< מִשְׁלֵי 2 >

בני אם תקח אמרי ומצותי תצפן אתך׃ 1
ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;
להקשיב לחכמה אזנך תטה לבך לתבונה׃ 2
ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;
כי אם לבינה תקרא לתבונה תתן קולך׃ 3
ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;
אם תבקשנה ככסף וכמטמונים תחפשנה׃ 4
ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;
אז תבין יראת יהוה ודעת אלהים תמצא׃ 5
ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।
כי יהוה יתן חכמה מפיו דעת ותבונה׃ 6
ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
וצפן לישרים תושיה מגן להלכי תם׃ 7
ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।
לנצר ארחות משפט ודרך חסידו ישמר׃ 8
ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।
אז תבין צדק ומשפט ומישרים כל מעגל טוב׃ 9
ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।
כי תבוא חכמה בלבך ודעת לנפשך ינעם׃ 10
କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;
מזמה תשמר עליך תבונה תנצרכה׃ 11
ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।
להצילך מדרך רע מאיש מדבר תהפכות׃ 12
ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,
העזבים ארחות ישר ללכת בדרכי חשך׃ 13
ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;
השמחים לעשות רע יגילו בתהפכות רע׃ 14
ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;
אשר ארחתיהם עקשים ונלוזים במעגלותם׃ 15
ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।
להצילך מאשה זרה מנכריה אמריה החליקה׃ 16
ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,
העזבת אלוף נעוריה ואת ברית אלהיה שכחה׃ 17
ଯାହାର ଗୃହ ମୃତ୍ୟୁୁ ଆଡ଼େ
כי שחה אל מות ביתה ואל רפאים מעגלתיה׃ 18
ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,
כל באיה לא ישובון ולא ישיגו ארחות חיים׃ 19
ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।
למען תלך בדרך טובים וארחות צדיקים תשמר׃ 20
ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,
כי ישרים ישכנו ארץ ותמימים יותרו בה׃ 21
ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।
ורשעים מארץ יכרתו ובוגדים יסחו ממנה׃ 22
ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।

< מִשְׁלֵי 2 >