< תהילים 120 >
שיר המעלות אל יהוה בצרתה לי קראתי ויענני׃ | 1 |
ଆରୋହଣ ଗୀତ। ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।
יהוה הצילה נפשי משפת שקר מלשון רמיה׃ | 2 |
ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।
מה יתן לך ומה יסיף לך לשון רמיה׃ | 3 |
ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
חצי גבור שנונים עם גחלי רתמים׃ | 4 |
ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।
אויה לי כי גרתי משך שכנתי עם אהלי קדר׃ | 5 |
ହାୟ, ହାୟ, ମୁଁ ମେଶକ୍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।
רבת שכנה לה נפשי עם שונא שלום׃ | 6 |
ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି।
אני שלום וכי אדבר המה למלחמה׃ | 7 |
ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।