< תהילים 52 >

למנצח משכיל לדוד בבוא דואג האדמי ויגד לשאול ויאמר לו בא דוד אל בית אחימלך מה תתהלל ברעה הגבור חסד אל כל היום׃ 1
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକ୍‍ର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ?
הוות תחשב לשונך כתער מלטש עשה רמיה׃ 2
ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
אהבת רע מטוב שקר מדבר צדק סלה׃ 3
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। (ସେଲା)
אהבת כל דברי בלע לשון מרמה׃ 4
ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
גם אל יתצך לנצח יחתך ויסחך מאהל ושרשך מארץ חיים סלה׃ 5
ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। (ସେଲା)
ויראו צדיקים וייראו ועליו ישחקו׃ 6
ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
הנה הגבר לא ישים אלהים מעוזו ויבטח ברב עשרו יעז בהותו׃ 7
“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”
ואני כזית רענן בבית אלהים בטחתי בחסד אלהים עולם ועד׃ 8
ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
אודך לעולם כי עשית ואקוה שמך כי טוב נגד חסידיך׃ 9
ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।

< תהילים 52 >