< מִשְׁלֵי 22 >
נבחר שם מעשר רב מכסף ומזהב חן טוב׃ | 1 |
ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।
עשיר ורש נפגשו עשה כלם יהוה׃ | 2 |
ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।
ערום ראה רעה ויסתר ופתיים עברו ונענשו׃ | 3 |
ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।
עקב ענוה יראת יהוה עשר וכבוד וחיים׃ | 4 |
ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
צנים פחים בדרך עקש שומר נפשו ירחק מהם׃ | 5 |
କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
חנך לנער על פי דרכו גם כי יזקין לא יסור ממנה׃ | 6 |
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
עשיר ברשים ימשול ועבד לוה לאיש מלוה׃ | 7 |
ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
זורע עולה יקצור און ושבט עברתו יכלה׃ | 8 |
ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
טוב עין הוא יברך כי נתן מלחמו לדל׃ | 9 |
ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
גרש לץ ויצא מדון וישבת דין וקלון׃ | 10 |
ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
אהב טהור לב חן שפתיו רעהו מלך׃ | 11 |
ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।
עיני יהוה נצרו דעת ויסלף דברי בגד׃ | 12 |
ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।
אמר עצל ארי בחוץ בתוך רחבות ארצח׃ | 13 |
ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
שוחה עמקה פי זרות זעום יהוה יפול שם׃ | 14 |
ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
אולת קשורה בלב נער שבט מוסר ירחיקנה ממנו׃ | 15 |
ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।
עשק דל להרבות לו נתן לעשיר אך למחסור׃ | 16 |
ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
הט אזנך ושמע דברי חכמים ולבך תשית לדעתי׃ | 17 |
ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋʼ ବିଦ୍ୟାରେ ଆପଣା ମନ ଲଗାଅ।
כי נעים כי תשמרם בבטנך יכנו יחדו על שפתיך׃ | 18 |
ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।
להיות ביהוה מבטחך הודעתיך היום אף אתה׃ | 19 |
ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।
הלא כתבתי לך שלשום במועצות ודעת׃ | 20 |
ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
להודיעך קשט אמרי אמת להשיב אמרים אמת לשלחיך׃ | 21 |
ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇ ପାର, ଏଥିପାଇଁ ମୁଁ କʼଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ?
אל תגזל דל כי דל הוא ואל תדכא עני בשער׃ | 22 |
ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
כי יהוה יריב ריבם וקבע את קבעיהם נפש׃ | 23 |
ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
אל תתרע את בעל אף ואת איש חמות לא תבוא׃ | 24 |
ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
פן תאלף ארחתו ולקחת מוקש לנפשך׃ | 25 |
କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
אל תהי בתקעי כף בערבים משאות׃ | 26 |
ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ।
אם אין לך לשלם למה יקח משכבך מתחתיך׃ | 27 |
ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?
אל תסג גבול עולם אשר עשו אבותיך׃ | 28 |
ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।
חזית איש מהיר במלאכתו לפני מלכים יתיצב בל יתיצב לפני חשכים׃ | 29 |
ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।