< תהילים 132 >

שיר המעלות זכור יהוה לדוד את כל ענותו׃ 1
ଆରୋହଣ ଗୀତ। ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
אשר נשבע ליהוה נדר לאביר יעקב׃ 2
ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
אם אבא באהל ביתי אם אעלה על ערש יצועי׃ 3
“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
אם אתן שנת לעיני לעפעפי תנומה׃ 4
ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
עד אמצא מקום ליהוה משכנות לאביר יעקב׃ 5
ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
הנה שמענוה באפרתה מצאנוה בשדי יער׃ 6
ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
נבואה למשכנותיו נשתחוה להדם רגליו׃ 7
ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
קומה יהוה למנוחתך אתה וארון עזך׃ 8
ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
כהניך ילבשו צדק וחסידיך ירננו׃ 9
ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
בעבור דוד עבדך אל תשב פני משיחך׃ 10
ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
נשבע יהוה לדוד אמת לא ישוב ממנה מפרי בטנך אשית לכסא לך׃ 11
ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
אם ישמרו בניך בריתי ועדתי זו אלמדם גם בניהם עדי עד ישבו לכסא לך׃ 12
ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
כי בחר יהוה בציון אוה למושב לו׃ 13
କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
זאת מנוחתי עדי עד פה אשב כי אותיה׃ 14
“ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
צידה ברך אברך אביוניה אשביע לחם׃ 15
ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
וכהניה אלביש ישע וחסידיה רנן ירננו׃ 16
ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
שם אצמיח קרן לדוד ערכתי נר למשיחי׃ 17
ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
אויביו אלביש בשת ועליו יציץ נזרו׃ 18
ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।”

< תהילים 132 >