< ויקרא 12 >

וידבר יהוה אל משה לאמר׃ 1
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
דבר אל בני ישראל לאמר אשה כי תזריע וילדה זכר וטמאה שבעת ימים כימי נדת דותה תטמא׃ 2
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।
וביום השמיני ימול בשר ערלתו׃ 3
ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।
ושלשים יום ושלשת ימים תשב בדמי טהרה בכל קדש לא תגע ואל המקדש לא תבא עד מלאת ימי טהרה׃ 4
ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
ואם נקבה תלד וטמאה שבעים כנדתה וששים יום וששת ימים תשב על דמי טהרה׃ 5
ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।
ובמלאת ימי טהרה לבן או לבת תביא כבש בן שנתו לעלה ובן יונה או תר לחטאת אל פתח אהל מועד אל הכהן׃ 6
ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
והקריבו לפני יהוה וכפר עליה וטהרה ממקר דמיה זאת תורת הילדת לזכר או לנקבה׃ 7
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।
ואם לא תמצא ידה די שה ולקחה שתי תרים או שני בני יונה אחד לעלה ואחד לחטאת וכפר עליה הכהן וטהרה׃ 8
ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”

< ויקרא 12 >