< שופטים 4 >

ויספו בני ישראל לעשות הרע בעיני יהוה ואהוד מת׃ 1
ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।
וימכרם יהוה ביד יבין מלך כנען אשר מלך בחצור ושר צבאו סיסרא והוא יושב בחרשת הגוים׃ 2
ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।
ויצעקו בני ישראל אל יהוה כי תשע מאות רכב ברזל לו והוא לחץ את בני ישראל בחזקה עשרים שנה׃ 3
ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
ודבורה אשה נביאה אשת לפידות היא שפטה את ישראל בעת ההיא׃ 4
ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍‍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।
והיא יושבת תחת תמר דבורה בין הרמה ובין בית אל בהר אפרים ויעלו אליה בני ישראל למשפט׃ 5
ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍‍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।
ותשלח ותקרא לברק בן אבינעם מקדש נפתלי ותאמר אליו הלא צוה יהוה אלהי ישראל לך ומשכת בהר תבור ולקחת עמך עשרת אלפים איש מבני נפתלי ומבני זבלון׃ 6
ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?
ומשכתי אליך אל נחל קישון את סיסרא שר צבא יבין ואת רכבו ואת המונו ונתתיהו בידך׃ 7
ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
ויאמר אליה ברק אם תלכי עמי והלכתי ואם לא תלכי עמי לא אלך׃ 8
ତହୁଁ ବାରକ୍‍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”
ותאמר הלך אלך עמך אפס כי לא תהיה תפארתך על הדרך אשר אתה הולך כי ביד אשה ימכר יהוה את סיסרא ותקם דבורה ותלך עם ברק קדשה׃ 9
ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍‍ ସଙ୍ଗରେ କେଦଶକୁ ଗଲେ।
ויזעק ברק את זבולן ואת נפתלי קדשה ויעל ברגליו עשרת אלפי איש ותעל עמו דבורה׃ 10
ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।
וחבר הקיני נפרד מקין מבני חבב חתן משה ויט אהלו עד אלון בצענים אשר את קדש׃ 11
ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍‍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍‍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।
ויגדו לסיסרא כי עלה ברק בן אבינעם הר תבור׃ 12
ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।
ויזעק סיסרא את כל רכבו תשע מאות רכב ברזל ואת כל העם אשר אתו מחרשת הגוים אל נחל קישון׃ 13
ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ଠାରୁ କୀଶୋନ୍‍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।
ותאמר דברה אל ברק קום כי זה היום אשר נתן יהוה את סיסרא בידך הלא יהוה יצא לפניך וירד ברק מהר תבור ועשרת אלפים איש אחריו׃ 14
ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।
ויהם יהוה את סיסרא ואת כל הרכב ואת כל המחנה לפי חרב לפני ברק וירד סיסרא מעל המרכבה וינס ברגליו׃ 15
ତହୁଁ ସଦାପ୍ରଭୁ ବାରକ୍‍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।
וברק רדף אחרי הרכב ואחרי המחנה עד חרשת הגוים ויפל כל מחנה סיסרא לפי חרב לא נשאר עד אחד׃ 16
ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।
וסיסרא נס ברגליו אל אהל יעל אשת חבר הקיני כי שלום בין יבין מלך חצור ובין בית חבר הקיני׃ 17
ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍‍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା।
ותצא יעל לקראת סיסרא ותאמר אליו סורה אדני סורה אלי אל תירא ויסר אליה האהלה ותכסהו בשמיכה׃ 18
ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, “ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ;” ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା;
ויאמר אליה השקיני נא מעט מים כי צמאתי ותפתח את נאוד החלב ותשקהו ותכסהו׃ 19
ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।
ויאמר אליה עמד פתח האהל והיה אם איש יבוא ושאלך ואמר היש פה איש ואמרת אין׃ 20
ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’”
ותקח יעל אשת חבר את יתד האהל ותשם את המקבת בידה ותבוא אליו בלאט ותתקע את היתד ברקתו ותצנח בארץ והוא נרדם ויעף וימת׃ 21
ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।
והנה ברק רדף את סיסרא ותצא יעל לקראתו ותאמר לו לך ואראך את האיש אשר אתה מבקש ויבא אליה והנה סיסרא נפל מת והיתד ברקתו׃ 22
ଆଉ ଦେଖ, ବାରକ୍‍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, “ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି।” ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।
ויכנע אלהים ביום ההוא את יבין מלך כנען לפני בני ישראל׃ 23
ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ।
ותלך יד בני ישראל הלוך וקשה על יבין מלך כנען עד אשר הכריתו את יבין מלך כנען׃ 24
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍‍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍‍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା।

< שופטים 4 >