< מִשְׁלֵי 17 >

טוב פת חרבה ושלוה בה מבית מלא זבחי ריב׃ 1
ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।
עבד משכיל ימשל בבן מביש ובתוך אחים יחלק נחלה׃ 2
ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।
מצרף לכסף וכור לזהב ובחן לבות יהוה׃ 3
କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
מרע מקשיב על שפת און שקר מזין על לשון הות׃ 4
କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।
לעג לרש חרף עשהו שמח לאיד לא ינקה׃ 5
ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
עטרת זקנים בני בנים ותפארת בנים אבותם׃ 6
ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
לא נאוה לנבל שפת יתר אף כי לנדיב שפת שקר׃ 7
ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
אבן חן השחד בעיני בעליו אל כל אשר יפנה ישכיל׃ 8
ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
מכסה פשע מבקש אהבה ושנה בדבר מפריד אלוף׃ 9
ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
תחת גערה במבין מהכות כסיל מאה׃ 10
ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।
אך מרי יבקש רע ומלאך אכזרי ישלח בו׃ 11
ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
פגוש דב שכול באיש ואל כסיל באולתו׃ 12
ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
משיב רעה תחת טובה לא תמיש רעה מביתו׃ 13
ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
פוטר מים ראשית מדון ולפני התגלע הריב נטוש׃ 14
କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
מצדיק רשע ומרשיע צדיק תועבת יהוה גם שניהם׃ 15
ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
למה זה מחיר ביד כסיל לקנות חכמה ולב אין׃ 16
ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ? ତାହାର ତ ବୁଦ୍ଧି ନାହିଁ।
בכל עת אהב הרע ואח לצרה יולד׃ 17
ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
אדם חסר לב תוקע כף ערב ערבה לפני רעהו׃ 18
ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
אהב פשע אהב מצה מגביה פתחו מבקש שבר׃ 19
ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
עקש לב לא ימצא טוב ונהפך בלשונו יפול ברעה׃ 20
ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
ילד כסיל לתוגה לו ולא ישמח אבי נבל׃ 21
ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
לב שמח ייטב גהה ורוח נכאה תיבש גרם׃ 22
ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
שחד מחיק רשע יקח להטות ארחות משפט׃ 23
ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
את פני מבין חכמה ועיני כסיל בקצה ארץ׃ 24
ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।
כעס לאביו בן כסיל וממר ליולדתו׃ 25
ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।
גם ענוש לצדיק לא טוב להכות נדיבים על ישר׃ 26
ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।
חושך אמריו יודע דעת וקר רוח איש תבונה׃ 27
ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।
גם אויל מחריש חכם יחשב אטם שפתיו נבון׃ 28
ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।

< מִשְׁלֵי 17 >