< הושע 1 >

דבר יהוה אשר היה אל הושע בן בארי בימי עזיה יותם אחז יחזקיה מלכי יהודה ובימי ירבעם בן יואש מלך ישראל׃ 1
ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।
תחלת דבר יהוה בהושע ויאמר יהוה אל הושע לך קח לך אשת זנונים וילדי זנונים כי זנה תזנה הארץ מאחרי יהוה׃ 2
ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
וילך ויקח את גמר בת דבלים ותהר ותלד לו בן׃ 3
ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।
ויאמר יהוה אליו קרא שמו יזרעאל כי עוד מעט ופקדתי את דמי יזרעאל על בית יהוא והשבתי ממלכות בית ישראל׃ 4
ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।
והיה ביום ההוא ושברתי את קשת ישראל בעמק יזרעאל׃ 5
ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା।”
ותהר עוד ותלד בת ויאמר לו קרא שמה לא רחמה כי לא אוסיף עוד ארחם את בית ישראל כי נשא אשא להם׃ 6
ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
ואת בית יהודה ארחם והושעתים ביהוה אלהיהם ולא אושיעם בקשת ובחרב ובמלחמה בסוסים ובפרשים׃ 7
ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”
ותגמל את לא רחמה ותהר ותלד בן׃ 8
ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।
ויאמר קרא שמו לא עמי כי אתם לא עמי ואנכי לא אהיה לכם׃ 9
ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
והיה מספר בני ישראל כחול הים אשר לא ימד ולא יספר והיה במקום אשר יאמר להם לא עמי אתם יאמר להם בני אל חי׃ 10
ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
ונקבצו בני יהודה ובני ישראל יחדו ושמו להם ראש אחד ועלו מן הארץ כי גדול יום יזרעאל׃ 11
ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।

< הושע 1 >