< ישעה 32 >

הן לצדק ימלך מלך ולשרים למשפט ישרו׃ 1
ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
והיה איש כמחבא רוח וסתר זרם כפלגי מים בציון כצל סלע כבד בארץ עיפה׃ 2
ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
ולא תשעינה עיני ראים ואזני שמעים תקשבנה׃ 3
ପୁଣି, ଦର୍ଶକମାନଙ୍କ ଚକ୍ଷୁ ଧନ୍ଦଳା ହେବ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ମନୋଯୋଗ କରିବ।
ולבב נמהרים יבין לדעת ולשון עלגים תמהר לדבר צחות׃ 4
ଆହୁରି, ଅବିବେଚକର ଚିତ୍ତ ଜ୍ଞାନ ପାଇବ ଓ ତୋତଲାମାନଙ୍କର ଜିହ୍ୱା ସହଜରେ ସ୍ପଷ୍ଟ କଥା କହିବ।
לא יקרא עוד לנבל נדיב ולכילי לא יאמר שוע׃ 5
ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।
כי נבל נבלה ידבר ולבו יעשה און לעשות חנף ולדבר אל יהוה תועה להריק נפש רעב ומשקה צמא יחסיר׃ 6
କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
וכלי כליו רעים הוא זמות יעץ לחבל ענוים באמרי שקר ובדבר אביון משפט׃ 7
ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
ונדיב נדיבות יעץ והוא על נדיבות יקום׃ 8
ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।
נשים שאננות קמנה שמענה קולי בנות בטחות האזנה אמרתי׃ 9
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋʼ ବାକ୍ୟରେ କର୍ଣ୍ଣପାତ କର।
ימים על שנה תרגזנה בטחות כי כלה בציר אסף בלי יבוא׃ 10
ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍‍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
חרדו שאננות רגזה בטחות פשטה וערה וחגורה על חלצים׃ 11
ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍‍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
על שדים ספדים על שדי חמד על גפן פריה׃ 12
ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।
על אדמת עמי קוץ שמיר תעלה כי על כל בתי משוש קריה עליזה׃ 13
ମୋʼ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
כי ארמון נטש המון עיר עזב עפל ובחן היה בעד מערות עד עולם משוש פראים מרעה עדרים׃ 14
କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
עד יערה עלינו רוח ממרום והיה מדבר לכרמל וכרמל ליער יחשב׃ 15
ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
ושכן במדבר משפט וצדקה בכרמל תשב׃ 16
ସେତେବେଳେ ପ୍ରାନ୍ତରରେ ନ୍ୟାୟବିଚାର ବାସ କରିବ ଓ ଉର୍ବରା କ୍ଷେତ୍ରରେ ଧାର୍ମିକତା ବସତି କରିବ।
והיה מעשה הצדקה שלום ועבדת הצדקה השקט ובטח עד עולם׃ 17
ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
וישב עמי בנוה שלום ובמשכנות מבטחים ובמנוחת שאננות׃ 18
ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।
וברד ברדת היער ובשפלה תשפל העיר׃ 19
ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।
אשריכם זרעי על כל מים משלחי רגל השור והחמור׃ 20
ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।

< ישעה 32 >