< נחום 1 >

משא נינוה ספר חזון נחום האלקשי׃ 1
ନୀନିବୀ ବିଷୟକ ବାର୍ତ୍ତା। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ।
אל קנוא ונקם יהוה נקם יהוה ובעל חמה נקם יהוה לצריו ונוטר הוא לאיביו׃ 2
ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
יהוה ארך אפים וגדול כח ונקה לא ינקה יהוה בסופה ובשערה דרכו וענן אבק רגליו׃ 3
ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
גוער בים ויבשהו וכל הנהרות החריב אמלל בשן וכרמל ופרח לבנון אמלל׃ 4
ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।
הרים רעשו ממנו והגבעות התמגגו ותשא הארץ מפניו ותבל וכל ישבי בה׃ 5
ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
לפני זעמו מי יעמוד ומי יקום בחרון אפו חמתו נתכה כאש והצרים נתצו ממנו׃ 6
ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
טוב יהוה למעוז ביום צרה וידע חסי בו׃ 7
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
ובשטף עבר כלה יעשה מקומה ואיביו ירדף חשך׃ 8
ମାତ୍ର ସେ ପ୍ଲାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।
מה תחשבון אל יהוה כלה הוא עשה לא תקום פעמים צרה׃ 9
ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।
כי עד סירים סבכים וכסבאם סבואים אכלו כקש יבש מלא׃ 10
କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
ממך יצא חשב על יהוה רעה יעץ בליעל׃ 11
ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।
כה אמר יהוה אם שלמים וכן רבים וכן נגזו ועבר וענתך לא אענך עוד׃ 12
ସଦାପ୍ରଭୁ ଏହି କଥା କହନ୍ତି; “ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।
ועתה אשבר מטהו מעליך ומוסרתיך אנתק׃ 13
ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।”
וצוה עליך יהוה לא יזרע משמך עוד מבית אלהיך אכרית פסל ומסכה אשים קברך כי קלות׃ 14
ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, “ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।”
הנה על ההרים רגלי מבשר משמיע שלום חגי יהודה חגיך שלמי נדריך כי לא יוסיף עוד לעבור בך בליעל כלה נכרת׃ 15
ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।

< נחום 1 >