< ירמיה 6 >

העזו בני בנימן מקרב ירושלם ובתקוע תקעו שופר ועל בית הכרם שאו משאת כי רעה נשקפה מצפון ושבר גדול׃ 1
ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।
הנוה והמענגה דמיתי בת ציון׃ 2
ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।
אליה יבאו רעים ועדריהם תקעו עליה אהלים סביב רעו איש את ידו׃ 3
ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।
קדשו עליה מלחמה קומו ונעלה בצהרים אוי לנו כי פנה היום כי ינטו צללי ערב׃ 4
“ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”
קומו ונעלה בלילה ונשחיתה ארמנותיה׃ 5
“ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।”
כי כה אמר יהוה צבאות כרתו עצה ושפכו על ירושלם סללה היא העיר הפקד כלה עשק בקרבה׃ 6
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।
כהקיר בור מימיה כן הקרה רעתה חמס ושד ישמע בה על פני תמיד חלי ומכה׃ 7
ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
הוסרי ירושלם פן תקע נפשי ממך פן אשימך שממה ארץ לוא נושבה׃ 8
ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”
כה אמר יהוה צבאות עולל יעוללו כגפן שארית ישראל השב ידך כבוצר על סלסלות׃ 9
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”
על מי אדברה ואעידה וישמעו הנה ערלה אזנם ולא יוכלו להקשיב הנה דבר יהוה היה להם לחרפה לא יחפצו בו׃ 10
ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।
ואת חמת יהוה מלאתי נלאיתי הכיל שפך על עולל בחוץ ועל סוד בחורים יחדו כי גם איש עם אשה ילכדו זקן עם מלא ימים׃ 11
ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।
ונסבו בתיהם לאחרים שדות ונשים יחדו כי אטה את ידי על ישבי הארץ נאם יהוה׃ 12
ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।”
כי מקטנם ועד גדולם כלו בוצע בצע ומנביא ועד כהן כלו עשה שקר׃ 13
“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
וירפאו את שבר עמי על נקלה לאמר שלום שלום ואין שלום׃ 14
ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।
הבישו כי תועבה עשו גם בוש לא יבושו גם הכלים לא ידעו לכן יפלו בנפלים בעת פקדתים יכשלו אמר יהוה׃ 15
ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”
כה אמר יהוה עמדו על דרכים וראו ושאלו לנתבות עולם אי זה דרך הטוב ולכו בה ומצאו מרגוע לנפשכם ויאמרו לא נלך׃ 16
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’
והקמתי עליכם צפים הקשיבו לקול שופר ויאמרו לא נקשיב׃ 17
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’
לכן שמעו הגוים ודעי עדה את אשר בם׃ 18
ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।
שמעי הארץ הנה אנכי מביא רעה אל העם הזה פרי מחשבותם כי על דברי לא הקשיבו ותורתי וימאסו בה׃ 19
ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
למה זה לי לבונה משבא תבוא וקנה הטוב מארץ מרחק עלותיכם לא לרצון וזבחיכם לא ערבו לי׃ 20
ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।
לכן כה אמר יהוה הנני נתן אל העם הזה מכשלים וכשלו בם אבות ובנים יחדו שכן ורעו יאבדו׃ 21
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”
כה אמר יהוה הנה עם בא מארץ צפון וגוי גדול יעור מירכתי ארץ׃ 22
ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।
קשת וכידון יחזיקו אכזרי הוא ולא ירחמו קולם כים יהמה ועל סוסים ירכבו ערוך כאיש למלחמה עליך בת ציון׃ 23
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”
שמענו את שמעו רפו ידינו צרה החזיקתנו חיל כיולדה׃ 24
ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।
אל תצאי השדה ובדרך אל תלכי כי חרב לאיב מגור מסביב׃ 25
ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।
בת עמי חגרי שק והתפלשי באפר אבל יחיד עשי לך מספד תמרורים כי פתאם יבא השדד עלינו׃ 26
ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍‍ ଆମ୍ଭମାନଙ୍କୁ ଆକ୍ରମଣ କରିବ।
בחון נתתיך בעמי מבצר ותדע ובחנת את דרכם׃ 27
“ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।
כלם סרי סוררים הלכי רכיל נחשת וברזל כלם משחיתים המה׃ 28
ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।
נחר מפח מאשתם עפרת לשוא צרף צרוף ורעים לא נתקו׃ 29
ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।
כסף נמאס קראו להם כי מאס יהוה בהם׃ 30
ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।”

< ירמיה 6 >