< איוב 8 >

ויען בלדד השוחי ויאמר׃ 1
ଏଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା,
עד אן תמלל אלה ורוח כביר אמרי פיך׃ 2
“ତୁମ୍ଭେ କେତେ କାଳ ଏହିସବୁ କଥା କହିବ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ?
האל יעות משפט ואם שדי יעות צדק׃ 3
ପରମେଶ୍ୱର କʼଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କʼଣ ନ୍ୟାୟ ବିପରୀତ କରନ୍ତି?
אם בניך חטאו לו וישלחם ביד פשעם׃ 4
ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;
אם אתה תשחר אל אל ואל שדי תתחנן׃ 5
ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
אם זך וישר אתה כי עתה יעיר עליך ושלם נות צדקך׃ 6
ଯଦି ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ।
והיה ראשיתך מצער ואחריתך ישגה מאד׃ 7
ଆଉ, ତୁମ୍ଭର ପ୍ରଥମାବସ୍ଥା କ୍ଷୁଦ୍ର ହେଲେ ହେଁ ତୁମ୍ଭର ଶେଷାବସ୍ଥା ଅତିଶୟ ଉନ୍ନତ ହୁଅନ୍ତା।
כי שאל נא לדר רישון וכונן לחקר אבותם׃ 8
କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର;
כי תמול אנחנו ולא נדע כי צל ימינו עלי ארץ׃ 9
କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ;
הלא הם יורוך יאמרו לך ומלבם יוצאו מלים׃ 10
ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?
היגאה גמא בלא בצה ישגה אחו בלי מים׃ 11
ପଙ୍କ ବିନା କʼଣ ନଳ ବଢ଼ିପାରେ? ଜଳ ବିନା କʼଣ ସନ୍ତରା ବଢ଼ିପାରେ?
עדנו באבו לא יקטף ולפני כל חציר ייבש׃ 12
ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ ଅନ୍ୟାନ୍ୟ ତୃଣ ପୂର୍ବରୁ ଶୁଷ୍କ ହୁଏ।
כן ארחות כל שכחי אל ותקות חנף תאבד׃ 13
ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,
אשר יקוט כסלו ובית עכביש מבטחו׃ 14
ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ୱରୂପ।
ישען על ביתו ולא יעמד יחזיק בו ולא יקום׃ 15
ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ବନ କରିବ, ମାତ୍ର ତାହା ରହିବ ନାହିଁ।
רטב הוא לפני שמש ועל גנתו ינקתו תצא׃ 16
ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ।
על גל שרשיו יסבכו בית אבנים יחזה׃ 17
ତାହାର ଚେର ପ୍ରସ୍ତରରାଶିରେ ଜଡ଼ିତ ହୁଏ, ସେ ପ୍ରସ୍ତରର ସ୍ଥଳ ଦେଖେ।
אם יבלענו ממקומו וכחש בו לא ראיתיך׃ 18
ଯଦି ସେ ଆପଣା ସ୍ଥାନରୁ ବିନଷ୍ଟ ହେବ, ତେବେ ସେହି ସ୍ଥାନ ତାହାକୁ ଅସ୍ୱୀକାର କରି କହିବ, ‘ମୁଁ ତୁମ୍ଭକୁ ଦେଖି ନାହିଁ।’
הן הוא משוש דרכו ומעפר אחר יצמחו׃ 19
ଦେଖ, ଏହି ତାହାର ଗତିର ଆମୋଦ, ଏଉତ୍ତାରେ ଭୂମିରୁ ଅନ୍ୟମାନେ ଉଠିବେ।
הן אל לא ימאס תם ולא יחזיק ביד מרעים׃ 20
ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ।
עד ימלה שחוק פיך ושפתיך תרועה׃ 21
ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ୱନିରେ ପୂର୍ଣ୍ଣ କରିବେ।
שנאיך ילבשו בשת ואהל רשעים איננו׃ 22
ତୁମ୍ଭର ଘୃଣାକାରୀମାନେ ଲଜ୍ଜା ପରିହିତ ହେବେ ଓ ଦୁଷ୍ଟର ତମ୍ବୁ ଆଉ ରହିବ ନାହିଁ।”

< איוב 8 >