< איוב 10 >

נקטה נפשי בחיי אעזבה עלי שיחי אדברה במר נפשי׃ 1
ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।
אמר אל אלוה אל תרשיעני הודיעני על מה תריבני׃ 2
ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।
הטוב לך כי תעשק כי תמאס יגיע כפיך ועל עצת רשעים הופעת׃ 3
ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
העיני בשר לך אם כראות אנוש תראה׃ 4
ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ?
הכימי אנוש ימיך אם שנותיך כימי גבר׃ 5
ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ
כי תבקש לעוני ולחטאתי תדרוש׃ 6
ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ?
על דעתך כי לא ארשע ואין מידך מציל׃ 7
ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।
ידיך עצבוני ויעשוני יחד סביב ותבלעני׃ 8
ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।
זכר נא כי כחמר עשיתני ואל עפר תשיבני׃ 9
ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
הלא כחלב תתיכני וכגבנה תקפיאני׃ 10
ତୁମ୍ଭେ କʼଣ ଦୁଗ୍ଧ ନ୍ୟାୟ ମୋତେ ଢାଳି ନାହଁ ଓ ଛେନା ତୁଲ୍ୟ ମୋତେ ଶକ୍ତ କରି ନାହଁ?
עור ובשר תלבישני ובעצמות וגידים תסככני׃ 11
ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।
חיים וחסד עשית עמדי ופקדתך שמרה רוחי׃ 12
ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।
ואלה צפנת בלבבך ידעתי כי זאת עמך׃ 13
ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
אם חטאתי ושמרתני ומעוני לא תנקני׃ 14
ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।
אם רשעתי אללי לי וצדקתי לא אשא ראשי שבע קלון וראה עניי׃ 15
ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।
ויגאה כשחל תצודני ותשב תתפלא בי׃ 16
ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।
תחדש עדיך נגדי ותרב כעשך עמדי חליפות וצבא עמי׃ 17
ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।
ולמה מרחם הצאתני אגוע ועין לא תראני׃ 18
ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,
כאשר לא הייתי אהיה מבטן לקבר אובל׃ 19
ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି।
הלא מעט ימי יחדל ישית ממני ואבליגה מעט׃ 20
ମୋହର ଦିନ କʼଣ ଅଳ୍ପ ନୁହେଁ? ତେବେ କ୍ଷାନ୍ତ ହୁଅ,
בטרם אלך ולא אשוב אל ארץ חשך וצלמות׃ 21
ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;
ארץ עפתה כמו אפל צלמות ולא סדרים ותפע כמו אפל׃ 22
ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”

< איוב 10 >