< ויקרא 26 >

לא תעשו לכם אלילם ופסל ומצבה לא תקימו לכם ואבן משכית לא תתנו בארצכם להשתחות עליה כי אני יהוה אלהיכם׃ 1
“ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
את שבתתי תשמרו ומקדשי תיראו אני יהוה׃ 2
ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
אם בחקתי תלכו ואת מצותי תשמרו ועשיתם אתם׃ 3
ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
ונתתי גשמיכם בעתם ונתנה הארץ יבולה ועץ השדה יתן פריו׃ 4
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
והשיג לכם דיש את בציר ובציר ישיג את זרע ואכלתם לחמכם לשבע וישבתם לבטח בארצכם׃ 5
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
ונתתי שלום בארץ ושכבתם ואין מחריד והשבתי חיה רעה מן הארץ וחרב לא תעבר בארצכם׃ 6
ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।
ורדפתם את איביכם ונפלו לפניכם לחרב׃ 7
ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
ורדפו מכם חמשה מאה ומאה מכם רבבה ירדפו ונפלו איביכם לפניכם לחרב׃ 8
ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
ופניתי אליכם והפריתי אתכם והרביתי אתכם והקימתי את בריתי אתכם׃ 9
ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
ואכלתם ישן נושן וישן מפני חדש תוציאו׃ 10
ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
ונתתי משכני בתוככם ולא תגעל נפשי אתכם׃ 11
ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
והתהלכתי בתוככם והייתי לכם לאלהים ואתם תהיו לי לעם׃ 12
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
אני יהוה אלהיכם אשר הוצאתי אתכם מארץ מצרים מהית להם עבדים ואשבר מטת עלכם ואולך אתכם קוממיות׃ 13
ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
ואם לא תשמעו לי ולא תעשו את כל המצות האלה׃ 14
ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
ואם בחקתי תמאסו ואם את משפטי תגעל נפשכם לבלתי עשות את כל מצותי להפרכם את בריתי׃ 15
ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
אף אני אעשה זאת לכם והפקדתי עליכם בהלה את השחפת ואת הקדחת מכלות עינים ומדיבת נפש וזרעתם לריק זרעכם ואכלהו איביכם׃ 16
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
ונתתי פני בכם ונגפתם לפני איביכם ורדו בכם שנאיכם ונסתם ואין רדף אתכם׃ 17
ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
ואם עד אלה לא תשמעו לי ויספתי ליסרה אתכם שבע על חטאתיכם׃ 18
ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
ושברתי את גאון עזכם ונתתי את שמיכם כברזל ואת ארצכם כנחשה׃ 19
ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
ותם לריק כחכם ולא תתן ארצכם את יבולה ועץ הארץ לא יתן פריו׃ 20
ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
ואם תלכו עמי קרי ולא תאבו לשמע לי ויספתי עליכם מכה שבע כחטאתיכם׃ 21
ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
והשלחתי בכם את חית השדה ושכלה אתכם והכריתה את בהמתכם והמעיטה אתכם ונשמו דרכיכם׃ 22
ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
ואם באלה לא תוסרו לי והלכתם עמי קרי׃ 23
ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,
והלכתי אף אני עמכם בקרי והכיתי אתכם גם אני שבע על חטאתיכם׃ 24
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।
והבאתי עליכם חרב נקמת נקם ברית ונאספתם אל עריכם ושלחתי דבר בתוככם ונתתם ביד אויב׃ 25
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
בשברי לכם מטה לחם ואפו עשר נשים לחמכם בתנור אחד והשיבו לחמכם במשקל ואכלתם ולא תשבעו׃ 26
ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
ואם בזאת לא תשמעו לי והלכתם עמי בקרי׃ 27
ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;
והלכתי עמכם בחמת קרי ויסרתי אתכם אף אני שבע על חטאתיכם׃ 28
ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।
ואכלתם בשר בניכם ובשר בנתיכם תאכלו׃ 29
ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
והשמדתי את במתיכם והכרתי את חמניכם ונתתי את פגריכם על פגרי גלוליכם וגעלה נפשי אתכם׃ 30
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
ונתתי את עריכם חרבה והשמותי את מקדשיכם ולא אריח בריח ניחחכם׃ 31
ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
והשמתי אני את הארץ ושממו עליה איביכם הישבים בה׃ 32
ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।
ואתכם אזרה בגוים והריקתי אחריכם חרב והיתה ארצכם שממה ועריכם יהיו חרבה׃ 33
ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍‍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
אז תרצה הארץ את שבתתיה כל ימי השמה ואתם בארץ איביכם אז תשבת הארץ והרצת את שבתתיה׃ 34
ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍‍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।
כל ימי השמה תשבת את אשר לא שבתה בשבתתיכם בשבתכם עליה׃ 35
ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।
והנשארים בכם והבאתי מרך בלבבם בארצת איביהם ורדף אתם קול עלה נדף ונסו מנסת חרב ונפלו ואין רדף׃ 36
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
וכשלו איש באחיו כמפני חרב ורדף אין ולא תהיה לכם תקומה לפני איביכם׃ 37
ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।
ואבדתם בגוים ואכלה אתכם ארץ איביכם׃ 38
ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।
והנשארים בכם ימקו בעונם בארצת איביכם ואף בעונת אבתם אתם ימקו׃ 39
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।
והתודו את עונם ואת עון אבתם במעלם אשר מעלו בי ואף אשר הלכו עמי בקרי׃ 40
ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
אף אני אלך עמם בקרי והבאתי אתם בארץ איביהם או אז יכנע לבבם הערל ואז ירצו את עונם׃ 41
ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
וזכרתי את בריתי יעקוב ואף את בריתי יצחק ואף את בריתי אברהם אזכר והארץ אזכר׃ 42
ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‌ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।
והארץ תעזב מהם ותרץ את שבתתיה בהשמה מהם והם ירצו את עונם יען וביען במשפטי מאסו ואת חקתי געלה נפשם׃ 43
ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।
ואף גם זאת בהיותם בארץ איביהם לא מאסתים ולא געלתים לכלתם להפר בריתי אתם כי אני יהוה אלהיהם׃ 44
ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
וזכרתי להם ברית ראשנים אשר הוצאתי אתם מארץ מצרים לעיני הגוים להית להם לאלהים אני יהוה׃ 45
ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କରିଥିବା ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ।”
אלה החקים והמשפטים והתורת אשר נתן יהוה בינו ובין בני ישראל בהר סיני ביד משה׃ 46
ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।

< ויקרא 26 >