< הושע 6 >
לכו ונשובה אל יהוה כי הוא טרף וירפאנו יך ויחבשנו׃ | 1 |
“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
יחינו מימים ביום השלישי יקמנו ונחיה לפניו׃ | 2 |
ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
ונדעה נרדפה לדעת את יהוה כשחר נכון מצאו ויבוא כגשם לנו כמלקוש יורה ארץ׃ | 3 |
ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
מה אעשה לך אפרים מה אעשה לך יהודה וחסדכם כענן בקר וכטל משכים הלך׃ | 4 |
ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
על כן חצבתי בנביאים הרגתים באמרי פי ומשפטיך אור יצא׃ | 5 |
ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
כי חסד חפצתי ולא זבח ודעת אלהים מעלות׃ | 6 |
କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
והמה כאדם עברו ברית שם בגדו בי׃ | 7 |
ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।
גלעד קרית פעלי און עקבה מדם׃ | 8 |
ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
וכחכי איש גדודים חבר כהנים דרך ירצחו שכמה כי זמה עשו׃ | 9 |
ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
בבית ישראל ראיתי שעריריה שם זנות לאפרים נטמא ישראל׃ | 10 |
ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
גם יהודה שת קציר לך בשובי שבות עמי׃ | 11 |
ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।