେ, ତେଣୁକରି ଅବ୍ରହାମ ଅବିମେଲକଙ୍କୁ ଅନୁଯୋଗ କଲେ।
ויאמר אבימלך לא ידעתי מי עשה את הדבר הזה וגם אתה לא הגדת לי וגם אנכי לא שמעתי בלתי היום׃ 26
ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”
ויקח אברהם צאן ובקר ויתן לאבימלך ויכרתו שניהם ברית׃ 27
ଏଥିଉତ୍ତାରେ ଅବ୍ରହାମ ମେଷ ଓ ଗୋରୁ ଘେନି ଅବିମେଲକଙ୍କୁ ଦେଲେ, ପୁଣି, ଦୁହେଁ ଗୋଟିଏ ନିୟମ ସ୍ଥିର କଲେ।
ויצב אברהם את שבע כבשת הצאן לבדהן׃ 28
ଆଉ ଅବ୍ରହାମ ପଲରୁ ସାତଗୋଟି ମେଷବତ୍ସା ପୃଥକ କରି ରଖିଲେ।
ויאמר אבימלך אל אברהם מה הנה שבע כבשת האלה אשר הצבת לבדנה׃ 29
ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”
ויאמר כי את שבע כבשת תקח מידי בעבור תהיה לי לעדה כי חפרתי את הבאר הזאת׃ 30
ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”
על כן קרא למקום ההוא באר שבע כי שם נשבעו שניהם׃ 31
ଏଣୁ ସେହି ସ୍ଥାନର ନାମ ବେର୍‍ଶେବା (ଶପଥ-କୂପ) ହେଲା, ଯେହେତୁ ସେହିଠାରେ ସେ ଦୁହେଁ ଶପଥ କଲେ।
ויכרתו ברית בבאר שבע ויקם אבימלך ופיכל שר צבאו וישבו אל ארץ פלשתים׃ 32
ଏହିରୂପେ ସେମାନେ ବେର୍‍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।
ויטע אשל בבאר שבע ויקרא שם בשם יהוה אל עולם׃ 33
ଏଥିଉତ୍ତାରେ ଅବ୍ରହାମ ସେହି ବେର୍‍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
ויגר אברהם בארץ פלשתים ימים רבים׃ 34
ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।

< בראשית 21 >