< מִשְׁלֵי 15 >
מענה רך ישיב חמה ודבר עצב יעלה אף׃ | 1 |
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।
לשון חכמים תיטיב דעת ופי כסילים יביע אולת׃ | 2 |
ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।
בכל מקום עיני יהוה צפות רעים וטובים׃ | 3 |
ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
מרפא לשון עץ חיים וסלף בה שבר ברוח׃ | 4 |
ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।
אויל ינאץ מוסר אביו ושמר תוכחת יערם׃ | 5 |
ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।
בית צדיק חסן רב ובתבואת רשע נעכרת׃ | 6 |
ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।
שפתי חכמים יזרו דעת ולב כסילים לא כן׃ | 7 |
ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
זבח רשעים תועבת יהוה ותפלת ישרים רצונו׃ | 8 |
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
תועבת יהוה דרך רשע ומרדף צדקה יאהב׃ | 9 |
ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।
מוסר רע לעזב ארח שונא תוכחת ימות׃ | 10 |
ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
שאול ואבדון נגד יהוה אף כי לבות בני אדם׃ (Sheol ) | 11 |
ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ? (Sheol )
לא יאהב לץ הוכח לו אל חכמים לא ילך׃ | 12 |
ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
לב שמח ייטב פנים ובעצבת לב רוח נכאה׃ | 13 |
ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
לב נבון יבקש דעת ופני כסילים ירעה אולת׃ | 14 |
ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
כל ימי עני רעים וטוב לב משתה תמיד׃ | 15 |
ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।
טוב מעט ביראת יהוה מאוצר רב ומהומה בו׃ | 16 |
ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
טוב ארחת ירק ואהבה שם משור אבוס ושנאה בו׃ | 17 |
ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।
איש חמה יגרה מדון וארך אפים ישקיט ריב׃ | 18 |
କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
דרך עצל כמשכת חדק וארח ישרים סללה׃ | 19 |
ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।
בן חכם ישמח אב וכסיל אדם בוזה אמו׃ | 20 |
ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
אולת שמחה לחסר לב ואיש תבונה יישר לכת׃ | 21 |
ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ।
הפר מחשבות באין סוד וברב יועצים תקום׃ | 22 |
ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।
שמחה לאיש במענה פיו ודבר בעתו מה טוב׃ | 23 |
ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!
ארח חיים למעלה למשכיל למען סור משאול מטה׃ (Sheol ) | 24 |
ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ। (Sheol )
בית גאים יסח יהוה ויצב גבול אלמנה׃ | 25 |
ଗର୍ବୀ ଲୋକର ଗୃହ ସଦାପ୍ରଭୁ ଉପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
תועבת יהוה מחשבות רע וטהרים אמרי נעם׃ | 26 |
କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
עכר ביתו בוצע בצע ושונא מתנת יחיה׃ | 27 |
ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
לב צדיק יהגה לענות ופי רשעים יביע רעות׃ | 28 |
ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
רחוק יהוה מרשעים ותפלת צדיקים ישמע׃ | 29 |
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
מאור עינים ישמח לב שמועה טובה תדשן עצם׃ | 30 |
ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।
אזן שמעת תוכחת חיים בקרב חכמים תלין׃ | 31 |
ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
פורע מוסר מואס נפשו ושומע תוכחת קונה לב׃ | 32 |
ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
יראת יהוה מוסר חכמה ולפני כבוד ענוה׃ | 33 |
ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।