< תהילים 101 >
לדוד מזמור חסד ומשפט אשירה לך יהוה אזמרה׃ | 1 |
ଦାଉଦଙ୍କର ଗୀତ। ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
אשכילה בדרך תמים מתי תבוא אלי אתהלך בתם לבבי בקרב ביתי׃ | 2 |
ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
לא אשית לנגד עיני דבר בליעל עשה סטים שנאתי לא ידבק בי׃ | 3 |
ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋʼ ଠାରେ ଲିପ୍ତ ହେବ ନାହିଁ।
לבב עקש יסור ממני רע לא אדע׃ | 4 |
କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।
מלושני בסתר רעהו אותו אצמית גבה עינים ורחב לבב אתו לא אוכל׃ | 5 |
ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।
עיני בנאמני ארץ לשבת עמדי הלך בדרך תמים הוא ישרתני׃ | 6 |
ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।
לא ישב בקרב ביתי עשה רמיה דבר שקרים לא יכון לנגד עיני׃ | 7 |
ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।
לבקרים אצמית כל רשעי ארץ להכרית מעיר יהוה כל פעלי און׃ | 8 |
ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।