< ירמיה 17 >

חטאת יהודה כתובה בעט ברזל בצפרן שמיר חרושה על לוח לבם ולקרנות מזבחותיכם׃ 1
“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।
כזכר בניהם מזבחותם ואשריהם על עץ רענן על גבעות הגבהות׃ 2
ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍‍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।
הררי בשדה חילך כל אוצרותיך לבז אתן במתיך בחטאת בכל גבוליך׃ 3
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।
ושמטתה ובך מנחלתך אשר נתתי לך והעבדתיך את איביך בארץ אשר לא ידעת כי אש קדחתם באפי עד עולם תוקד׃ 4
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।”
כה אמר יהוה ארור הגבר אשר יבטח באדם ושם בשר זרעו ומן יהוה יסור לבו׃ 5
ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
והיה כערער בערבה ולא יראה כי יבוא טוב ושכן חררים במדבר ארץ מלחה ולא תשב׃ 6
ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ।
ברוך הגבר אשר יבטח ביהוה והיה יהוה מבטחו׃ 7
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
והיה כעץ שתול על מים ועל יובל ישלח שרשיו ולא ירא כי יבא חם והיה עלהו רענן ובשנת בצרת לא ידאג ולא ימיש מעשות פרי׃ 8
କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।”
עקב הלב מכל ואנש הוא מי ידענו׃ 9
ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?
אני יהוה חקר לב בחן כליות ולתת לאיש כדרכו כפרי מעלליו׃ 10
“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”
קרא דגר ולא ילד עשה עשר ולא במשפט בחצי ימו יעזבנו ובאחריתו יהיה נבל׃ 11
ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।
כסא כבוד מרום מראשון מקום מקדשנו׃ 12
ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ।
מקוה ישראל יהוה כל עזביך יבשו יסורי בארץ יכתבו כי עזבו מקור מים חיים את יהוה׃ 13
ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
רפאני יהוה וארפא הושיעני ואושעה כי תהלתי אתה׃ 14
ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।
הנה המה אמרים אלי איה דבר יהוה יבוא נא׃ 15
ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।”
ואני לא אצתי מרעה אחריך ויום אנוש לא התאויתי אתה ידעת מוצא שפתי נכח פניך היה׃ 16
ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।
אל תהיה לי למחתה מחסי אתה ביום רעה׃ 17
ମୋʼ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।
יבשו רדפי ואל אבשה אני יחתו המה ואל אחתה אני הביא עליהם יום רעה ומשנה שברון שברם׃ 18
ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।
כה אמר יהוה אלי הלך ועמדת בשער בני עם אשר יבאו בו מלכי יהודה ואשר יצאו בו ובכל שערי ירושלם׃ 19
ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;
ואמרת אליהם שמעו דבר יהוה מלכי יהודה וכל יהודה וכל ישבי ירושלם הבאים בשערים האלה׃ 20
ଆଉ, ସେମାନଙ୍କୁ କୁହ, ‘ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
כה אמר יהוה השמרו בנפשותיכם ואל תשאו משא ביום השבת והבאתם בשערי ירושלם׃ 21
ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;
ולא תוציאו משא מבתיכם ביום השבת וכל מלאכה לא תעשו וקדשתם את יום השבת כאשר צויתי את אבותיכם׃ 22
ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।
ולא שמעו ולא הטו את אזנם ויקשו את ערפם לבלתי שומע ולבלתי קחת מוסר׃ 23
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।
והיה אם שמע תשמעון אלי נאם יהוה לבלתי הביא משא בשערי העיר הזאת ביום השבת ולקדש את יום השבת לבלתי עשות בה כל מלאכה׃ 24
ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହି ଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;
ובאו בשערי העיר הזאת מלכים ושרים ישבים על כסא דוד רכבים ברכב ובסוסים המה ושריהם איש יהודה וישבי ירושלם וישבה העיר הזאת לעולם׃ 25
ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର-ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।
ובאו מערי יהודה ומסביבות ירושלם ומארץ בנימן ומן השפלה ומן ההר ומן הנגב מבאים עולה וזבח ומנחה ולבונה ומבאי תודה בית יהוה׃ 26
ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।
ואם לא תשמעו אלי לקדש את יום השבת ולבלתי שאת משא ובא בשערי ירושלם ביום השבת והצתי אש בשעריה ואכלה ארמנות ירושלם ולא תכבה׃ 27
ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”

< ירמיה 17 >