< תהילים 141 >

מזמור לדוד יהוה קראתיך חושה לי האזינה קולי בקראי לך׃ 1
ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।
תכון תפלתי קטרת לפניך משאת כפי מנחת ערב׃ 2
ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
שיתה יהוה שמרה לפי נצרה על דל שפתי׃ 3
ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼ ଓଷ୍ଠାଧରର କବାଟ ରକ୍ଷା କର।
אל תט לבי לדבר רע להתעולל עללות ברשע את אישים פעלי און ובל אלחם במנעמיהם׃ 4
ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।
יהלמני צדיק חסד ויוכיחני שמן ראש אל יני ראשי כי עוד ותפלתי ברעותיהם׃ 5
ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
נשמטו בידי סלע שפטיהם ושמעו אמרי כי נעמו׃ 6
ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।
כמו פלח ובקע בארץ נפזרו עצמינו לפי שאול׃ (Sheol h7585) 7
କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। (Sheol h7585)
כי אליך יהוה אדני עיני בכה חסיתי אל תער נפשי׃ 8
କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
שמרני מידי פח יקשו לי ומקשות פעלי און׃ 9
ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।
יפלו במכמריו רשעים יחד אנכי עד אעבור׃ 10
ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ।

< תהילים 141 >