< תהילים 102 >

תפלה לעני כי יעטף ולפני יהוה ישפך שיחו יהוה שמעה תפלתי ושועתי אליך תבוא׃ 1
ଅବସନ୍ନ କାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଖେଦର କଥା ଭାଙ୍ଗି ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ।
אל תסתר פניך ממני ביום צר לי הטה אלי אזנך ביום אקרא מהר ענני׃ 2
ମୋʼ ସଙ୍କଟ ଦିନରେ ମୋʼ ଠାରୁ ତୁମ୍ଭ ମୁଖ ଲୁଚାଅ ନାହିଁ; ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ମୁଁ ପ୍ରାର୍ଥନା କରିବା ଦିନରେ ମୋତେ ଶୀଘ୍ର ଉତ୍ତର ଦିଅ।
כי כלו בעשן ימי ועצמותי כמו קד נחרו׃ 3
କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
הוכה כעשב ויבש לבי כי שכחתי מאכל לחמי׃ 4
ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।
מקול אנחתי דבקה עצמי לבשרי׃ 5
ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।
דמיתי לקאת מדבר הייתי ככוס חרבות׃ 6
ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।
שקדתי ואהיה כצפור בודד על גג׃ 7
ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;
כל היום חרפוני אויבי מהוללי בי נשבעו׃ 8
ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି।
כי אפר כלחם אכלתי ושקוי בבכי מסכתי׃ 9
କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।
מפני זעמך וקצפך כי נשאתני ותשליכני׃ 10
ତୁମ୍ଭର କ୍ରୋଧ ଓ କୋପ ସକାଶୁ ଏହା ହୋଇଅଛି; ଯେହେତୁ ତୁମ୍ଭେ ମୋତେ ଉଠାଇ ପକାଇ ଦେଇଅଛ।
ימי כצל נטוי ואני כעשב איבש׃ 11
ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।
ואתה יהוה לעולם תשב וזכרך לדר ודר׃ 12
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।
אתה תקום תרחם ציון כי עת לחננה כי בא מועד׃ 13
ତୁମ୍ଭେ ଉଠି ସିୟୋନକୁ ଦୟା କରିବ; କାରଣ ତାହା ପ୍ରତି କୃପା କରିବାର ସମୟ ଏହି, ହଁ, ନିରୂପିତ ସମୟ ଉପସ୍ଥିତ।
כי רצו עבדיך את אבניה ואת עפרה יחננו׃ 14
ଯେହେତୁ ତୁମ୍ଭ ଦାସମାନେ ତହିଁର ପଥରରେ ଶ୍ରଦ୍ଧା ଓ ତହିଁର ଧୂଳିରେ ଦୟାଭାବ ବହନ୍ତି।
וייראו גוים את שם יהוה וכל מלכי הארץ את כבודך׃ 15
ତହିଁରେ ଅନ୍ୟ ଦେଶୀୟମାନେ ସଦାପ୍ରଭୁଙ୍କ ନାମକୁ ଓ ପୃଥିବୀସ୍ଥ ରାଜାଗଣ ତୁମ୍ଭ ମହିମାକୁ ଭୟ କରିବେ।
כי בנה יהוה ציון נראה בכבודו׃ 16
କାରଣ ସଦାପ୍ରଭୁ ସିୟୋନକୁ ପୁନଃନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;
פנה אל תפלת הערער ולא בזה את תפלתם׃ 17
ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।
תכתב זאת לדור אחרון ועם נברא יהלל יה׃ 18
ଏହା ଭବିଷ୍ୟତ ବଂଶ ନିମନ୍ତେ ଲିଖିତ ହେବ; ଆଉ, ଯେଉଁ ଗୋଷ୍ଠୀ ସୃଷ୍ଟ ହେବେ, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବେ।
כי השקיף ממרום קדשו יהוה משמים אל ארץ הביט׃ 19
କାରଣ ବନ୍ଦୀର ହାହାକାର ଶୁଣିବାକୁ, ହତ ହେବା ନିମନ୍ତେ ନିରୂପିତ ଲୋକମାନଙ୍କୁ ମୁକ୍ତ କରିବାକୁ;
לשמע אנקת אסיר לפתח בני תמותה׃ 20
ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;
לספר בציון שם יהוה ותהלתו בירושלם׃ 21
ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,
בהקבץ עמים יחדו וממלכות לעבד את יהוה׃ 22
ଲୋକମାନେ ସିୟୋନରେ ସଦାପ୍ରଭୁଙ୍କ ନାମ ଓ ଯିରୂଶାଲମରେ ତାହାଙ୍କର ପ୍ରଶଂସା ପ୍ରଚାର କରିବେ;
ענה בדרך כחו קצר ימי׃ 23
ସଦାପ୍ରଭୁ ଜୀବନର ପଥ ମଧ୍ୟରେ ମୋର ବଳ ହ୍ରାସ କଲେ, ସେ ମୋହର ଆୟୁ ଊଣା କଲେ।
אמר אלי אל תעלני בחצי ימי בדור דורים שנותיך׃ 24
ମୁଁ କହିଲି, “ହେ ମୋହର ପରମେଶ୍ୱର, ଆୟୁର ମଧ୍ୟଭାଗରେ ମୋତେ ନେଇ ନ ଯାଅ; ତୁମ୍ଭର ବର୍ଷ ପୁରୁଷାନୁକ୍ରମରେ ଥାଏ।”
לפנים הארץ יסדת ומעשה ידיך שמים׃ 25
ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।
המה יאבדו ואתה תעמד וכלם כבגד יבלו כלבוש תחליפם ויחלפו׃ 26
ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।
ואתה הוא ושנותיך לא יתמו׃ 27
ମାତ୍ର ତୁମ୍ଭେ ସେହି ଅଟ ଓ ତୁମ୍ଭ ବଞ୍ଚିବାର ବର୍ଷ ଶେଷ ହେବ ନାହିଁ।
בני עבדיך ישכונו וזרעם לפניך יכון׃ 28
ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।

< תהילים 102 >