< בראשית 6 >

ויהי כי החל האדם לרב על פני האדמה ובנות ילדו להם׃ 1
ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
ויראו בני האלהים את בנות האדם כי טבת הנה ויקחו להם נשים מכל אשר בחרו׃ 2
ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
ויאמר יהוה לא ידון רוחי באדם לעלם בשגם הוא בשר והיו ימיו מאה ועשרים שנה׃ 3
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
הנפלים היו בארץ בימים ההם וגם אחרי כן אשר יבאו בני האלהים אל בנות האדם וילדו להם המה הגברים אשר מעולם אנשי השם׃ 4
ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
וירא יהוה כי רבה רעת האדם בארץ וכל יצר מחשבת לבו רק רע כל היום׃ 5
ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
וינחם יהוה כי עשה את האדם בארץ ויתעצב אל לבו׃ 6
ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
ויאמר יהוה אמחה את האדם אשר בראתי מעל פני האדמה מאדם עד בהמה עד רמש ועד עוף השמים כי נחמתי כי עשיתם׃ 7
ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
ונח מצא חן בעיני יהוה׃ 8
ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।
אלה תולדת נח נח איש צדיק תמים היה בדרתיו את האלהים התהלך נח׃ 9
ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
ויולד נח שלשה בנים את שם את חם ואת יפת׃ 10
ନୋହ, ଶେମ ଓ ହାମ ଓ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
ותשחת הארץ לפני האלהים ותמלא הארץ חמס׃ 11
ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
וירא אלהים את הארץ והנה נשחתה כי השחית כל בשר את דרכו על הארץ׃ 12
ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
ויאמר אלהים לנח קץ כל בשר בא לפני כי מלאה הארץ חמס מפניהם והנני משחיתם את הארץ׃ 13
ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
עשה לך תבת עצי גפר קנים תעשה את התבה וכפרת אתה מבית ומחוץ בכפר׃ 14
ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
וזה אשר תעשה אתה שלש מאות אמה ארך התבה חמשים אמה רחבה ושלשים אמה קומתה׃ 15
ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
צהר תעשה לתבה ואל אמה תכלנה מלמעלה ופתח התבה בצדה תשים תחתים שנים ושלשים תעשה׃ 16
ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
ואני הנני מביא את המבול מים על הארץ לשחת כל בשר אשר בו רוח חיים מתחת השמים כל אשר בארץ יגוע׃ 17
ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
והקמתי את בריתי אתך ובאת אל התבה אתה ובניך ואשתך ונשי בניך אתך׃ 18
ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
ומכל החי מכל בשר שנים מכל תביא אל התבה להחית אתך זכר ונקבה יהיו׃ 19
ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
מהעוף למינהו ומן הבהמה למינה מכל רמש האדמה למינהו שנים מכל יבאו אליך להחיות׃ 20
ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
ואתה קח לך מכל מאכל אשר יאכל ואספת אליך והיה לך ולהם לאכלה׃ 21
ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
ויעש נח ככל אשר צוה אתו אלהים כן עשה׃ 22
ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।

< בראשית 6 >

The World is Destroyed by Water
The World is Destroyed by Water