< מִשְׁלֵי 20 >

לץ היין המה שכר וכל שגה בו לא יחכם׃ 1
ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।
נהם ככפיר אימת מלך מתעברו חוטא נפשו׃ 2
ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
כבוד לאיש שבת מריב וכל אויל יתגלע׃ 3
ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
מחרף עצל לא יחרש ישאל בקציר ואין׃ 4
ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
מים עמקים עצה בלב איש ואיש תבונה ידלנה׃ 5
ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
רב אדם יקרא איש חסדו ואיש אמונים מי ימצא׃ 6
ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ?
מתהלך בתמו צדיק אשרי בניו אחריו׃ 7
ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
מלך יושב על כסא דין מזרה בעיניו כל רע׃ 8
ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।
מי יאמר זכיתי לבי טהרתי מחטאתי׃ 9
ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ?
אבן ואבן איפה ואיפה תועבת יהוה גם שניהם׃ 10
ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
גם במעלליו יתנכר נער אם זך ואם ישר פעלו׃ 11
ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
אזן שמעת ועין ראה יהוה עשה גם שניהם׃ 12
ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
אל תאהב שנה פן תורש פקח עיניך שבע לחם׃ 13
ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
רע רע יאמר הקונה ואזל לו אז יתהלל׃ 14
କିଣିବା ଲୋକ କହେ, “ଭଲ ନୁହେଁ, ଭଲ ନୁହେଁ,” ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
יש זהב ורב פנינים וכלי יקר שפתי דעת׃ 15
ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
לקח בגדו כי ערב זר ובעד נכרים חבלהו׃ 16
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
ערב לאיש לחם שקר ואחר ימלא פיהו חצץ׃ 17
ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।
מחשבות בעצה תכון ובתחבלות עשה מלחמה׃ 18
ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
גולה סוד הולך רכיל ולפתה שפתיו לא תתערב׃ 19
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
מקלל אביו ואמו ידעך נרו באישון חשך׃ 20
ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
נחלה מבחלת בראשנה ואחריתה לא תברך׃ 21
ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
אל תאמר אשלמה רע קוה ליהוה וישע לך׃ 22
“ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
תועבת יהוה אבן ואבן ומאזני מרמה לא טוב׃ 23
ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
מיהוה מצעדי גבר ואדם מה יבין דרכו׃ 24
ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝି ପାରିବ?
מוקש אדם ילע קדש ואחר נדרים לבקר׃ 25
ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
מזרה רשעים מלך חכם וישב עליהם אופן׃ 26
ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
נר יהוה נשמת אדם חפש כל חדרי בטן׃ 27
ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
חסד ואמת יצרו מלך וסעד בחסד כסאו׃ 28
ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
תפארת בחורים כחם והדר זקנים שיבה׃ 29
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
חברות פצע תמריק ברע ומכות חדרי בטן׃ 30
କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ।

< מִשְׁלֵי 20 >