< תהילים 36 >

למנצח לעבד יהוה לדוד נאם פשע לרשע בקרב לבי אין פחד אלהים לנגד עיניו׃ 1
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।
כי החליק אליו בעיניו למצא עונו לשנא׃ 2
କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
דברי פיו און ומרמה חדל להשכיל להיטיב׃ 3
ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
און יחשב על משכבו יתיצב על דרך לא טוב רע לא ימאס׃ 4
ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
יהוה בהשמים חסדך אמונתך עד שחקים׃ 5
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
צדקתך כהררי אל משפטך תהום רבה אדם ובהמה תושיע יהוה׃ 6
ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
מה יקר חסדך אלהים ובני אדם בצל כנפיך יחסיון׃ 7
ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
ירוין מדשן ביתך ונחל עדניך תשקם׃ 8
ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
כי עמך מקור חיים באורך נראה אור׃ 9
କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
משך חסדך לידעיך וצדקתך לישרי לב׃ 10
ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
אל תבואני רגל גאוה ויד רשעים אל תנדני׃ 11
ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।
שם נפלו פעלי און דחו ולא יכלו קום׃ 12
ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।

< תהילים 36 >